ରାଜ୍ୟର 10 ଜିଲ୍ଲାରେ ନାଇଟ୍ କର୍ଫ୍ୟୁ, ଆସନ୍ତା ସୋମବାର ଠାରୁ ହେବ ଲାଗୁ
ସୋମବାର ଠାରୁ ବରଗଡ, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ମାଲକାନଗିରି ନବରଙ୍ଗପୁର, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର ଜିଲ୍ଲାରେ ରାତ୍ରିକାଳୀନ କର୍ଫ୍ୟୁ ଲାଗୁ କରିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର ।
ଭୁବନେଶ୍ୱର : ରାଜ୍ୟରେ ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୁଣି ନାଇଟ୍ କର୍ଫ୍ୟୁ ଲାଗୁ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଆସନ୍ତା ସୋମବାର ଠାରୁ ରାଜ୍ୟ ସରକାରଙ୍କ ଏହି ନିର୍ଦ୍ଦେଶ ଲାଗୁ ହେବ । ସ୍ୱତନ୍ତ୍ର ରିଲିଫ୍ କମିଶନଙ୍କ ନିର୍ଦ୍ଦେଶ ଅନୁସାରେ ଆସନ୍ତା ସୋମବାର ଅର୍ଥାତ୍ ଅପ୍ରେଲ 5 ତାରିଖରୁ ରାଜ୍ୟର 10ଟି ଜିଲ୍ଲାରେ ରାତ୍ରିକାଳୀନ କର୍ଫ୍ୟୁ ଲାଗୁ ହେବ ।

ସୋମବାର ଠାରୁ ବରଗଡ, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ମାଲକାନଗିରି ନବରଙ୍ଗପୁର, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର ଜିଲ୍ଲାରେ ରାତ୍ରିକାଳୀନ କର୍ଫ୍ୟୁ ଲାଗୁ କରିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଏହି ସମୟରେ ରାତି 10ଟାରୁ ସକାଳ 5 ଟା ପର୍ଯ୍ୟନ୍ତ କର୍ଫ୍ୟୁ ବଳବତ୍ତର ରହିବ ବୋଲି ଏସଆରସି ସୂଚନା ଦେଇଛନ୍ତି । ଏହି ସମୟରେ ଅତ୍ୟାବଶ୍ୟକ ସାମଗ୍ରୀକୁ ବାଦ୍ ଦେଲେ ଅନ୍ୟ ସମସ୍ତ ବ୍ୟବସାୟିକ ପ୍ରତିଷ୍ଠାନ, ଦୋକାନ ବଜାର ଓ ସାଧାରଣ ଲୋକଙ୍କ ଯାତାୟତ ଉପରେ କଟକଣା ଜାରି ହେବ ବୋଲି ରିଲିଫ୍ କମିଶନରଙ୍କ ନିର୍ଦ୍ଦେଶନାମାରେ ଉଲ୍ଲେଖ କରାଯାଇଛି ।
ସୀମାନ୍ତ ବର୍ତ୍ତି ରାଜ୍ୟ ଗୁଡିକରେ କୋଭିଡ ସଂକ୍ରମଣ ବଢୁଥିବାରୁ ସେହି ନିକଟବର୍ତ୍ତୀ ଜିଲ୍ଲାରେ କର୍ଫ୍ୟୁ ଲଗାଯାଇଛି । ଗତ କିଛିଦିନ ହେବ ଛତିଶଗଡ, ଝାଡଖଣ୍ଡ, ଆନ୍ଧ୍ରପ୍ରଦେଶରେ କୋଭିଡ ସଂକ୍ରମଣ ବୃଦ୍ଧି ଘଟୁଛି । ଫଳରେ ସୀମାନ୍ତବର୍ତ୍ତୀ ଜିଲ୍ଲା ଗୁଡିକରେ ନାଇଟ କର୍ଫ୍ୟୁ ଲାଗୁ କରିଛନ୍ତି ରାଜ୍ୟ ସରକାର ।












Click it and Unblock the Notifications