୬ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର, ଗଞ୍ଜାମ ଚାଷୀଙ୍କୁ ୨୦୬ ଏକର ଜମି ଫେରାଇବେ ସରକାର
ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ୬ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିଛି । ଯେଉଁଥିରେ ସାମିଲ ଅଛି ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ, ଆଇନ, ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା, ଜଳ ସମ୍ପଦ ଏବଂ କାର୍ଯ୍ୟ
ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ୬ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିଛି । ଯେଉଁଥିରେ ସାମିଲ ଅଛି ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ, ଆଇନ, ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା, ଜଳ ସମ୍ପଦ ଏବଂ କାର୍ଯ୍ୟ ବିଭାଗ ସମ୍ବନ୍ଧୀୟ ୬ଟି ପ୍ରସ୍ତାବ । ଭେଟେରିନାରୀ ସର୍ଭିସ ରୁଲରେ ସଂଶୋଧନକୁ ମଞ୍ଜୁରୀ ମିଳିଛି । ଆଗକୁ ସାକ୍ଷାତକାର ହଟାଇ କେବଳ ଲିଖିତ ପରୀକ୍ଷା ଓପିଏସସି ମାଧ୍ୟମରେ କରାଯିବ । ଭେଟେରିନାରୀ ଆସିଷ୍ଟାଣ୍ଟ ସର୍ଜନ ପାଇଁ କେବଳ ଲିଖିତ ପରୀକ୍ଷା ହେବ ।

ଅନ୍ୟପଟେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ ଦ୍ବିତୀୟ ବିଚାରବିଭାଗୀୟ ବେତନ କମିଶନଙ୍କ ସୁପାରିସ ଅନୁସାରେ ଦରମା ମିଳିବ । ଏଥିଲାଗି ୯୩କୋଟି ଟଙ୍କା ଅତିରିକ୍ତ ଖର୍ଚ୍ଚ କରିବେ ରାଜ୍ୟ ସରକାର । ପାଣି ପଞ୍ଚାୟତ ଆଇନରେ ସଂଶୋଧନକୁ ମଞ୍ଜୁରୀ ମିଳିଛି । ପାଣି ପଞ୍ଚାୟତରେ ମେଗା ଉଠାଜଳସେଚନକୁ ମିଶାଇ ଦିଆଯିବାକୁ ନିଷ୍ପତ୍ତି ହୋଇଛି । ହିତାଧିକାରୀଙ୍କ ସ୍ତ୍ରୀ ବି ପାଣି ପଞ୍ଚାୟତରେ ସାମିଲ ହେବେ । ପାଣି ପଞ୍ଚାୟତର ଅବଧି ୩ବର୍ଷରୁ ୫ବର୍ଷକୁ ବୃଦ୍ଧିକୁ ଅନୁମୋଦନ କରିଛି କ୍ୟାବିନେଟ । ଓଏଏସ ଗ୍ରୁପ୍-ଏ ଜୁନିଅର ବ୍ରାଞ୍ଚରେ ୧୨୫ଟି ନୂତନ ପୋଷ୍ଟକୁ ଅନୁମୋଦନ ମିଳିଛି । ଫଳରେ ୧୧୮୮ରୁ ବୃଦ୍ଧି ପାଇ ୧୩୧୩ଟି ପୋଷ୍ଟ ହୋଇଛି ।
ଅନ୍ୟପଟେ ଗଞ୍ଜାମ ଜିଲ୍ଲାର କାଲିପାଲ୍ଲି ଗାଁରେ IDCO ଦ୍ୱାରା ଅଧିକୃତ ହୋଇତିବା ପ୍ରାୟ ୨୦୬ ଏକରର ଅବ୍ୟବହୃତ ଜମିକୁ ମୂଳ ଜମି ମାଲିକଙ୍କ ନିକଟକୁ ଫେରାଇବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି । ଫଳରେ ସେହି ଅଞ୍ଚଳରେ ଶିଳ୍ପାନୁକୂଳ ବାତାବରଣ ବିକଶିତ ହୋଇପାରିବ ।












Click it and Unblock the Notifications