ଓଡିଶାର ୩୦ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ଯାଣ ଯୋଜନା ଅନ୍ତର୍ଗତ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କାର୍ଯ୍ୟ ଉଦଯାପିତ ହେଲା

ଭୁବନେଶ୍ବର: ମାଲକାନଗିରିରୁ ଅଗଷ୍ଟ ୨୦ ତାରିଖରେ ଆରମ୍ଭ ହୋଇଥିବା ବିଜୁ ସ୍ୱାସ୍ଥ୍ୟ କଲ୍ଯାଣ ଯୋଜନା ଅନ୍ତର୍ଗତ ସ୍ମାର୍ଟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ଆଜି ଯାଜପୁରରେ ସମାପ୍ତ ହୋଇଛି। ଆଜି ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ସାମିଲ ହୋଇଛନ୍ତି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ କାର୍ଯ୍ୟକ୍ରମରେ।

BSKY

ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କେନ୍ଦ୍ରାପଡା ଓ ଯାଜପୁର ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଏହାସହିତ ରାଜ୍ୟର ୩୦ଟି ଜିଲ୍ଲା ଏହି ଯୋଜନାରେ ସାମିଲ ହୋଇଛନ୍ତି। କେନ୍ଦ୍ରାପଡାର ସାଢେ ୧୧ ଲକ୍ଷ ଲୋକ ଏହି ସୁବିଧା ପାଇବା ବେଳେ ଯାଜପୁରର ୧୫ ଲକ୍ଷ ୪୦ ହଜାର ଲୋକ ସ୍ମାର୍ଟ କାର୍ଡ ପାଇବେ । ଏହି ଅବସରରେ ଉଭୟ ଜିଲ୍ଲାରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ ରାଜ୍ୟବାସୀଙ୍କୁ ଚିକିତ୍ସା ଖର୍ଚ୍ଚ ଚିନ୍ତାରୁ ଦୂର କରିବ। ଖଣ୍ଡିଏ କାର୍ଡ ଧରି ରାଜ୍ୟର ସବୁଠାରୁ ଗରିବ ଲୋକଟିଏ ମଧ୍ୟ ଦେଶର ସବୁଠାରୁ ଭଲ ହସ୍‌ପିଟାଲରେ ବିନା ପଇସାରେ ପାଇପାରିବ ଚିକିତ୍ସା ସୁବିଧା। ଏହାଦ୍ବାରା ସେ ନିଜେ ବ୍ୟକ୍ତିଗତ ଭାବରେ ବହୁତ ଖୁସି ବୋଲି ପ୍ରକାଶ କରିଥିଲେ।

BSKY Naveen Patnaik

ମୁଖ୍ୟମନ୍ତ୍ରୀ କେନ୍ଦ୍ରାପଡା ଜିଲ୍ଲାରେ ୧୫୦୦ କୋଟିରୁ ଅଧିକ ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। କେନ୍ଦ୍ରାପଡା ସହିତ ବିଜୁ ବାବୁଙ୍କର ସଂପର୍କକୁ ମନେ ପକାଇ ସେ କହିଥିଲେ ଯେ କେନ୍ଦ୍ରାପଡା ଥିଲା ବିଜୁ ବାବୁଙ୍କ କର୍ମ ଭୂମି। କେନ୍ଦ୍ରାପଡାବାସୀଙ୍କ ସୁଖଦୁଃଖରେ ସେ ସାମିଲ ଥିଲେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ମଧ୍ୟ କେନ୍ଦ୍ରାପଡାର ମାଟି, ପାଣି ଓ ପବନରେ ବିଜୁ ବାବୁଙ୍କ ସ୍ମୃତି ଜଡିତ ହୋଇ ରହିଛି ।

କେନ୍ଦ୍ରାପଡାରେ ଶିଳ୍ପର ବିକାଶ ପାଇଁ ବହୁ ଦିନ ଧରି ଦାବୀ ଥିଲା ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କେନ୍ଦ୍ରାପଡାରେ ଇସ୍ପାତ ଶିଳ୍ପ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ବିଶ୍ବ ପ୍ରସିଦ୍ଧ ଷ୍ଟିଲ କମ୍ପାନୀ ଆର୍‌ସେଲର ମିତ୍ତଲ ସହିତ ରାଜିନାମା କରିଛନ୍ତି । ଏହାଦ୍ବାରା କେନ୍ଦ୍ରାପଡା ଜିଲ୍ଲା ଦେଶର ଶିଳ୍ପ ମାନଚିତ୍ରରେ ଯୋଡି ହେବ ବୋଲି ସେ କହିଥିଲେ । କେନ୍ଦ୍ରାପଡାର ଭୂମିହୀନ ଚାଷୀମାନଙ୍କ ପାଇଁ ବଳରାମ ଯୋଜନାରେ ୨୧ ହଜାର ଚାଷୀଙ୍କୁ ୪୩ କୋଟି ଟଙ୍କାର ସହାୟତା ଦିଆଯାଇଛି ବୋଲି ପ୍ରକାଶ କରି ସେ କହିଥିଲେ ଯେ ଭୂମିହୀନ ଚାଷୀଙ୍କୁ ସହାୟତା ଦେବାରେ ଓଡିଶା ସାରା ଦେଶରେ ଏକ ନମ୍ବର।

ଯାଜପୁରରେ ମୁଖ୍ୟମନ୍ତ୍ରୀ ୨୦୦୦ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଯାଜପୁରର ମିଶନ ଶକ୍ତିର ମା ମାନଙ୍କ କାମକୁ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସେମାନଙ୍କର ବିଜିନେସକୁ ବଢାଇବା ପାଇଁ ୨୨୨ କୋଟି ଟଙ୍କାର ଋଣ ସହାୟତା ଦିଆଯାଇଛି। ଭଲ ପିଇବା ପାଣି ଉପରେ ରାଜ୍ୟ ସରକାରଙ୍କ ଗୁରୁତ୍ବ ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯାଜପୁର ମ୍ୟୁନିସ୍‌ପାଲଟିର ସବୁ ପରିବାରକୁ ପାଇପ ପାଣିର ସୁବିଧା ଦିଆଯାଇପାରିଛି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବ୍ୟାସନଗର ସହିତ ଆଉ ୮ଟି ବ୍ଲକ୍‌ରେ ପାଇପ ପାଣି ପାଇଁ ୧୦୦୦ କୋଟି ଟଙ୍କାର ପ୍ରକଳ୍ପ ଆରମ୍ଭ କରାଯାଇଛି। ସେହିପରି ବରି ଓ କୋରେଇ ବ୍ଲକ୍‌ ପାଇଁ ମଧ୍ୟ ପାଇପ ପାଣିର ପ୍ରକଳ୍ପ ପ୍ରସ୍ତୁତ କରାଯାଉଛି ବୋଲି ସେ କହିଥିଲେ। ୨୦୨୪ ସୁଦ୍ଧା ଜିଲ୍ଲାର ସବୁ ପରିବାରକୁ ପାଇପ ପାଣିର ସୁବିଧା ଯୋଗାଇ ଦିଆଯିବ ବୋଲି ସେ ଘୋଷଣା କରିଥିଲେ।

ମୁଖ୍ୟମନ୍ତ୍ରୀ କହିଲେ ଯେ ଚଳିତ ବର୍ଷ ସେପ୍ଟେମ୍ବର ୧ ତାରିଖରୁ ସାରା ରାଜ୍ୟରେ BSKY Smart Health Card ରେ ସେବା ପ୍ରଦାନ ଆରମ୍ଭ ହୋଇଛି। ସେହି ଦିନ ଠାରୁ ଓଡିଶାର ସ୍ବାସ୍ଥ୍ୟ ସେବାରେ ଏକ ନୂଆ ଯୁଗର ଆରମ୍ଭ ହୋଇଛି ବୋଲି ସେ କହିଥିଲେ । ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ଆମର ଗରିବ ଲୋକମାନଙ୍କ ଚିନ୍ତା ଦୂର ହୋଇଛି। ଏଥିରେ ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ ବୋଲି ସେ କହିଥିଲେ। ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+