ମନ୍ତ୍ରୀ ପରିଷଦ ବୈଠକ: ଓଡିଶା ଇଲେକ୍ଟ୍ରୋନିକ୍ସ ନୀତି ୨୦୨୧କୁ କ୍ୟାବିନେଟ ମଞ୍ଜୁରୀ

ଓଡିଶା ଇଲେକ୍ଟ୍ରୋନିକ୍ସ ନୀତିକୁ ରାଜ୍ୟ କ୍ୟାବିନେଟରେ ମଞ୍ଜୁରୀ ମିଳିଛି। ଓଡିଶାରେ ଇଲେକ୍ଟ୍ରୋନିକ୍ସ ଶିଳ୍ପର ପ୍ରସାର ନିମନ୍ତେ ନୀତିକୁ ମଞ୍ଜୁରୀ ମିଳିଛି । ୨୦୨୬ ସୁଦ୍ଧା ଓଡିଶାକୁ ଇଲେକ୍ଟ୍ରୋନିକ୍ସ ରାଜ୍ୟରେ ପରିଣତ କରିବାକୁ ଲକ୍ଷ୍ୟ ରଖାଯାଇଛି ।

ଭୁବନେଶ୍ବର: ଓଡିଶା ଇଲେକ୍ଟ୍ରୋନିକ୍ସ ନୀତିକୁ ରାଜ୍ୟ କ୍ୟାବିନେଟରେ ମଞ୍ଜୁରୀ ମିଳିଛି। ଓଡିଶାରେ ଇଲେକ୍ଟ୍ରୋନିକ୍ସ ଶିଳ୍ପର ପ୍ରସାର ନିମନ୍ତେ ନୀତିକୁ ମଞ୍ଜୁରୀ ମିଳିଛି । ୨୦୨୬ ସୁଦ୍ଧା ଓଡିଶାକୁ ଇଲେକ୍ଟ୍ରୋନିକ୍ସ ରାଜ୍ୟରେ ପରିଣତ କରିବାକୁ ଲକ୍ଷ୍ୟ ରଖାଯାଇଛି ।

Odisha Cabinet meeting

ପ୍ରଥମ ୧୦ଟି ନୂଆ ନିବେଶକୁ ମିଳିବ ଉତ୍ପାଦନ ଭିତ୍ତିକ ସହାୟତା। ସହାୟତା ବାବଦରେ ୫ ବର୍ଷ ଯାଏ ବାର୍ଷିକ କାରବାରର ୧% ମିଳିବ। ୟୁନିଟ୍‌ ଗୁଡ଼ିକୁ ପୁଞ୍ଜିନିବେଶ ଆଧାରରେ ୧୦ରୁ ୨୫୦ କୋଟି ଯାଏଁ ସହାୟତା ମିଳିବ। ଉଦ୍ୟୋଗୀଙ୍କୁ ବିଦ୍ୟୁତ ଶୁଳ୍କ ଓ ଇନ୍ସପେକ୍ସନ ଫି' ୫ ବର୍ଷ ପର୍ଯ୍ୟନ୍ତ ଛାଡ଼ ହେବ। ଯୋଗ୍ୟ ଉଦ୍ୟୋଗୀଙ୍କୁ ବିଦ୍ୟୁତ ବିଲ୍‌ର ୩୦% ସର୍ବାଧିକ ୫୦ ଲକ୍ଷ ଯାଏଁ ରିହାତି ମିଳିବ। ଉଦ୍ୟୋଗୀଙ୍କୁ ଜମି କ୍ରୟ ସମୟରେ ଷ୍ଟାମ୍ପଡ୍ୟୁଟି ୧୦୦% ଛାଡ଼ କରାଯିବ। ଚାଷ ଜମିକୁ ଶିଳ୍ପ ଉପଯୋଗୀ କରିବାକୁ ହେଉଥିବା ଖର୍ଚ୍ଚର ୧୦୦% ଦିଆଯିବ।

ସେହିପରି ମହିଳା, SC/ST, ଭିନ୍ନକ୍ଷମଙ୍କୁ ସର୍ବାଧିକ ୧ କୋଟି ଯାଏଁ ଅତିରିକ୍ତ ସହାୟତା ମିଳିବ । ବ୍ୟାଙ୍କରୁ ଋଣ କରି ଠିକ ସମୟରେ ଶୁଝୁଥିଲେ ଋଣ ଉପରେ ୫% ସୁଧ ରିହାତି ମିଳିବ। ସଫଳ ଉଦ୍ୟୋଗୀଙ୍କୁ ଉତ୍ପାଦନ ଆରମ୍ଭର ୫ ବର୍ଷ ଯାଏଁ SGST ଛାଡ଼ ହେବ । ଯେଉଁମାନେ ଲିଜ୍‌ରେ କରୁଥିବେ ସେମାନଙ୍କୁ ଅତିରିକ୍ତ ୨୫% ସର୍ବାଧିକ ୧୦ ଲକ୍ଷ ପର୍ଯ୍ୟନ୍ତ ରିହାତି ୫ ବର୍ଷ ପର୍ଯ୍ୟନ୍ତ ଯୋଗାଇ ଦିଆଯିବ।ସ୍ଥାନୀୟ ଅଞ୍ଚଳର ଉଦ୍ୟୋଗୀମାନଙ୍କୁ ଅଗ୍ରାଧିକାର ଦେବାର ବ୍ୟବସ୍ଥା ରହିଛି । ଯେଉଁ ଉଦ୍ୟୋଗୀମାନେ ସ୍ଥାନୀୟ ଅଞ୍ଚଳର ଯୁବକମାନଙ୍କୁ ନିଯୁକ୍ତି ଯୋଗାଇ ଦେବେ ସେମାନଙ୍କୁ ଅତିରିକ୍ତ ପ୍ରୋତ୍ସାହନ ଯୋଗାଇ ଦିଆଯିବ।

ରାଜ୍ୟ ସରକାର ଇଲେକ୍ଟ୍ରୋନିକ୍ସ କ୍ଷେତ୍ରରେ ନିଯୁକ୍ତି ନିମନ୍ତେ ଓଡ଼ିଶାର ଲୋକମାନଙ୍କ ନିମନ୍ତେ ସର୍ବନିମ୍ନ ଟ. ୮୦୦୦ ରୁ ଟ. ୩୦ ଲକ୍ଷ ପର୍ଯ୍ୟନ୍ତ ଆର୍ଥିକ ସହାୟତା ୩ ବର୍ଷ ପାଇଁ ଯୋଗାଇ ଦେବାର ବ୍ୟବସ୍ଥା କରିଛନ୍ତି। ମହିଳା, ଅନୁସୂଚିତ ଜାତି / ଜନଜାତି, ଭିନ୍ନକ୍ଷମ କର୍ମଚାରୀମାନଙ୍କ ପାଇଁ ଅତିରିକ୍ତ ଟ.୨୦୦୦ ପର୍ଯ୍ୟନ୍ତ ସାହାଯ୍ୟ ଯୋଗାଇ ଦେବେ ।

ଯେଉଁ ଇଲେକ୍ଟ୍ରୋନିକ୍ସ ଶିଳ୍ପଦ୍ୟୋଗୀମାନେ ଦୀର୍ଘ ମିଆଦି ସୂତ୍ରରେ ବ୍ୟାଙ୍କ / ଆର୍ଥିକ ସଂସ୍ଥାରୁ ଋଣକରି ଠିକ୍ ସମୟରେ ପରିଶୋଧ କରୁଥିବେ, ସେମାନଙ୍କ ଋଣ ଉପରେ ବାର୍ଷିକ ୫ ପ୍ରତିଶତ ସୁଧ ରିହାତି ୬ ବର୍ଷ ପର୍ଯ୍ୟନ୍ତ କରାଯିବ। ସଫଳ ଉଦ୍ୟୋଗୀମାନଙ୍କୁ ସେମାନଙ୍କର ବ୍ୟବସାୟୀକ ଉତ୍ପାଦନ ଆରମ୍ଭରୁ ୫ ବର୍ଷ ପର୍ଯ୍ୟନ୍ତ ଶତ ପ୍ରତିଶତ SGST ଛାଡ଼ କରାଯିବ। ଶିଳ୍ପ ଅନଗ୍ରସର ଅଞ୍ଚଳରେ ସ୍ଲାପକ କରୁଥିବା ପ୍ରଥମ ୫ଟି କମ୍ପାନୀକୁ ପ୍ରଥମ ୩ ବର୍ଷ ପାଇଁ ୧୦୦% ମ୍ୟୁନିସ୍‌ଲଟି ଟ୍ୟାକ୍ସ ଛାଡ଼ କରାଯିବ।

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚ ସମ୍ପନ୍ନ କମିଟି ଗଠନ କରାଯାଇ ଏହି ପଲିସ୍‌ର କାର୍ଯ୍ୟାନ୍ଵୟନ ତଦାରଖ କରାଯିବ। ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ବିଭାଗ ତରଫରୁ ଓକାକ୍ ବିଭିନ୍ନ ପ୍ରକାର ଦୈନନ୍ଦିନ କାର୍ଯ୍ୟର ତଦାରଖ କରିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+