ସ୍ମାର୍ଟ ହେଲ୍ଥ କାର୍ଡ ଯୋଜନାରେ ଯୋଡି ହେଲା ନୟାଗଡ ଓ ଜଗତସିଂହପୁର: ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ବିଜୁ ସ୍ମାର୍ଟ କାର୍ଡରେ ଆଜି ଯୋଡିହେଲା ଆଉ ୨ ଜିଲ୍ଲା । ନୟାଗଡ ଓ ଜଗତସିଂହପୁର ଜିଲ୍ଲାରେ ଆଜି ହିତାଧିକାରୀଙ୍କୁ ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନ କରାଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇ ଜିଲ୍ଲା ପାଇଁ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଭିତିପ୍ରସ
ନୟାଗଡ଼: ବିଜୁ ସ୍ମାର୍ଟ କାର୍ଡରେ ଆଜି ଯୋଡିହେଲା ଆଉ ୨ ଜିଲ୍ଲା । ନୟାଗଡ ଓ ଜଗତସିଂହପୁର ଜିଲ୍ଲାରେ ଆଜି ହିତାଧିକାରୀଙ୍କୁ ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନ କରାଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇ ଜିଲ୍ଲା ପାଇଁ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଭିତିପ୍ରସ୍ତର ସ୍ଥାପନ କରିଛନ୍ତି ।

ସ୍ମାର୍ଟକାର୍ଡ ଦ୍ୱାରା ଜିଲ୍ଲାର ୭ଲକ୍ଷରୁ ଅଧିକ ହିତାଧିକାରୀ ଉପକୃତ ହେବେ । ନୟାଗଡ଼ ଜିଲ୍ଲାରେ ହଜାରେ କୋଟିରୁ ଅଧିକ ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ୮୫କୋଟି ୩୫ଲକ୍ଷ ଟଙ୍କାରେ ୧୫୧ଟି ପ୍ରକଳ୍ପର ଉଦଘାଟନ କରିବେ ନବୀନ । ଏହା ସହିତ ୯୦୯ କୋଟି ୧୮ଲକ୍ଷ ଟଙ୍କାରେ ୧୦୮ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି । କାର୍ଯ୍ୟକ୍ରମରେ କୃଷି ମନ୍ତ୍ରୀ ଅରୁଣ କୁମାର ସାହୁଙ୍କ ସହ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ଉପସ୍ଥିତ ଥିଲେ ।
ମୁଖ୍ୟମନ୍ତ୍ରୀ କହିଲେ ଯେ ଚଳିତ ବର୍ଷ ସେପ୍ଟେମ୍ବର ୧ ତାରିଖରୁ ସାରା ରାଜ୍ୟରେ ସ୍ମାର୍ଟ ହେଲ୍ଥ କାର୍ଡ ସେବା ପ୍ରଦାନ ଆରମ୍ଭ ହୋଇଛି। ସେହି ଦିନଠାରୁ ଓଡ଼ିଶାର ସ୍ବାସ୍ଥ୍ୟ ସେବାରେ ଏକ ନୂଆ ଯୁଗର ଆରମ୍ଭ ହୋଇଛି ବୋଲି ସେ କହିଥିଲେ। ସ୍ମାର୍ଟ ହେଲ୍ଥ କାର୍ଡ ଦ୍ବାରା ଆମର ଗରିବ ଲୋକମାନଙ୍କ ଚିନ୍ତା ଦୂର ହୋଇଛି। ଏଥିରେ ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ ବୋଲି ସେ କହିଥିଲେ।
ସେହିଭଳି ବିଏସ୍କେଓ୍ୱାଇରେ ଯୋଡ଼ି ହୋଇଛି ଜଗତସିଂହପୁର ଜିଲ୍ଲା । ଜିଲ୍ଲାରେ ବିଏସ୍କେଓ୍ୱାଇ ସ୍ମାର୍ଟକାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପରାହ୍ଣ ୫ଟାରେ ଭର୍ଚୁଆଲରେ ଜିଲ୍ଲାବାସୀଙ୍କୁ ସ୍ୱାସ୍ଥ୍ୟ ବିପ୍ଳବରେ ସାମିଲ କରିବେ ମୁଖ୍ୟମନ୍ତ୍ରୀ । ସ୍ମାର୍ଟକାର୍ଡ ଦ୍ୱାରା ଜିଲ୍ଲାରେ ୨ ଲକ୍ଷ ୩୮ ହଜାର ୬୧୪ ପରିବାରର ୮ ଲକ୍ଷ ୭୭ ହଜାର ୬୦ଜଣ ହିତାଧିକାରୀ ଉପକୃତ ହେବେ । ଏହା ଛାଡ଼ି ଜିଲ୍ଲାର ବିକାଶ ପାଇଁ ଖୋଲିବ ଅନୁଦାନ ପେଡ଼ି । ୨୧୪ଟି ପ୍ରକଳ୍ପର ଶିଳାନ୍ୟାସ ସହ ୧୪୮ ଟି ପ୍ରକଳ୍ପର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିପାଇଁ ବ୍ୟାପକ ପ୍ରସ୍ତୁତି କରିଛି ଜିଲ୍ଲା ପ୍ରଶାସନ ।












Click it and Unblock the Notifications