ଚୁକ୍ତିଭିତ୍ତିରେ କର୍ମଚାରିନକ ପାରିଶ୍ରମିକରେ ୨୫ ପ୍ରତିଶତ ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଆଉଟସୋରସିଂ ସଂସ୍ଥା ଜରିଆରେ ତଥା ଚୁକ୍ତିଭିତ୍ତିରେ ନିୟୋଜିତ ହୋଇଥିବା ବ୍ୟକ୍ତି ମାନଙ୍କର ପାରିଶ୍ରମିକରେ ୨୫ ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଏହାଦ୍ବାରା ଓଡିଶା ସରକାରଙ୍କ ବିଭିନ୍ନ ବିଭାଗରେ ନିୟୋଜିତ ପ୍ରାୟ ୩୩ ହଜାର ବ୍ୟକ୍ତି ଉପକୃତ ହେବେ । ଏଥିପାଇଁ ରାଜ୍ୟ ସରକାରଙ୍କୁ ବାର୍ଷିକ ଅଧିକ ୧୦୦ କୋଟି ଟଙ୍କା ଖର୍ଚ୍ଚ କରିବାକୁ ପଡିବ ।

ନବୀନ ପଟ୍ଟନାୟକ

ଆଉଟସୋରସିଂ ଓ ଚୁକ୍ତିଭିତ୍ତିରେ ନିୟୋଜିତ ଏହି ବ୍ୟକ୍ତି ମାନଙ୍କର ଇ.ପି.ଏଫ ଓ ଇ.ଏସ୍‌.ଆଇ ପରି ବୈଧାନିକ ଦେୟ ସଂପୃକ୍ତ ସଂସ୍ଥା ପୈଠ କରିବେ। ସେମାନେ କାମ କରୁଥିବା ବିଭାଗର କର୍ତ୍ତୃପକ୍ଷ ଏହା ସୁନିଶ୍ଚିତ କରିବେ । ଉପରୋକ୍ତ ବୈଧାନିକ ଦେୟ ପୈଠ କରିବାରେ ହେଳା କରୁଥିବା ସଂସ୍ଥା ଗୁଡିକ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଏତଦ୍‌ବ୍ୟତୀତ ସେମାନଙ୍କୁ ବର୍ଷକୁ ସର୍ବାଧିକ ୧୨ ଦିନ ଛୁଟି ମଞ୍ଜୁର କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ଗର୍ଭବତୀ ମହିଳା ମାନଙ୍କ କ୍ଷେତ୍ରରେ ମାତୃତ୍ବ ଛୁଟି ପ୍ରଦାନ ବିଷୟ ବିଚାର କରି ଯଥାଶୀଘ୍ର ନିଷ୍ପତ୍ତି ନେବା ପାଇଁ ମୁଖ୍ୟମନ୍ତ୍ରୀ ସଂପୃକ୍ତ କର୍ତ୍ତୃପକ୍ଷଙ୍କୁ ପରାମର୍ଶ ଦେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+