For Quick Alerts
Turn On Notification  
For Daily Alerts
Oneindia App Download

୫୦ ହଜାର ମିଶନ ଶକ୍ତି ଗୋଷ୍ଠୀ ସହାୟକ କର୍ମଚାରୀଙ୍କ ପାଇଁ ଆର୍ଥିକ ପ୍ୟାକେଜ

By Staff
|

ଭୁବନେଶ୍ବର: ମିଶନ ଶକ୍ତି ଆନ୍ଦୋଳନର ଗୁରୁତ୍ବ ତଥା ଗୋଷ୍ଠୀ ସହାୟକ କର୍ମଚାରୀମାନଙ୍କ ଅନୁରୋଧ କ୍ରମେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ ବିଭିନ୍ନ ପଞ୍ଚାୟତରେ ସେବା ଯୋଗାଉଥିବା ୫୦ ହଜାର ଗୋଷ୍ଠୀ ସହାୟକ କର୍ମଚାରୀ ମାନଙ୍କ ପାଇଁ ଏକ ଆର୍ଥିକ ପ୍ୟାକେଜ ଘୋଷଣା କରିଛନ୍ତି ।

ନବୀନ ପଟ୍ଟନାୟକ

ମିଶନ ଶକ୍ତି କାର୍ଯ୍ୟକ୍ରମକୁ ଅଧିକ ଶକ୍ତି ତଥା ଗତି ଯୋଗାଇ ଦେବା ସହିତ ସୁସମନ୍ବୟ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ମିଶନ ଶକ୍ତି ନାମରେ ଏକ ସ୍ବତନ୍ତ୍ର ବିଭାଗ ସୃଷ୍ଟି କରିଛନ୍ତି । ବର୍ତ୍ତମାନ ସମସ୍ତ ସ୍ବୟଂ ସହାୟକ ଗୋଷ୍ଠୀ ମହାସଂଘ ମାନେ ଗୋଟିଏ ପ୍ଲାଟଫର୍ମରେ କାମ କରୁଛନ୍ତି । ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୁଡିକ ହେଉଛି - ସ୍ବୟଂ ସହାୟକ ଗୋଷ୍ଠୀ ମାନଙ୍କର ତୃଣମୂଳ ଅନୁଷ୍ଠାନ । ଏହି ମହାସଂଘ ମାନେ ସ୍ବୟଂ ସହାୟକ ଗୋଷ୍ଠୀ ଗୁଡିକୁ ସେମାନଙ୍କ ନିଷ୍ପତ୍ତି ଗ୍ରହଣ ପ୍ରକ୍ରିୟା ସହିତ ଆର୍ଥିକ ଅନ୍ତର୍ଭୁକ୍ତୀକରଣ, ଜୀବିକା ଓ ଦକ୍ଷତାର ବିକାଶ ତଥା ସେମାନଙ୍କର ଆନୁଷ୍ଠାନିକ ଦକ୍ଷତା ବିକାଶ ଦିଗରେ ସହାୟକ ଭୂମିକା ଗ୍ରହଣ କରିଆସୁଛି ।

ଏହି ଗ୍ରାମପଞ୍ଚାୟତସ୍ତରୀୟ ମହାସଂଘ ଗୁଡିକୁ ମାଷ୍ଟର ବୁକ୍‌ କିପର, ବ୍ୟାଙ୍କ ମିତ୍ର, କୃଷି ମିତ୍ର, ପ୍ରାଣୀ ମିତ୍ର, Community Resource Person - Community Mobiliser (CRP-CM) ଆଦି ଗୋଷ୍ଠୀ ସହାୟକ କର୍ମଚାରୀମାନେ ସହାୟତା ଯୋଗାଇ ଦେଉଛନ୍ତି। ରାଜ୍ୟରେ ମିଶନ ଶକ୍ତି ଆନ୍ଦୋଳନକୁ ସୁଦୃଢ କରିବାରେ ଏହି ସହାୟକ କର୍ମଚାରୀ ମାନଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି ।

ମିଳିବ ଏହିସବୁ ସହାୟତା:

୧. ସମସ୍ତ ଗୋଷ୍ଠୀ ସହାୟକ କର୍ମଚାରୀ ମାନଙ୍କୁ ବାର୍ଷିକ ପୋଷାକ ଭତ୍ତା ଭାବରେ ୧୦୦୦ ଟଙ୍କା ମିଳିବ ।

୨. ସମସ୍ତଙ୍କୁ ପରିଚୟ ପତ୍ର ଯୋଗାଇ ଦିଆଯିବ।

୩. ସେମାନଙ୍କ ପସନ୍ଦର ସ୍ମାର୍ଟ ଫୋନ କିଣିବା ପାଇଁ ଗୋଷ୍ଠୀ ସହାୟକ କର୍ମାଚାରୀମାନଙ୍କୁ ଏକକାଳୀନ ୫୦୦୦ ଟଙ୍କା ସହାୟତା ଯୋଗାଇ ଦିଆଯିବ।

୪. ସବୁ CRP- CM ମାନଙ୍କୁ ପାରିଶ୍ରମିକ ଭାବରେ ମାସିକ ୩୦୦୦ ଟଙ୍କା ପ୍ରଦାନ କରାଯିବ ।

୫. ସବୁ CRP- CM ମାନଙ୍କୁ ଗସ୍ତ ଖର୍ଚ୍ଚ ବାବଦ ମାସିକ ୩୫୦ ଟଙ୍କା ପ୍ରଦାନ କରାଯିବ ।

୬. ଟେଲିଫୋନ ଭତ୍ତା ବାବଦରେ CRP- CM ମାନଙ୍କୁ ମାସିକ ୧୫୦ ଟଙ୍କା ପ୍ରଦାନ କରାଯିବ । ଯାହାଫଳରେ ଏହା ବୃଦ୍ଧି ପାଇ ୨୫୦ ଟଙ୍କାରେ ପହଞ୍ଚିବ ।

ଏହି ପ୍ୟାକେଜକୁ ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ସରକାର ଆବଶ୍ୟକ ଆର୍ଥିକ ବ୍ୟବସ୍ଥା କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ମିଶନ ଶକ୍ତି ଆନ୍ଦୋଳନକୁ ଆହୁରି ଆଗକୁ ନେବାରେ ପଞ୍ଚାୟତ ସ୍ତରରେ କାମ କରୁଥିବା ଏହି ଗୋଷ୍ଠୀ ସହାୟକ କର୍ମଚାରୀ ମାନଙ୍କର ମହତ୍ତ୍ବପୂର୍ଣ୍ଣ ଭୂମିକା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସେମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି। ରୂପାନ୍ତରିତ ଓଡ଼ିଶା ଗଠନ ଦିଗରେ ଅଧିକ ପରିଶ୍ରମ କରିବାକୁ ଏହି ଆର୍ଥିକ ପ୍ୟାକେଜ ସେମାନଙ୍କୁ ଉତ୍ସାହିତ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପୋଷଣ କରିଛନ୍ତି ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
Odisha CM announces special financial package for Community Mobilizers working in Panchayat level, Rs 5 thousand for smart phone
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X