ପୋଷ୍ଟ ମାଟ୍ରିକ ସ୍କଲାରସିପରେ ହେବନି କୌଣସି ପରିବର୍ତ୍ତନ: ମୁଖ୍ୟମନ୍ତ୍ରୀ
ପୋଷ୍ଟ ମାଟ୍ରିକ ସ୍କଲାରସିପରେ ହେବନି କୌଣସି ପରିବର୍ତ୍ତନ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀମାନଙ୍କ ପୋଷ୍ଟ ମ୍ୟାଟ୍ରିକ ସ୍କଲାରସିପକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବଡ ଘୋଷଣା କରିଛନ୍ତି । ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ପୋଷ୍ଟ ମ୍ୟାଟ୍ରିକ ସ୍କରାରସିପ୍ ରେ କୌଣସି ପରିବର୍ତ୍ତନ ହେବ ନାହିଁ । ଅର୍ଥାତ ପୂର୍ବ ପ୍ରଚଳିତ ହାରରେ ଛାତ୍ରଛାତ୍ରୀମାନେ ସ୍କଲାରସିପ୍ ପାଇବେ ବୋଲି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ବବୀନ ପଟ୍ଟନାୟକ । ଏଥିସହ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଦ୍ବାରା ପ୍ରକାଶିତ ପ୍ରସ୍ତାବକୁ ସ୍ଥଗିତ ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏ ସମ୍ପର୍କୀତ ଫାଇଲକୁ ବିଶଦ ଅନୁଧ୍ୟାନ ପାଇଁ ତୁରନ୍ତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପଠାଇବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।













Click it and Unblock the Notifications