Get Updates
Get notified of breaking news, exclusive insights, and must-see stories!

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା : ବାତ୍ୟା ୟଶରେ ଜଳମଗ୍ନ 128ଟି ଗାଁର ସବୁ ପରିବାରକୁ ସାତ ଦିନ ପାଇଁ ରିଲିଫ୍

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଡ଼ ଘୋଷଣା କରିଛନ୍ତି । ଜଳମଗ୍ନ 128ଟି ଗାଁର ସବୁ ପରିବାରକୁ ସାତ ଦିନ ପାଇଁ ରିଲିଫ୍

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ମୁଖ୍ୟ ଶାସନ ସଚିବ ଓ ସ୍ବତନ୍ତ୍ର ରିଲିଫ କମିଶନରଙ୍କ ସହିତ ବାତ୍ୟା ୟାସର ପ୍ରଭାବ, ପୁନରୁଦ୍ଧାର କାର୍ଯ୍ୟକ୍ରମ ସଂପର୍କରେ ସମୀକ୍ଷା କରି ବାତ୍ୟା ଯୋଗୁ କ୍ଷତିଗ୍ରସ୍ତ ଜିଲ୍ଲାଗୁଡିକର 128ଟି ଜଳମଗ୍ନ ଗାଁର ସମସ୍ତ ପରିବାରକୁ ସାତ ଦିନ ପାଇଁ ରିଲିଫ ଯୋଗାଇ ଦିଆଯିବ ବୋଲି ଘୋଷଣା କରିଛନ୍ତି । ଏହାସହିତ ଆସନ୍ତା 24 ଘଣ୍ଟା ମଧ୍ୟରେ କ୍ଷତିଗ୍ରସ୍ତ ଜିଲ୍ଲାଗୁଡିକର ସମସ୍ତ ପ୍ରମୁଖ ରାସ୍ତା ଗୁଡିକ ଯୋଗାଯୋଗ ସ୍ବଭାବିକ କରାଯିବା ଏବଂ 80 ପ୍ରତିଶତ ଅଞ୍ଚଳରେ ବିଦ୍ୟୁତ ପୁନଃସଂଯୋଗ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
'ବାତ୍ୟା ବେଳେ ସ୍ୱଭାବିକ ଥିଲା କୋଭିଡ୍ ହସ୍ପିଟାଲ'
ବାତ୍ୟା କ୍ଷୟକ୍ଷତି ସମ୍ପର୍କରେ ସୂଚନା ଦେଇ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ବାତ୍ୟା ଯୋଗୁ ଉଚ୍ଚ ଜୁଆର ଆସି ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ବର ଜିଲ୍ଲାର 128 ଗାଁ ଜଳମଗ୍ନ ହୋଇଛି । ବିଭିନ୍ନ ସ୍ଥାନରେ ଗଛ ଭାଙ୍ଗିବା ସହିତ ସଡକ, ବିଦ୍ୟୁତ ଓ ଟେଲି ଯୋଗାଯୋଗ ପ୍ରଭାବିତ ହୋଇଛି ।

ନବୀନ ପଟ୍ଟନାୟକ

ଏହି ସମୟରେ କୋଭିଡ ହସ୍‌ପିଟାଲ ଗୁଡିକରେ କିନ୍ତୁ ସ୍ବଭାବିକ ଭାବରେ ଚାଲିଥିଲା ବୋଲି ମୁଖ୍ୟ ଶାସନ ସଚିବ ସୂଚନା ଦେଇଥିଲେ । ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ପ୍ରଦୀପ କୁମାର ଜେନା ପ୍ରଭାବିତ ଜିଲ୍ଲା ଗୁଡିକରେ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ସୂଚନା ଦେଇ କହିଲେ ଯେ ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦ୍ଦେଶ ମତେ ଜନସାଧାରଣଙ୍କ ଜୀବନର ସୁରକ୍ଷା ପାଇଁ ସାଢେ ଛଅ ଲକ୍ଷରୁ ଅଧିକ ଲୋକଙ୍କୁ ବାତ୍ୟା ଆଶ୍ରୟ ସ୍ଥଳ ଓ ଅନ୍ୟାନ୍ୟ ନିରାପଦ ସ୍ଥାନକୁ ସ୍ଥାନାନ୍ତରିତ କରାଯାଇଛି ।
'ବାତ୍ୟାରେ ଦୁଇ ଜଣଙ୍କର ମୃତ୍ୟୁ'
ବାତ୍ୟା ସମୟରେ ଘର ଭାଙ୍ଗିବା ଯୋଗୁ କୌଣସି ଲୋକ ମୃତାହତ ହୋଇଥିବାର ସୂଚନା ନାହିଁ ବୋଲି ଆଜିର ସମୀକ୍ଷା ବୈଠକରେ କହିଥିଲେ ଏସଆରସି ପ୍ରଦୀପ ଜେନା । କିନ୍ତୁ ବାଲେଶ୍ବରରେ ଆଶ୍ରୟସ୍ଥଳରୁ ବାହାରକୁ ଯାଇଥିବା ଜଣେ ବ୍ୟକ୍ତି ଏବଂ କେନ୍ଦୁଝରରେ ଘରୁ ବାହାରକୁ ଯାଇଥିବା ଜଣେ ବ୍ୟକ୍ତି ଗଛ ପଡିବା ଯୋଗୁ ମୃତ୍ୟୁବରଣ କରିଥିବା ସୂଚନା ମିଳିଛି ବୋଲି ସେ କହିଥିଲେ । ରାସ୍ତା, ବିଜୁଳି, ପାନୀୟ ଜଳ ଓ ଟେଲି ଯୋଗାଯୋଗ ବ୍ୟବସ୍ଥାର ପୁନରୁଦ୍ଧାର ପାଇଁ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ୟମ ଜାରି ରହିଛି ଏବଂ ଖୁବଶୀଘ୍ର ପରିସ୍ଥିତି ସ୍ବଭାବିକ ହେବ ବୋଲି ସେ କହିଥିଲେ । ଗଛ ପଡିବା ଯୋଗୁ ରାସ୍ତା ଅବରୋଧ ଦୂର କରିବା ପାଇଁ ଓଡ୍ରାଫ, ଅଗ୍ନିଶମ ଓ ବନ ବିଭାଗ ନିରନ୍ତର ଭାବେ ଗଛ କାଟିବା କାର୍ଯ୍ୟରେ ନିୟୋଜିତ ଅଛନ୍ତି ବୋଲି ସେ ସୂଚନା ଦେଇଥିଲେ । ମୟୂରଭଂଜର କୁସୁମି ବ୍ଲକ୍‌ରେ ଏହି ସମୟରେ ସର୍ବାଧିକ 305 ମିଲିମିଟର ଓ କେନ୍ଦ୍ରାପଡା ଜିଲ୍ଲାରେ 210 ମିଲିମିଟର ବର୍ଷା ହୋଇଥିବା ସଂପର୍କରେ ସେ ସୂଚନା ଦେଇଥିଲେ ।

ସହଯୋଗ ପାଇଁ ସମସ୍ତଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ

ଅପରପକ୍ଷରେ ଅନ୍ୟ ରାଜ୍ୟମାନେ ଅକ୍ସିଜେନ ପାଇଁ ଓଡ଼ିଶା ଉପରେ ନିର୍ଭର କରୁଥିବାରୁ ବାତ୍ୟା ସମୟରେ ଅକ୍ସିଜେନ ଯୋଗାଣ ସୁରୁଖୁରୁରେ ଜାରି ରହିଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ ଓ ଏହି କାର୍ଯ୍ୟ ସହ ସମ୍ପୃକ୍ତ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ । ଏହି ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ବାତ୍ୟା ୟାସ ସମୟରେ ସମସ୍ତ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳ ଓ ଅନ୍ୟାନ୍ୟ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବାରେ ଉଲ୍ଲେଖନୀୟ କାର୍ଯ୍ୟ ଓ ସହଯୋଗ ପାଇଁ ସମସ୍ତ ପଞ୍ଚାୟତ ପ୍ରତିନିଧି, ଜିଲ୍ଲା ପ୍ରଶାସନ, ନାଗରିକ ସଂଗଠନ (Community Organizations) NDRF ,ODRF ଏବଂ ପୋଲିସ- ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି । ସେହିପରି ବାତ୍ୟା ସମୟରେ ରୋଗୀ ମାନଙ୍କୁ ନିରବଚ୍ଛିନ୍ନ ସ୍ବାସ୍ଥ୍ୟ ସେବା ଯୋଗାଇ ଦେଇଥିବାରୁ ମୁଖ୍ୟମନ୍ତ୍ରୀ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀ ମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଆଜିର ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (5 T) ଶ୍ରୀ ଭି କେ ପାଣ୍ଡିଆନ୍ ଆଲୋଚନା ସଯୋଜନା କରିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+