ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନାରେ ସାମିଲ ହେଲା ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଉଭୟ ଜିଲ୍ଲାର ୧୦ ଲକ୍ଷ ଲେଖାଏ ଲୋକ ଏହି ସୁବିଧା ପାଇବେ । ଏହାସହିତ ରାଜ୍ୟର ୧୫ଟି ଜିଲ୍ଲାର ଜନସାଧାରଣ ଏହି କାର୍ଯ୍ୟକ୍ରମରେ ସାମିଲ ହେଲେ ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ସୁସ୍ଥ ଓଡିଶା ଓ ସୁଖୀ ଓଡିଶା ଦିଗରେ ଏକ ବଳିଷ୍ଠ ପଦକ୍ଷେପ। ସମସ୍ତଙ୍କର ସମ୍ମାନର ସହିତ ବଞ୍ଚିବାର ଅଧିକାର ଅଛି ଏବଂ ଏହି ହେଲ୍‌ଥ କାର୍ଡ ଏହି ଅଧିକାରକୁ ସୁନିଶ୍ଚିତ କରିଛି । କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ଢେଙ୍କାନାଳ ଜିଲ୍ଲା ପାଇଁ ୮୮୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଥିବା ବେଳେ ଅନୁଗୁଳ ପାଇଁ ୧୧୭୬ କୋଟି ଟଙ୍କାର ପ୍ରକଳ୍ପ ଆରମ୍ଭ କରିଛନ୍ତି।

Naveen patnaik, bsky

ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ଅନୁଗୁଳ ଜିଲ୍ଲା ଯାଇ ସେଠାରେ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ବରେଣ୍ୟ ସ୍ବାଧୀନା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀ ଓ ମାଳତୀ ଚୌଧୁରୀଙ୍କ ସଂକଳ୍ପ ଓ ତ୍ୟାଗକୁ ସ୍ମରଣ କରିଥିଲେ। ସେମାନଙ୍କ ପ୍ରତିଷ୍ଠିତ ବାଜିରାଉତ ଛାତ୍ରାବାସ ପାଇଁ ଅନୁଗୁଳ ଜିଲ୍ଲା ପ୍ରସିଦ୍ଧ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏହି ଅବସରରେ ତାଳଚେର ପ୍ରଜାମଣ୍ଡଳ ଆନ୍ଦୋଳନର ସଂଗ୍ରାମୀ ମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ।

ମୁଖ୍ୟମନ୍ତ୍ରୀ ଅନୁଗୁଳ ପାଇଁ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରି ରାଜ୍ୟ ସରକାର ବର୍ତ୍ତମାନ ଭଲ ପିଇବା ପାଣି ଉପରେ ଗୁରୁତ୍ବ ଦେଇଆସୁଛନ୍ତି । ଜିଲ୍ଲାରେ ମିଲେଟ ମିଶନ ପ୍ରତି ଚାଷୀଙ୍କ ଆଗ୍ରହ ବଢୁଥିବା ଯୋଗୁ ସେ ଖୁସି ପ୍ରକାଶ କରି କହିଲେ ଜିଲ୍ଲାରେ ୩୦୦୦ ଚାଷୀ ଏଥିରେ ସାମିଲ ହୋଇଛନ୍ତି । ଏହା ଆମର ପୁଷ୍ଟି ନିରାପତ୍ତାକୁ ମଜବୁତ କରିବ ବୋଲି ସେ କହିଥିଲେ । ସେହିପରି ଢେଙ୍କାନାଳରେ ମୁଖ୍ୟମନ୍ତ୍ରୀ ଶହୀଦ ବାଜିରାଉତ ଓ ସାରଙ୍ଗଧର ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଦେଇ କହିଥିଲେ ଯେ ଏ ମାଟି ସବୁବେଳେ ଅନ୍ୟାୟ ବିରୁଦ୍ଧରେ ସଂଗ୍ରାମ କରିଆସିଛି । ଢେଙ୍କାନାଳର ପ୍ରଜାମଣ୍ଡଳ ଆନ୍ଦୋଳନ ଓଡିଶା ଇତିହାସର ଏକ ଗୌରବମୟ ଅଧ୍ୟାୟ ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ଏହାର ସଂଗ୍ରାମୀ ମାନଙ୍କୁ ପ୍ରଣାମ ଜଣାଇଥିଲେ। ଢେଙ୍କାନାଳରେ ବିଭିନ୍ନ ପ୍ରକଳ୍ପ ଆରମ୍ଭ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶିଳ୍ପ ସହିତ ଉଦ୍ୟାନ କୃଷିରେ ମଧ୍ୟ ଢେଙ୍କାନାଳ ସୁନାମ କରୁଛି । ଢେଙ୍କାନାଳରେ ପର୍ଯ୍ୟଟନର ବିକାଶ ପାଇଁ ୫୦ କୋଟି ଟଙ୍କା ବିନିଯୋଗ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ ।

https://www.youtube.com/watch?v=SjvuBvHdmrg

ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ । ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ ।

https://www.youtube.com/watch?v=DrMVSeU6fqM

ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ। ଏହି କାର୍ଯ୍ୟକ୍ରମରେ ଢେଙ୍କାନାଳରେ ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ, ଢେଙ୍କାନାଳ ସାଂସଦ ମହେଶ ସାହୁ, ହିନ୍ଦୋଳ ବିଧାୟକ ସୀମାରାଣୀ ନାୟକ, ଢେଙ୍କାନାଳ ବିଧାୟକ ସୁଧୀର ସାମଲ ପ୍ରମୁଖ ଯୋଗଦେଇଥିବା ବେଳେ, ଅନୁଗୁଳରେ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଅଶୋକ ପଣ୍ଡା, ଉପ ବାଚସ୍ପତି ରଜନୀକାନ୍ତ ସିଂହଙ୍କ ସମେତ ଜିଲ୍ଲାର ବିଧାୟକଗଣ ଯୋଗ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ କଲ୍ୟାଣ କାର୍ଯ୍ୟକ୍ରମ ଓଡିଶାର ଗରିବ ଲୋକଙ୍କ ମନରେ ଭରସା ସୃଷ୍ଟି କରିଛି ବୋଲି ସେମାନେ ପ୍ରକାଶ କରିବା ସହିତ, ଏହା ଅନ୍ୟ ରାଜ୍ୟ ମାନଙ୍କ ପାଇଁ ଆଦର୍ଶ ସୃଷ୍ଟି କରିଛି ବୋଲି କହିଥିଲେ । ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ଓଡିଶା ବିକାଶର ନୂଆ ନୂଆ ପାହାଚ ଅତିକ୍ରମ କରିଚାଲିଛି ବୋଲି ସେମାନେ କହିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ହିତାଧିକାରୀ ମାନଙ୍କୁ କାର୍ଡ ବଣ୍ଟନ ସହ ସ୍ବାସ୍ଥ୍ୟ ସଚେତନତା ରଥର ଶୁଭାରମ୍ଭ କରିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+