ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍ଥ କାର୍ଡ ଯୋଜନା: ସାମିଲ ହେଲା ବରଗଡ ଜିଲ୍ଲା
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବରଗଡ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ପ୍ରାୟ ୩.୬୪ ଲକ୍ଷ ଲୋକ ଏହି ସୁବିଧା ପାଇବେ । ବରଗଡ ସହିତ ରାଜ୍ୟର ୧୧ଟି ଜିଲ୍ଲା ଏହି କାର୍ଯ୍ୟକ୍ରମରେ ସାମିଲ ହେଲା । ଏହି ଅବସରରେ ୫-ଟି ରୂପାନ୍ତର କାର୍ଯ୍ୟକ୍ରମରେ ବିଜେପୁରର ୭୧ଟି ରୂପାନ୍ତରିତ ସ୍କୁଲକୁ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଥିଲେ ।

ଆଜି ମୁଖ୍ୟମନ୍ତ୍ରୀ ବରଗଡରେ ପ୍ରାୟ ୩୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ସେହିପରି ଜିଲ୍ଲାରେ ୨୫୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ କାମ ଜାରି ରହିଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ । ଏଥିରେ ରହିଛି - ୨୦୯୦ କୋଟି ଟଙ୍କାର ଗୁରୁତ୍ବପୂର୍ଣ୍ଣ ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ । ଏହି ପ୍ରକଳ୍ପ ୨୦୨୩ ସେପ୍ଟେମ୍ବର ସୁଦ୍ଧା ସଂପୂର୍ଣ୍ଣ ହେବ ଏବଂ ଚାଷୀମାନେ ଏଥିରୁ ପାଣି ପାଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।ଜିଲ୍ଲାର ୩ ଲକ୍ଷ ୬୪ ହଜାର ପାଇବେ ସ୍ମାର୍ଟ କାର୍ଡର ସୁବିଧା
- ବିଜେପୁରର ୭୧ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ
- ବରଗଡରେ ୩୦୦ କୋଟି ଟଙ୍କାର ପ୍ରକଳ୍ପ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
- ୨୦୨୩ ସେପ୍ଟେମ୍ବର ସୁଦ୍ଧା ଗଙ୍ଗାଧର ମେହେର, ଉଠା ଜଳସେଚନ ପ୍ରକଳ୍ପରୁ ଚାଷୀ ପାଇବେ ପାଣି
- ବରଗଡର ଚାଷୀ ଓ ବୁଣାକାରମାନଙ୍କ ଦକ୍ଷତାକୁ ମୋର ପ୍ରଣାମ: ମୁଖ୍ୟମନ୍ତ୍ରୀ
ଏହି ଅବସରରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ବରଗଡ ହେଉଛି ମା ଲକ୍ଷ୍ମୀଙ୍କ ପବିତ୍ର ଭୂମି । ଓଡିଶାର ଭାତ ହାଣ୍ଡି। ବରଗଡର ବୁଣାକାର ମାନଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ପ୍ରଶଂସା କରି କହିଲେ ଯେ ଚାଷୀଙ୍କ ପରି ବରଗଡର ବୁଣାକାର ମଧ୍ୟ ସାରା ବିଶ୍ବକୁ ସମ୍ବଲପୁରୀ ଶାଢୀ ଉପହାର ଦେଇଛନ୍ତି । ବରଗଡର ଚାଷୀ ଓ ବୁଣାକାରମାନଙ୍କ ଦକ୍ଷତାକୁ ମୋର ପ୍ରଣାମ ବୋଲି ସେ କହିଥିଲେ।
ବରଗଡ ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାଦ୍ବାରା ଜିଲ୍ଲାର ୩ ଲକ୍ଷ ୬୪ ହଜାର ଲୋକ ଉପକାର ପାଇବେ ।
ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍ମାର୍ଟ ହେଲ୍ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ। ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍ପିଟାଲରେ ଭଲ ଚିକିତ୍ସା ପାଇପାରିବେ। ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍ସା ବାଲା - ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ। ଆମ ପାଇ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି ।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications