For Quick Alerts
Turn On Notification  
For Daily Alerts
Oneindia App Download

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନାରେ ସାମିଲ ହେଲା କନ୍ଧମାଳ ଜିଲ୍ଲା

By Staff
|

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କନ୍ଧମାଳ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ୬ ଲକ୍ଷ ୫୦ ହଜାର ଲୋକ ଏହି ସୁବିଧା ପାଇବେ । ଏହାସହିତ ରାଜ୍ୟର ୧୬ଟି ଜିଲ୍ଲାର ଜନସାଧାରଣ ଏହି କାର୍ଯ୍ୟକ୍ରମରେ ସାମିଲ ହେଲେ।କନ୍ଧମାଳରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ୬ ଲକ୍ଷ ୫୦ ହଜାରେ ଲୋକ ସ୍ମାର୍ଟ କାର୍ଡ ପାଇବେ ବୋଲି ପ୍ରକାଶ କରି ଏହାଦ୍ବାରା ସେମାନଙ୍କର ଏକ ବଡ ସମସ୍ୟା ଦୂର ହୋଇପାରିବ ବୋଲି କହିଥିଲେ।

Naveen Patnaik

ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ। ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ। ଚିକିତ୍ସା ସୁବିଧା ଏବେ ସମସ୍ତଙ୍କ ହାତ ପାଆନ୍ତାରେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାକୁ ସ୍ମାର୍ଟ ହେଲ୍‌ଥ କାର୍ଡ ସମ୍ଭବ କରିପାରିଛି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା - ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ।

ଆମ ପାଇଁ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି।

ଏହି କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା, ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ, ସାଂସଦ ଡ. ଅଚ୍ୟୁତାନନ୍ଦ ସାମନ୍ତ ଓ ବିଧାୟକ ଅଙ୍ଗଦ କହଁର ପ୍ରମୁଖ ଯୋଗଦେଇ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ କାର୍ଡ ରାଜ୍ୟବାସୀଙ୍କ ପାଇଁ ଆଶୀର୍ବାଦ ସାବ୍ୟସ୍ତ ହୋଇଛି ବୋଲି କହିଥିଲେ। ନମ୍ର ସ୍ବଭାବ ଓ ଦୂରଦୃଷ୍ଟି ଯୋଗୁଁ ମୁଖ୍ୟମନ୍ତ୍ରୀ ଆଜି ବିକାଶ ଇତିହାସରେ ଓଡିଶାକୁ ଏକ ନୂତନ ଶିଖରରେ ପହଞ୍ଚାଇପାରିଛନ୍ତି ବୋଲି ସେମାନେ କହିଥିଲେ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
Odisha CM distributes BSKY Smart Health Card in Kandhamal
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X