ଭୁବନେଶ୍ବର ଏକାମ୍ର ଅଞ୍ଚଳରେ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ୧୦୩ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ବରର ଏକାମ୍ର ଅଞ୍ଚଳରେ ୧୦୩ କୋଟି ଟଙ୍କା ବିନିଯୋଗରେ ୧୩ଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏଥିରେ ଏକାମ୍ର ଅଞ୍ଚଳର ବିକାଶ ପାଇଁ ପୁରୁଣା ଭୁବନେଶ୍ବରରେ ୨୪ ଘଣ୍ଟିଆ ଗୁଣାତ୍ମକ ପାନୀୟ ଜଳ ଯୋଗାଣ, ଧଉଳି ଶାନ୍ତିସ୍ତୂପର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ, କେଦାରଗୌରୀ ପାଣିର ବିଶୁଦ୍ଧକରଣ ଆଦି ଅନେକ ଗୁରୁତ୍ବପର୍ଣ୍ଣ ପ୍ରକଳ୍ପ ଆରମ୍ଭ କରାଯାଇଛି। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଲିଙ୍ଗରାଜ ଅଞ୍ଚଳକୁ ସୁନ୍ଦର କରି ଗଢିତୋଳିବା ପାଇଁ ଏକାମ୍ର ଯୋଜନା ଜନସାଧାରଣଙ୍କ ସହଯୋଗରେ ଆରମ୍ଭ କରାଯାଇଛି । ଏହା ଶେଷ ହେଲେ ଭୁବନେଶ୍ବରର ଗରିମା ଆହୁରି ବୃଦ୍ଧି ପାଇବ। ପୁରୀରେ ୨୪ ଘଣ୍ଟିଆ ଡ୍ରିଙ୍କ ଫ୍ରମ୍ ଟ୍ୟାପର ଉଦାହରଣ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ବର୍ତ୍ତମାନ ପୁରୀର ଜନସାଧାରଣ ସଂପୁର୍ଣ୍ଣ ବିଶୁଦ୍ଧ ଜଳ ପାଇପାରୁଛନ୍ତି । ବର୍ତ୍ତମାନ ପୁରୁଣା ଭୁବନେଶ୍ବରର ଜନସାଧାରଣ ମଧ୍ୟ ଏହି ସୁବିଧା ପାଇବେ।

ekamra bhubaneswar naveen patnaik

ବିକାଶ ଓ କଲ୍ୟାଣ ସରକାରଙ୍କର ମୁଖ୍ୟ ପରିଚୟ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ ରାଜ୍ୟର ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଉପରେ ଆଲୋକପାତ କରିଥିଲେ । ଏହା ଦେଶର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଏକ ବିପ୍ଳବ ଆଣିଛି ବୋଲି ସେ କହିଥିଲେ । ଏହି କାର୍ଯ୍ୟକ୍ରମରେ ପୂର୍ତ୍ତମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା, ଜଳସେଚନ ଏବଂ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ଏବଂ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଅଶୋକ ପଣ୍ଡା ପ୍ରମୁଖ ଯୋଗ ଦେଇ ରାଜ୍ୟର ବିକାଶରେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଦୃଢ ନେତୃତ୍ବର ଉଚ୍ଚପ୍ରଶଂସା କରିଥିଲେ । ଓଡିଶାର ବିକାଶ ପାଇଁ ଯେଉଁ ସବୁ ପଦକ୍ଷେପ ନିଆଯାଇଛି ଓ ଯୋଜନା କରାଯାଇଛି, ତାକୁ ଆନ୍ତର୍ଜାତିକ ସ୍ତରର ସ୍ବୀକୃତି ମିଳିଛି ବୋଲି ସେମାନେ କହିଥିଲେ।

ଏହିସବୁ ପ୍ରକଳ୍ପ ଆଜି ଆରମ୍ଭ ହେଲା:

ଆଜି ଆରମ୍ଭ ହୋଇଥିବା ପ୍ରକଳ୍ପ ଗୁଡିକ ହେଉଛି: ଏକାମ୍ର ଅଞ୍ଚଳରେ ୨୪ ଘଣ୍ଟିଆ ବିଶୁଦ୍ଧ ଜଳଯୋଗାଣ (Drink From Tap), ବରମୁଣ୍ଡା ହାଉସିଂବୋର୍ଡ କଲୋନୀ ଓ ଜଗନ୍ନାଥ ବିହାର ଅଞ୍ଚଳରେ ୨୪ ଘଣ୍ଟିଆ ପାନୀୟ ଜଳଯୋଗାଣ, କପିଳେଶ୍ବରରେ ଗଙ୍ଗୁଆ ବାମପାର୍ଶ୍ବ କେନାଲ ବନ୍ଧରେ ଦୁଇ ଲେନ୍‌ ବିଶିଷ୍ଟ ରାସ୍ତା, କେଦାରଗୌରୀ ମନ୍ଦିରରୁ ଅପରିସ୍କୃତ ଜଳ ନିଷ୍କାସନ ପାଇଁ ଭୁବନେଶ୍ବର-ପୁରୀ ରୋଡ୍‌ରେ ବକ୍‌ସ କଲ୍‌ଭଟ, ଲିଙ୍ଗିପୁର ଇନ୍ଦିରା କଲୋନୀରେ ପାଇପ ପାଣି ବ୍ୟବସ୍ଥା, ଲିଙ୍ଗରାଜ ଓ ଗୋଖିବାବା ଅଞ୍ଚଳର କୁଷ୍ଠ କଲୋନୀର ବାସିନ୍ଦା ମାନଙ୍କର ଥଇଥାନ, ସମ୍‌ ହସ୍‌ପିଟାଲ ରାସ୍ତାର ଆଲୋକୀକରଣ, ଧଉଳି ଶାନ୍ତିସ୍ତୂପର ସୌନ୍ଦର୍ଯ୍ୟକରଣ, ଦୟା ପଶ୍ଚିମ କେନାଲ ଉପରେ ସେତୁ ନିର୍ମାଣ, ଦୟା ଦକ୍ଷିଣ ବନ୍ଧ ଉପରେ ରାସ୍ତା ନିର୍ମାଣ, କୂଆଖାଇ ଦକ୍ଷିଣବନ୍ଧର ପୁନରୁଦ୍ଧାର, ଦୟା ନଦୀ ଦକ୍ଷିଣ ବନ୍ଧର ସୁଦୃଢୀକରଣ ଓ ଉନ୍ନତିକରଣ। ଏହି କାର୍ଯ୍ୟକ୍ରମରେ ବି.ଏମ.ସି କମିଶନର ସଂଜୟ ସିଂହ, ଖୋର୍ଦ୍ଧା ଜିଲ୍ଲାପାଳ ଓ ଅନ୍ୟାନ୍ୟ ଅଧିକାରୀମାନେ ଯୋଗ ଦେଇଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+