ଟିକା ପାଇଁ ଗ୍ଲୋବାଲ ଟେଣ୍ଡର : ରାଜ୍ୟ କ୍ୟାବିନେଟରେ କୋଭିଡ ଯୋଦ୍ଧାଙ୍କୁ ପ୍ରଶଂସା
ଟିକା ପାଇଁ ଗ୍ଲୋବାଲ ଟେଣ୍ଡର । ଟିକା ପାଇଁ ରାଜ୍ୟ ସରକାର ଆହ୍ୱାନ କରିବେ ଗ୍ଲୋବାଲ ଟେଣ୍ଡର । ରାଜ୍ୟବାସୀଙ୍କୁ ସୁବିଧାରେ ଟିକା ପହଞ୍ଚାଇବା ପାଇଁ ପଦକ୍ଷେପ ଏହି ପଦକ୍ଷେପ ନେବେ ରାଜ୍ୟ ସରକାର । ଟିକା ପାଇଁ ଗଠନ ହେବ ବୈଷୟିକ କମିଟି ।
ଭୁବନେଶ୍ୱର : ଟିକା ପାଇଁ ଗ୍ଲୋବାଲ ଟେଣ୍ଡର । ଟିକା ପାଇଁ ରାଜ୍ୟ ସରକାର ଆହ୍ୱାନ କରିବେ ଗ୍ଲୋବାଲ ଟେଣ୍ଡର । ରାଜ୍ୟବାସୀଙ୍କୁ ସୁବିଧାରେ ଟିକା ପହଞ୍ଚାଇବା ପାଇଁ ପଦକ୍ଷେପ ଏହି ପଦକ୍ଷେପ ନେବେ ରାଜ୍ୟ ସରକାର । ଟିକା ପାଇଁ ଗଠନ ହେବ ବୈଷୟିକ କମିଟି । ଆଜି କ୍ୟାବିନେଟରେ ଏହି ପ୍ରସ୍ତାବକୁ ଅନୁମୋଦନ ମିଳିଛି ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ କ୍ୟାବିନେଟ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଜ୍ୟବାସୀଙ୍କ ପାଇଁ ଟିକା ସଂଗ୍ରହ ନିମନ୍ତେ ସର୍ବୋତ୍ତମ ଚେଷ୍ଟା କରିବା, ଟିକା ଯୋଗାଣକୁ ସୁନିଶ୍ଚିତ କରି ରାଜ୍ୟବାସୀଙ୍କୁ ସୁରକ୍ଷିତ ରଖିବା ଓ ରାଜ୍ୟରେ ସ୍ୱାଭାବିକ ଅବସ୍ଥା ଫେରାଇ ଆଣିବା ପାଇଁ ରାଜ୍ୟ ସରକାର ସଂକଳ୍ପବଦ୍ଧ ତଥା ଏଥିପାଇଁ ଏକ ସଂକଳ୍ପ ଗୃହୀତ ହୋଇଛି । କ୍ୟାବିନେଟ୍ ଆଜି କୋଭିଡ୍ ଯୋଦ୍ଧାମାନଙ୍କର କାର୍ଯ୍ୟର ଉଚ୍ଚ ପ୍ରଶଂସା ସହ କୋଭିଡ୍ ନିୟମକୁ କଡ଼ାକଡ଼ି ପାଳନ ନିମନ୍ତେ ଲୋକଙ୍କୁ ନିବେଦନ କରିଛନ୍ତି । ଏହି କ୍ୟାବିନେଟ୍ ବୈଠକରେ ଗୃହୀତ ସଂକଳ୍ପ ଅନୁସାରେ, କୋଭିଡ୍-19 ମହାମାରୀ ବିରୁଦ୍ଧରେ ଲଢ଼େଇରେ କୋଭିଡ୍ ଯୋଦ୍ଧାମାନେ ଯେପରି ନିଷ୍ଠା ଓ ତ୍ୟାଗ ମନୋଭାବ ନେଇ କାମ କରୁଛନ୍ତି କ୍ୟାବିନେଟ ତା'ର ଉଚ୍ଚ ପ୍ରଶଂସା କରିଛି ।

କୋଭିଡ଼ ବିରୁଦ୍ଧରେ ଚାଲିଥିବା ଲଢ଼େଇରେ ରାଜ୍ୟ ସରକାର ନେଇ ଥିବା ବିଭିନ୍ନ ପଦକ୍ଷେପ ଯଥା ଟେଷ୍ଟିଂ, ଟ୍ରାକିଙ୍ଗ ଏବଂ ଟିକାକରଣ ଇତ୍ୟାଦିରେ ଓଡ଼ିଶାବାସୀ ଯେଭଳି ସହଯୋଗ ଯୋଗାଇ ଆସିଛନ୍ତି ସେଥିପାଇଁ ରାଜ୍ୟ କ୍ୟାବିନେଟ ରାଜ୍ୟ ବାସୀଙ୍କ ନିକଟରେ କୃତଜ୍ଞ ବୋଲି କୁହାଯାଇଛି । ଭବିଷ୍ୟତ କୋଭିଡ଼ ସଂକ୍ରମଣରୁ ରାଜ୍ୟ ବାସୀଙ୍କୁ ସୁରକ୍ଷା ଦେବା ତଥା ଅମୂଲ୍ୟ ଜୀବନ ରଷା କରିବା ନିମନ୍ତେ ଟୀକାକରଣ ସବୁଠାରୁ ଗୁରୁତ୍ବପୂର୍ଣ୍ଣ ।
ଇସ୍ରାଏଲ ପରି ଦେଶ ଯେଉଁ ମାନେ କି ତାଙ୍କ ଜନସଂଖ୍ୟା ର ବୃହତର ଭାଗର ଟିକାକରଣ କରିସାରିଛନ୍ତି ,ସେମାନେ ଏବେ ସ୍ବାଭାବିକତା ଆଡ଼କୁ ଫେରୁଛନ୍ତି । ରୋଗର ଜଟିଳତା ହ୍ରାସ କରି ରୋଗୀର ଜୀବନ ରଷା ଦିଗରେ ଟୀକାକରଣ ବହୁତ ଫଳପ୍ରଦ ହେଉଥିବା ଜଣାପଡିଛି । ବିପଦପୂର୍ଣ୍ଣ କାର୍ଯ୍ୟ ପରିବେଶ ସତ୍ବେ କୋଭିଡ଼ ଯୁଦ୍ଧରେ ନିୟୋଜିତ ଆମର ଆଗ ଧାଡ଼ି କର୍ମଚାରୀ ତଥା ସ୍ବାସ୍ଥ୍ୟ ସେବା ରେ ନିୟୋଜିତ କର୍ମଚାରୀ ମାନେ ଯେଉଁ ମାନଙ୍କର ସମ୍ପୂର୍ଣ୍ଣ ଟୀକାକରଣ ହୋଇଯାଇଛି। ଟିକା ନେଇଥିବା ବ୍ୟକ୍ତି ମାନଙ୍କର ସଂକ୍ରମଣ ହେଲେ ବି ତାହା ବହୁତ କମ୍ ଲକ୍ଷଣ ଯୁକ୍ତ ହେଉଥିବା ଦେଖାଯାଉଛି। ଏହି ପରିପ୍ରେକ୍ଷୀରେ ଓଡ଼ିଶାବାସୀଙ୍କ ପାଇଁ ଟିକା ସଂଗ୍ରହ ନିମନ୍ତେ ସର୍ବୋତ୍ତମ ଚେଷ୍ଟା କରିବା, ଟୀକା ଯୋଗାଣକୁ ସୁନିଶ୍ଚିତ କରି ରାଜ୍ୟ ବାସୀଙ୍କୁ ସୁରକ୍ଷିତ ରଖିବା ଏବଂ ଶୀଘ୍ର ରାଜ୍ୟରେ ସ୍ବାଭାବିକ ଅବସ୍ଥା ଫେରାଇ ଆଣିବା ପାଇଁ ରାଜ୍ୟ ସରକାର ସଂକଳ୍ପବଦ୍ଧ ବୋଲି କୁହାଯାଇଛି ।
ଟିକା ଉପରୁ ସମସ୍ତ ପ୍ରକାର ଟିକସ ଉଠାଇ ଦେବା ପାଇଁ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କ ନିକଟରେ ଦାବି ଜଣାଇଛନ୍ତି । ଏହା ଫଳରେ ରାଜ୍ୟ ଅର୍ଥନୀତି ଉପରେ କମ୍ ଚାପ ପଡ଼ିବ ଏବଂ ସାର୍ବଜନୀନ ଟିକାକରଣ ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟମରେ ଏହା ବିଶେଷ ସହାୟକ ହେବ । କୋଭିଡ଼ ବିରୁଦ୍ଧରେ ଚାଲିଥିବା ଏ ଲଢ଼େଇ ଏକ ବହୁତ ଲମ୍ବା ଲଢ଼େଇ । ତେଣୁ କେନ୍ଦ୍ର ସରକାର ବିଭିନ୍ନ ସେସ୍ ଓ ସରଚାର୍ଯ ଜରିଆରେ ଆଦାୟ କରୁଥିବା ଅତିରିକ୍ତ ସମ୍ବଳ କୁ ରାଜ୍ୟ ମାନଙ୍କ ମଧ୍ୟ ରେ ଉପଯୁକ୍ତ ଭାବରେ ବଣ୍ଟନ କରାଯିବାର ଆବଶ୍ୟକତା ରହିଛି । ଏହି ଜଟିଳ ପରିସ୍ଥିତିରେ କୋଭିଡ଼ ଲଢ଼େଇ ରେ ରାଜ୍ୟ ମାନଙ୍କ ଅର୍ଥିକ ସ୍ଥିତିକୁ ମଜବୁତ କରିବାରେ ଏହା ଶକ୍ତି ଯୋଗାଇବ ବୋଲି କ୍ୟାବିନେଟ ବୈଠକରେ ଆଲୋଚନା ହୋଇଛି ।
ଏହି ଅଵସରରେ ରାଜ୍ୟ କ୍ୟାବିନେଟ କୋଭିଡ଼ ନିୟମାବଳୀ ଯଥା ଠିକ୍ ଭାବେ ମାସ୍କ ପିନ୍ଧିବା ,ବାରମ୍ବାର ସାବୁନ ରେ ଭଲ ଭାବେ ହାତ ଧୋଇବା ,ସାମାଜିକ ଦୂରତା ରଷା କରିବା ,ଘରେ ରହିବା ଏବଂ ଆବଶ୍ୟକତା ନ ଥିଲେ ବାହାରକୁ ନ ଯିବା ଆଦି କୁ କଡ଼ାକଡ଼ି ଭାବରେ ପାଳନ କରିବା ସହ କୋଭିଡ ଯୋଦ୍ଧାଙ୍କ ପାଇଁ ଉପଯୁକ୍ତ ସ୍ୱାସ୍ଥ୍ୟ ସେବା ଯୋଗାଇଦେବା ପାଇଁ ସଂକଳ୍ପବଦ୍ଧ ବୋଲି କହିଛନ୍ତି ।












Click it and Unblock the Notifications