Get Updates
Get notified of breaking news, exclusive insights, and must-see stories!

ଶେଷ ହେଲା ପ୍ରଥମ ପର୍ଯ୍ୟାୟ ସ୍କୁଲ ରୂପାନ୍ତର ପର୍ବ, ଲୋକାର୍ପିତ ହେଲା ୧୦୭୮ ସ୍କୁଲ

ଭୁବନେଶ୍ବର: ଆଜି ଶେଷ ହୋଇଛି ରାଜ୍ୟର ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟର ପ୍ରଥମ ପର୍ଯ୍ୟାୟ ଲୋକାର୍ପଣ ପର୍ବ। ପ୍ରଥମ ପର୍ଯାୟରେ ସାରା ରାଜ୍ୟରେ ୩୦ଟି ଜିଲ୍ଲାରେ ୧୦୭୮ଟି ସ୍କୁଲର ରୂପାନ୍ତର କାର୍ଯ୍ୟ ଶେଷ ହୋଇଥିବା ବେଳେ ଦ୍ବିତୀୟ ପର୍ଯ୍ୟାୟରେ ବିଜୁ ବାବୁଙ୍କ ଜୟନ୍ତୀ ୨୦୨୨ ମାର୍ଚ୍ଚ ସୁଦ୍ଧା ୩୩୦୦ ସ୍କୁଲର ରୂପାନ୍ତରଣ ଲକ୍ଷ୍ୟ ରଖାଯାଇଛି।

ଆଜି କୋରାପୁଟ, ଗଜପତି, ଢେଙ୍କାନାଳ, ଅନୁଗୁଳ ବରଗଡ ଓ ଯାଜପୁର ଜିଲ୍ଲାର ୨୪୦ଟି ରୂପାନ୍ତରିତ ସ୍କୁଲର ଲୋକାର୍ପଣ କରି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ପିଲାମାନେ ଦେଖିଥିବା ସ୍ବପ୍ନକୁ ସାକାର କରିବାରେ ସହଯୋଗ କରିବା ହେଉଛି ଆମ ସମସ୍ତଙ୍କର ମିଳିତ ଦାୟିତ୍ବ ଏବଂ ୫-ଟି ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ ହେଉଛି ଏ ଦିଗରେ ସମସ୍ତଙ୍କର ମିଳିତ ସହଯୋଗର ସର୍ବଶ୍ରେଷ୍ଠ ପ୍ରଦର୍ଶନ । ଏହି ଅବସରରେ ସମବେତ ଛାତ୍ରଛାତ୍ରୀ ମାନଙ୍କୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଛାତ୍ର ଜୀବନରେ ସ୍ବପ୍ନ ହିଁ ଆଗକୁ ବାଟ ଦେଖାଇଥାଏ। ବଡ ବଡ ସ୍ବପ୍ନ ଦେଖିବା ସହିତ ତାକୁ ପୂରଣ କରିବା ପାଇଁ ଅହରହ ଚେଷ୍ଟା ଜାରି ରଖିବା ହେଉଛି ଜୀବନର ସାର୍ଥକତା। ଏହି ରୂପାନ୍ତର କାର୍ଯ୍ୟକ୍ରମ ପାଇଁ ସ୍ଥାନୀୟ ଅଞ୍ଚଳର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ତଥା ପିତାମାତା ଏବଂ ଅଭିଭାବକ ମାନଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ ।

ପିଲାମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, "ମୁଁ ଚାହେଁ ମୋ ରାଜ୍ୟର ପିଲା ସବୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ। ପାଠ ସହ କ୍ରୀଡା, ସଂଗୀତ ସବୁ କ୍ଷେତ୍ରରେ ଓଡିଶାର ଗୌରବ ବଢାନ୍ତୁ । ନୂଆ ନୂଆ technology ବିଷୟରେ ଜାଣନ୍ତୁ । ବଡ ବଡ ସ୍ବପ୍ନ ଦେଖନ୍ତୁ ଓ ଜୀବନର ସବୁ ସମସ୍ଯାକୁ ସାମନା କରିବା ପାଇଁ ଆତ୍ମବିଶ୍ବାସର ସହ ଆଗକୁ ବଢନ୍ତୁ । ଏହା ହିଁ ହେଉଛି ସ୍କୁଲ ରୂପାନ୍ତରର ଲକ୍ଷ୍ୟ।"

ମୁଖ୍ୟମନ୍ତ୍ରୀ କହିଲେ, ଏ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସହର ଓ ଗାଁ ର ସ୍କୁଲମାନଙ୍କ ଭିତରେ ଥିବା ତଫାତକୁ ଦୂର କରିଛି । ଗାଁର ସ୍କୁଲରେ ଆଜି ସହରର ଭଲ ଭଲ ବେସରକାରୀ ସ୍କୁଲର ପରିବେଶ ସୃଷ୍ଟି ହୋଇଛି । ଆଉ ଗୋଟିଏ ଗୁରୁତ୍ବପୂର୍ଣ୍ଣ କଥା ହେଲା ସରକାରୀ ସ୍କୁଲରେ ପଢୁଥିବା ପିଲାମାନଙ୍କ ଡାକ୍ତର, ଇଞ୍ଜିନିୟର ହେବାର ସ୍ବପ୍ନ ଯେପରି ସାକାର ହୋଇପାରିବ, ସେଥିପାଇଁ ରାଜ୍ୟ ସରକାର ତୁମ ମାନଙ୍କ ପାଇଁ ୧୫ ପ୍ରତିଶତ ଆସନ ସଂରକ୍ଷିତ କରିଛନ୍ତି ।

ଓଡିଶାର ଶିକ୍ଷା ବିକାଶ କ୍ଷେତ୍ରରେ ଆଜି ଦିନଟି ସବୁବେଳେ ସ୍ବତନ୍ତ୍ର ହୋଇରହିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ୫-ଟି ନୀତି ଉପରେ ଆଲୋକପାତ କରିଥିଲେ। ଏହି କାର୍ଯ୍ୟକ୍ରମରେ ୫ଟି ଜିଲ୍ଲାର ଛାତ୍ରଛାତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ବିଦ୍ୟାଳୟ ରୂପାନ୍ତର ସଂପର୍କରେ ନିଜର ମନ କଥା ଓ ଭବିଷ୍ୟତର ଲକ୍ଷ୍ୟ ସଂପର୍କରେ କହିଥିଲେ। କୋରାପୁଟର ତପସ୍ବିନୀ ମହାପାତ୍ର, ଗଜପତିରି ମର୍ଣ୍ଣିକା ରାଇତା, ଢେଙ୍କାନାଳର ଶୁଭସ୍ମିତା ସାହୁ, ଅନୁଗୁଳର ଶ୍ରେୟାଂସା ପ୍ରଧାନ, ବରଗଡର ସ୍ମୃତିରେଖା ସାହୁ ଓ ଯାଜପୁରର ରଶ୍ମିରେଖା ମିଶ୍ର ପ୍ରମୁଖ ଛାତ୍ରଛାତ୍ରୀ ଆଲୋଚନାରେ ଭାଗ ନେଇ କହିଥିଲେ ଯେ ସ୍କୁଲ ରୂପାନ୍ତରଣ ଆମ ସମସ୍ତଙ୍କ ପାଇଁ ଗର୍ବ ଆଣିଛି ଏବଂ ସରକାରୀ ସ୍କୁଲରେ ପାଠ ପଢିବାର ଗୌରବ ଆଜି ଆମେ ଅନୁଭବ କରୁଛୁ । ସରକାରୀ ସ୍କୁଲ ପିଲାମାନଙ୍କ ପାଇଁ ଉଚ୍ଚଶିକ୍ଷାରେ ପନ୍ଦର ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା କରିଥିବାରୁ, ସେମାନେ ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଥିଲେ।

କାର୍ଯ୍ୟକ୍ରମ ସଂଞ୍ଚାଳନ କରି ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ନିର୍ଦ୍ଧାରିତ ସମୟ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ରୂପାନ୍ତରଣ କାର୍ଯ୍ୟକ୍ରମ ଶେଷ ହୋଇଥିବାରୁ ଏଥିସହ ସଶ୍ଲିଷ୍ଟ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ ଏବଂ ୨୦୨୨ ମାର୍ଚ୍ଚ ସୁଦ୍ଧା ଦ୍ବିତୀୟ ପର୍ଯ୍ୟାୟରେ ୩୩୦୦ ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ପୂରଣ କରିବା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ ।

5t school transformation programme

ସୂଚନାଯୋଗ୍ୟ ଯେ ପ୍ରଥମ ପର୍ଯ୍ୟାୟ ରୂପାନ୍ତରଣ କାର୍ଯ୍ୟକ୍ରମ ଆରମ୍ଭ ପୂର୍ବରୁ ୫-ଟି ସଚିବ ଶ୍ରୀ ପାଣ୍ଡିଆନ ବିଭିନ୍ନ ସ୍କୁଲର ବିକାଶ ସହ ସଶ୍ଲିଷ୍ଟ ଥିବା ୯୦୦୦ ବ୍ୟକ୍ତି ବିଶେଷଙ୍କ ସହିତ ୭୦୦୦ ମିନିଟ ଭିଡିଓ କନ୍‌ଫରେନ୍‌ସିଂ ଯୋଗେ ଆଲୋଚନା କରି ଯୋଜନାକୁ ଚୂଡାନ୍ତ ରୂପ ଦେଇଥିଲେ। ସ୍କୁଲର ପୁରାତନ ଛାତ୍ର ଭାବରେ ଯାଜପାରରେ ବିରଜା ହାଇସ୍କୁଲରେ ଉପସ୍ଥିତ ପୂର୍ବତନ ଅର୍ଥମନ୍ତ୍ରୀ ଶ୍ରୀ ପ୍ରଫୁଲ୍ଲ ଚନ୍ଦ୍ର ଘଡାଇ ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମକୁ ଏକ ଐତିହାସିକ ଉଦ୍ୟମ ଭାବରେ ବର୍ଣ୍ଣନା କରିଥିଲେ ଏବଂ ଏହାସ ସଫଳ କାର୍ଯ୍ୟକାରିତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଓ କାର୍ଯ୍ୟକୁ ସୁନ୍ଦର ଭାବରେ ଆଗେଇ ନେଇଥିବା ୫-ଟି ସଚିବଙ୍କୁ ଧନ୍ୟବାଦ ଜଣାଇଥିଲେ । ଏହି କାର୍ଯ୍ୟକ୍ରମ ଏକ ସମୃଦ୍ଧ ଓଡିଶାର ସ୍ବପ୍ନକୁ ସାକାର କରିବ ବୋଲି ମତପୋଷଣ କରିଥିଲେ ।

ସରକାରୀ ସ୍କୁଲରେ ପାଠ ପଢି ଆଇଏଏସ ଓ ଆଇପିଏସ୍‌ ହୋଇଥିବା ଶକ୍ତି ବିଭାଗର ପ୍ରମୁଖ ସଚିବ ଶ୍ରୀ ନିକୁଞ୍ଜ ବିହାରି ଧଳ ଏବଂ ଗୁଇନ୍ଦା ବିଭାଗର ଡିଆଇଜି ଶ୍ରୀ ଅନୂପ ସାହୁ ସେମାନଙ୍କ ସ୍କୁଲ ଜୀବନର ଅନୁଭୂତି ବଖାଣିବା ସହିତ ଦୃଢ ସଂକଳ୍ପ, ଉଚ୍ଚାକାଂକ୍ଷା ଓ କଠିନ ପରିଶ୍ରମ ଦ୍ବାରା ହିଁ ଜୀବନରେ ସଫଳତା ହାସଲ କରାଯାଇପାରେ ବୋଲି ପିଲାମାନଙ୍କୁ ପରାମର୍ଶ ଦେଇଥିଲେ। ଗଣ ଯୋଗ ଦେଇଥିଲେ । ଉନ୍ନୟନ କମିଶନର ଶ୍ରୀ ପ୍ରଦୀପ ଜେନା ସ୍ବାଗତ ଭାଷଣ ଦେଇଥିଲେ ଏବଂ ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+