Get Updates
Get notified of breaking news, exclusive insights, and must-see stories!

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଯୋଜନାର ଶୁଭାରମ୍ଭ, ବର୍ଷକୁ ୫୦ ହଜାର ଛାତ୍ରଛାତ୍ରୀ ପାଇବେ ପୁରସ୍କାର

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି 5T ରୂପାନ୍ତରିତ ସ୍କୁଲ ତଥା ଅନ୍ୟ ସ୍କୁଲମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଶିକ୍ଷାର ଉତ୍କର୍ଷ ଲାଭ କରୁଥିବା ସ୍କୁଲ ଛାତ୍ରଛାତ୍ରୀ, ଶିକ୍ଷାନୁଷ୍ଠାନ ଓ ପ୍ରଧାନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି 5T ରୂପାନ୍ତରିତ ସ୍କୁଲ ତଥା ଅନ୍ୟ ସ୍କୁଲମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଶିକ୍ଷାର ଉତ୍କର୍ଷ ଲାଭ କରୁଥିବା ସ୍କୁଲ ଛାତ୍ରଛାତ୍ରୀ, ଶିକ୍ଷାନୁଷ୍ଠାନ ଓ ପ୍ରଧାନ ଶିକ୍ଷକ, ଶିକ୍ଷକଶିକ୍ଷୟିତ୍ରୀ, ସରପଞ୍ଚ ସ୍କୁଲ ପରିଚାଳନା କମିଟି ତଥା ପୁରାତନ ଛାତ୍ରମାନଙ୍କୁ ସେମାନଙ୍କ ଅବଦାନ ପାଇଁ ବର୍ଷକୁ ୧୦୦ କୋଟି ଟଙ୍କାର ପୁରସ୍କାର ଘୋଷଣା କରିଛନ୍ତି।

Chief Minister

ବ୍ଲକ୍‌, ଜିଲ୍ଲା ଓ ରାଜ୍ୟସ୍ତରରେ ଏହି ପୁରସ୍କାର ପ୍ରଦାନ କରାଯିବ। ୫୦ ହଜାର ଛାତ୍ରଛାତ୍ରୀ, ୧୫୦୦ ପ୍ରଧାନ ଶିକ୍ଷକ ଓ ଶିକ୍ଷକ-ଶିକ୍ଷୟିତ୍ରୀ , ସ୍କୁଲ ପରିଚାଳନା କମିଟି ସରପଞ୍ଚ ପୁରାତନ ଛାତ୍ରମାନଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ। ଆଜି ସ୍ଥାନୀୟ ୟୁନିଟ-୯ ସ୍ଥିତ ସରକାରୀ ହାଇସ୍କୁଲରେ ରାଜ୍ୟସ୍ତରୀୟ ଶିଶୁ ଦିବସ ଉତ୍ସବର ଉଦ୍‌ଯାପନୀ ସମାରୋହରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଏହି ପୁରସ୍କାର ଘୋଷଣା କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଓ ମାଧ୍ୟମିକ ଶିକ୍ଷା ପରିଷଦ ପାଇଁ ଡିଜି ଲକର ବ୍ୟବସ୍ଥାର ଶୁଭାରମ୍ଭ ମଧ୍ୟ କରିଛନ୍ତି। ଏହି ଭର୍ଚ୍ୟୁଆଲ ଲକରରେ ଛାତ୍ରଛାତ୍ରୀଙ୍କ ସାର୍ଟିଫିକେଟ, ମାର୍କସିଟ ଓ ଅନ୍ୟାନ୍ୟ ଡକ୍ୟୁମେଣ୍ଟ ସୁରକ୍ଷିତ ରହିପାରିବା ସହିତ ସୁବିଧାରେ ଉପଲବ୍‌ଧ ମଧ୍ୟ ହେବ । ଏଥିରେ ଚୋରି ବା ହଜି ଯିବାର କୌଣସି ସମ୍ଭାବନା ରହିବ ନାହିଁ ।

ଉପସ୍ଥିତ ଛାତ୍ରଛ୍ରତ୍ରୀଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ୩ଟି ଗୁରୁତ୍ବପୂର୍ଣ୍ଣ ବିଷୟରେ ପରାମର୍ଶ ଦେଇଥିଲେ। ପ୍ରଥମଟି ହେଉଛି ସମୟର ଆହ୍ବାନ। ସେ କହିଥିଲେ ଯେ ଛାତ୍ରଛାତ୍ରୀ ମାନଙ୍କ ପାଇଁ ସମୟ ହେଉଛି ଗୁରୁତ୍ବପୂର୍ଣ୍ଣ । ଠିକ୍‌ ସମୟରେ ଠିକ୍‌ କାମ କଲେ, ପିଲାମାନେ ଆଗରେ ରହିପାରିବେ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇ କହିଥିଲେ ଯେ ବର୍ତ୍ତମାନ ହେଉଛି ପିଲାମାନଙ୍କର ଜ୍ଞାନ ଅର୍ଜନ କରିବାର ସମୟ। ପାଠ ସହିତ ଖେଳକୁଦ, ନାଚଗୀତ ସବୁ କ୍ଷେତ୍ରରେ ଉତ୍କର୍ଷ ହାସଲ କରି ନିଜ ପାଇଁ ପରିଚୟ ସୃଷ୍ଟି କରିବାକୁ ସେ ପିଲାମାନଙ୍କୁ ପରାମର୍ଶ ଦେଇଥିଲେ ।

ଦ୍ବିତୀୟରେ "ପରିବର୍ତ୍ତନ ଅବଶ୍ୟମ୍ଭାବୀ" ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସମୟ ସହ ତାଳ ଦେଇ ଆଗକୁ ବଢିବାକୁ ହେବ ଓ ପରିବର୍ତ୍ତନକୁ ଗ୍ରହଣ କରିବାକୁ ହେବ। ସମୟର ଆହ୍ବାନକୁ ମୁକାବିଲା କରିବା ପାଇଁ ପ୍ରସ୍ତୁତ ହେବାକୁ ପରାମର୍ଶ ଦେଇ ସେ କହିଥିଲେ ଯେ ଆମର ୫-ଟି ରୂପାନ୍ତରର ମୁଖ୍ୟ ଲକ୍ଷ୍ୟ ହେଉଛି, ସମୟର ଆହ୍ବାନର ମୁକାବିଲା ପାଇଁ ପିଲା ମାନଙ୍କୁ ପ୍ରସ୍ତୁତ କରିବା। ନିଜ ଭିତରେ ବୈଜ୍ଞାନିକ ମନୋବୃତ୍ତିର ବିକାଶ ପାଇଁ ସେ ପରାମର୍ଶ ଦେଇଥିଲେ।

ତୃତୀୟରେ ପିଲାମାନଙ୍କୁ ଦାୟିତ୍ବବୋଧତା ସଂପର୍କରେ ବୁଝାଇ କହିଥିଲେ ଯେ ତୁମମାନଙ୍କ ଜୀବନ ଗଢିତୋଳିବାରେ ଯେଉଁ ମାନଙ୍କ ଅବଦାନ ରହିଛି, ଯଥା- ଶିକ୍ଷକ, ପରିବାର, ଗୁରୁ ,ନିଜ ଗାଁ ଓ ସ୍କୁଲ ସେମାନଙ୍କ ପ୍ରତି ନିଜର ଦାୟିତ୍ବ ଓ ସମ୍ମାନକୁ କେବେ ହେଲେ ଭୁଲ ନାହଁ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଭିନ୍ନ କ୍ଷେତ୍ରରେ କୃତୀତ୍ବ ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରିବା ସହିତ ଏକ କଫି ଟେବୁଲ ପୁସ୍ତକ, ମାଗାଜିନ ଓ ମୋ ସ୍କୁଲ ନ୍ୟୁଜ ଲେଟର ଉନ୍ମୋଚନ କରିଥିଲେ ।

ଏହି ଅବସରରେ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଅଶୋକ ପଣ୍ଡା ଓ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ଦାଶ ନିଜ ନିଜର ଅଭିଭାଷଣ ରଖି ଶିକ୍ଷା କ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବ ଓ ଦୂରଦୃଷ୍ଟିର ଉଚ୍ଚପ୍ରଶଂସା କରିଥିଲେ । ସ୍କୁଲ ଗୁଡିକର ରୂପାନ୍ତର, ମୋ ସ୍କୁଲ କାର୍ଯ୍ୟକ୍ରମ ଆଦି ରାଜ୍ୟର ଶିକ୍ଷା କ୍ଷେତ୍ରରେ ଏକ ବୈପ୍ଲବିକ ପରିବର୍ତ୍ତନ ଆଣିବ ବୋଲି ସେମାନେ ମତବ୍ୟକ୍ତ କରିଥିଲେ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+