Get Updates
Get notified of breaking news, exclusive insights, and must-see stories!

ଦେବଗଡ ଜିଲ୍ଲା ପାଇଁ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, 700 କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଦେବଗଡ ଜିଲ୍ଲା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଜିଲ୍ଲାର 2 ଲକ୍ଷ 70 ହଜାର ଲୋକ ଏହି ସୁବିଧା ପାଇବେ ।

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଦେବଗଡ ଜିଲ୍ଲା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଜିଲ୍ଲାର 2 ଲକ୍ଷ 70 ହଜାର ଲୋକ ଏହି ସୁବିଧା ପାଇବେ । ପୂର୍ବରୁ ରାଜ୍ୟର ପାଞ୍ଚଟି ଜିଲ୍ଲା - ମାଲକାନଗିରି, ସୁନ୍ଦରଗଡ, ବଲାଙ୍ଗୀର, ଗଜପତି ଏବଂ ପୁରୀରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ 10 ଲକ୍ଷ ଲୋକ ଏହି ସ୍ମାର୍ଟ ହେଲ୍‌ଥ କାର୍ଡ ପାଇଥିବା ବେଳେ, 10, 675 ଜଣ ହିତାଧିକାରୀ ବିଭିନ୍ନ ଘରୋଇ ଡାକ୍ତରଖାନାରେ କୋଡ଼ିଏ କୋଟି ଟଙ୍କାର ସ୍ୱାସ୍ଥ୍ୟ ସୁବିଧା ପାଇଲେଣି ।

Naveen Patnaik

ଏହି ଅବସରରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଦେବଗଡ ଜିଲ୍ଲାର ପ୍ରାକୃତିକ ସୌନ୍ଦର୍ଯ୍ୟ ଅତି ମନୋରମ ଏବଂ ଏହା ଓଡିଶା ପାଇଁ ପ୍ରକୃତିର ଏକ ବରଦାନ । ପ୍ରଶାସନକୁ ଲୋକଙ୍କ ନିକଟକୁ ନେବା ପାଇଁ ବିଜୁ ବାବୁ ଏହାକୁ ଏକ ସ୍ୱତନ୍ତ୍ର ଜିଲ୍ଲା କରିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ବିଜୁବାବୁଙ୍କ ମହାନ ଉଦ୍ଦେଶ୍ୟକୁ ଆଖିରେ ରଖି ରାଜ୍ୟ ସରକାର ଦେବଗଡରେ ବିକାଶ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରିବା ପାଇଁ ପଦକ୍ଷେପ ନେଉଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଦେବଗଡ ଜିଲ୍ଲାରେ ଆଜି 700 କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ । ଏଥିରେ 570 କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ଦିଆଯାଇଥିବା ବେଳେ 136 କୋଟି ଟଙ୍କାର ପ୍ରକଳ୍ପର ଉଦ୍‌ଘାଟନ କରାଯାଇଛି ।

ଜିଲ୍ଲାରେ ଶିକ୍ଷାବିକାଶ କାର୍ଯ୍ୟ କ୍ରମ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ 5-ଟି କାର୍ଯ୍ୟକ୍ରମରେ ଜିଲ୍ଲାର ସମସ୍ତ 87 ଟି ସରକାରୀ ହାଇସ୍କୁଲର ରୂପାନ୍ତର କରାଯିବ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତିନୋଟି ମେଗା ପାଇପ୍‌ ପାଣି ଯୋଜନା କାର୍ଯ୍ୟକାରୀ କରାଯାଇ ଜିଲ୍ଲାର ସମସ୍ତ ତିନୋଟି ବ୍ଲକକୁ ପାଇପ୍‌ ପାଣିର ସୁବିଧା ଯୋଗାଇ ଦେବା ପାଇଁ ପଦକ୍ଷେପ ନିଆଯାଇଛି ।

ମୁଖ୍ୟମନ୍ତ୍ରୀ ଦେବଗଡ ପୌରାଞ୍ଚଳ ପାଇଁ ମଧ୍ୟ ଏକ ପାନୀୟ ଜଳ ପ୍ରକଳ୍ପର ଭିତ୍ତି ପ୍ରସ୍ତର ରଖିଥିଲେ । ଏହା ସହିତ ଦେବଗଡରେ ଏକ ତିନିଶହ ଶଯ୍ୟା ବିଶିଷ୍ଟ ଆଧୁନିକ ହସ୍ପିଟାଲ ପାଇଁ ମୁଖ୍ୟମନ୍ତ୍ରୀ ମଧ୍ୟ ଭିତ୍ତି ପ୍ରସ୍ତର ରଖିଥିଲେ । ଏଥିପାଇଁ 115 କୋଟି ଟଙ୍କା ବିନିଯୋଗ କରାଯିବ । ଏହାଦ୍ୱାରା ଦେବଗଡବାସୀ ଗୁଣାତ୍ମକ ମାନର ଚିକିତ୍ସା ସୁବିଧା ପାଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହାଦ୍ୱାରା ରାଜ୍ୟର 96 ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହା ଦ୍ୱାରା ଆମର ଗରିବ ଲୋକମାନେ ସ୍ୱାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର 200 ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା - ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+