ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନାରେ ସାମିଲ ହେଲା କେନ୍ଦୁଝର ଜିଲ୍ଲା, ଜିଲ୍ଲାର ୪ ଲକ୍ଷ ୨୦ ହଜାର ପରିବାର ପାଇବେ ସୁବିଧା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କେନ୍ଦୁଝର ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ପ୍ରାୟ ୪.୨୦ ଲକ୍ଷ ପରିବାରଏହି ସୁବିଧା ପାଇବେ । କେନ୍ଦୁଝର ସହିତ ରାଜ୍ୟର ୧୩ଟି ଜିଲ୍ଲା ଏହି କାର୍ଯ୍ୟକ୍ରମରେ ସାମିଲ ହେଲା । ଏହି ଅବସରରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ କାର୍ଯ୍ୟକ୍ରମ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ସାରା ଦେଶକୁ ବାଟ ଦେଖାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ କେନ୍ଦୁଝର ଜିଲ୍ଲା ପାଇଁ ୧୪୩୩ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି।

bsky smart card kendujhar

କେନ୍ଦୁଝରକୁ ଏକ ସମୃଦ୍ଧ ଜିଲ୍ଲା ଭାବରେ ଗଢିବା ସରକାରଙ୍କ ଲକ୍ଷ୍ୟ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟ ସରକାର ଭଲ ପିଇବା ପାଣି ଉପରେ ଗୁରୁତ୍ବ ଦେଇଆସୁଛନ୍ତି । କେନ୍ଦୁଝରର ସବୁ ଗାଁ, ସବୁ ସହର ଓ ସବୁ ପରିବାରକୁ ଡିସେମ୍ବର ୨୦୨୨ ସୁଦ୍ଧା ପାଇପ ପାଣି ସଂଯୋଗ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଜନଜାତି ଭାଇ ଭଉଣୀ ମାନଙ୍କ ରୋଜଗାର ବୃଦ୍ଧି ପାଇଁ ରାଜ୍ୟ ସରକାର ୩୬ କୋଟି ଟଙ୍କାରେ ବୃହତ କୁକୁଡା ପାଳନ ପ୍ରକଳ୍ପ ଆରମ୍ଭ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହାଦ୍ବାରା ୩୦ ହଜାର ଜନଜାତି ଭାଇ ଭଉଣୀ ଉପକାର ପାଇବେ ବୋଲି ସେ କହିଥିଲେ। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଜିଲ୍ଲାର ୪ ଲକ୍ଷ ୨୦ ହଜାର ପରିବାର ସ୍ମାର୍ଟ ହେଲ୍‌ଥ କାର୍ଡ ପାଇବେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏଥିପାଇଁ ଖୁସିବ୍ୟକ୍ତ କରିଥିଲେ।

https://youtu.be/AScw7IoezjM

ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ । ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା - ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ।

ଆମ ପାଇ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି । ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ଶିଶୁ ଦିବସ ଦିନ ୧୦୦ଟି ରୂପାନ୍ତରୀତ ସ୍କୁଲର ଲୋକାର୍ପଣ ପାଇଁ ଖୁସି ବ୍ୟକ୍ତ ପାଇଁ ଏଥିପାଇଁ କାମ କରିଥିବା ଲୋକ ମାନଙ୍କୁ ଧନ୍ୟବାଦ ଦେଇଥିଲେ। ଗୋଟିଏ ଦିନରେ ୧୦୦ଟି ସ୍କୁଲର ଲୋକାର୍ପଣ ସାରା ରାଜ୍ୟରେ ଏକ ରେକର୍ଡ ବୋଲି ସେ କହିଥିଲେ । ପୁଷ୍ଟି ନିରାପତ୍ତା କ୍ଷେତ୍ରରେ କେନ୍ଦୁଝର ଜିଲ୍ଲା ଭଲ ପ୍ରଦର୍ଶନ କରୁଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏଥିରେ ଖୁସି ପ୍ରକାଶ କରିଥିଲେ। ଏହି କାର୍ଯ୍ୟକ୍ରମରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁଦାମ ମାର୍ଣ୍ଡି, ଦକ୍ଷତା ବିକାଶ ମନ୍ତ୍ରୀ ଶ୍ରୀ ପ୍ରେମାନନ୍ଦ ନାୟକ, କେନ୍ଦୁଝର ସାଂସଦ ଶ୍ରୀମତୀ ଚନ୍ଦ୍ରାଣୀ ମୁର୍ମୁ, ଘଷିପୁରା ବିଧାୟକ ଶ୍ରୀ ବଦ୍ରୀ ନାରାୟଣ ପାତ୍ର ଓ କେନ୍ଦୁଝର ପାଟଣା ବିଧାୟକ ଶ୍ରୀ ଜଗନ୍ନାଥ ନାୟକ ଯୋଗ ଦେଇ ଓଡିଶାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ସାରା ଦେଶରେ ଓଡିଶାର ମର୍ଯ୍ୟାଦା ବୃଦ୍ଧି କରିଛି ବୋଲି କହିଥିଲେ। ବିଶେଷକରି, କୋଭିଡ ମହାମାରୀ ସମୟରେ ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପ ସାରା ଦେଶରେ ଅନେକ ଜୀବନ ବଞ୍ଚାଇବାରେ ସଫଳ ହୋଇଥିଲା ବୋଲି ସେମାନେ କହିଥିଲେ । କେନ୍ଦୁଝରର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଅନେକ ପଦକ୍ଷେପ ନେଇଛନ୍ତିଢ଼ ବୋଲି ପ୍ରକାଶ କରି ସେମାନେ ବିଭିନ୍ନ କ୍ଷେତ୍ରରେ କେନ୍ଦୁଝର ଜିଲ୍ଲାର ବିକାଶ ଉପରେ ଆଲୋକପାତ କରିଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+