ଅଷ୍ଟ୍ରେଲିଆର ହାଇକମିଶନରଙ୍କ ସହ କଥା ହେଲେ ଓଡିଶା ମୁଖ୍ୟମନ୍ତ୍ରୀ; ଭିତ୍ତିଭୂମି ବିକାଶ ପାଇଁ ହେଲା ଆଲୋଚନା

ଭୁବନେଶ୍ବର: ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଅଷ୍ଟ୍ରେଲିଆର ହାଇକମିଶନର ବ୍ୟାରୀ ଓଫାରେଲ ଏଓ (Barry O'Farrel AO)ଙ୍କ ସହିତ ଆଲୋଚନା କରି ବିଭିନ୍ନ କ୍ଷେତ୍ରରେ ଅଷ୍ଟ୍ରେଲିଆ ସହିତ ଓଡିଶାର ଅଧିକ ସହଯୋଗ ସଂପର୍କରେ ଆଲୋଚନା କରିଛନ୍ତି।

odisha cm and Australia High Commisioner

ବୈଠକରେ ଓଡିଶା ଯେପରି ଭାରତୀୟ ହକି ଦଳକୁ ପ୍ରୋତ୍ସାହନ ଦେଉଛି ଏବଂ ହକି ଖେଳରେ ଉନ୍ନତି ପାଇଁ ଓଡିଶା ଯେଭଳି ଭାବରେ ନେତୃତ୍ବ ନେଇଛି, ସେଥିପାଇଁ ହାଇକମିଶନର ମୁଖ୍ୟମନ୍ତ୍ରୀଙ୍କର ଉଚ୍ଚପ୍ରଶଂସା କରିଥିଲେ। ଉଭୟ ଦେଶ ମଧ୍ୟରେ ବ୍ୟବସାୟ ଓ କାରିଗରୀ କୌଶଳ କ୍ଷେତ୍ରରେ ସହଯୋଗର ବ୍ୟାପକ ସମ୍ଭାବନା ଅଛି ବୋଲି ବୈଠକରେ ମତପ୍ରକାଶ ପାଇଥିଲା। ଏତଦ୍‌ବ୍ୟତୀତ ଓଡିଶାର ଦକ୍ଷ ମାନବ ସମ୍ବଳର ଉପଯୋଗ ଉପରେ ଆଲୋଚନା ହୋଇଥିଲା।

ଓଡିଶାରେ ବିଭିନ୍ନ କ୍ରୀଡା ଭିତ୍ତିଭୂମି ସୃଷ୍ଟି, ଉନ୍ନତମାନର ତାଲିମ, ବିଶେଷ କରି ହକି ଖେଳକୁ ଅଧିକ ପ୍ରୋତ୍ସାହନ ଦେବା ଉପରେ ଓଡିଶା ଓ ଅଷ୍ଟ୍ରେଲିଆ ମଧ୍ୟରେ ଅଧିକ ସହଯୋଗ ପାଇଁ ଉଭୟ ସହମତି ପ୍ରକାଶ କରିଥିଲେ। ଏତଦ୍‌ବ୍ୟତୀତ ଖଣି ଅନୁସଂଧାନ କ୍ଷେତ୍ରରେ ଅଷ୍ଟ୍ରେଲିଆ ଓ ଓଡିଶା ମଧ୍ୟରେ ଅଧିକ ମିଳିତ ସହଯୋଗ ଉପରେ ବୈଠକରେ ଗୁରୁତ୍ବ ଆରୋପ କରାଯାଇଥିଲା।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+