ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କଲେ ଓମ୍‌ଫେଡ୍‌ର ଅତ୍ୟାଧୁନିକ ପ୍ଲାଣ୍ଟ୍, ଦୈନିକ ୫ଲକ୍ଷ ଲିଟର ଉତ୍ପାଦନ କ୍ଷମତା

ଭୁବନେଶ୍ବର: ଆଜି କଟକ ଜିଲ୍ଲାର ଅରିଲୋ ଠାରେ ୨୬୩ କୋଟି ଟଙ୍କା ବ୍ୟୟରେ ନିର୍ମିତ ଓମ୍‌ଫେଡ୍‌ର ଅତ୍ୟାଧୁନିକ ଦୁଗ୍ଧ ପ୍ରକ୍ରିୟାକରଣ କାରଖାନା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଉଦ୍‌ଘାଟିତ ହୋଇଯାଇଛି। ଏହି ଅତ୍ୟାଧୁନିକ ପ୍ଲାଣ୍ଟରେ ଦୈନିକ ୫ ଲକ୍ଷ ଲିଟର କ୍ଷୀର ପ୍ରକ୍ରିୟା କରଣ କରାଯିବ ଏବଂ ଏଥିରୁ ଦୈନିକ ୨ ଲକ୍ଷ ଲିଟର ଦୁଗ୍ଧ ଗୁଣ୍ଡ ଉତ୍ପାଦିତ ହେବ । ଏହା ସହିତ ଉଚ୍ଚମାନର ଦହି, ଦୁଗ୍ଧ, ଲହୁଣି, ଲସି, ଘିଅ, ପନୀର ଉତ୍ପାଦନ କରାଯାଇ ଲୋକଙ୍କୁ ସୁଲଭ ମୂଲ୍ୟରେ ଯୋଗାଇ ଦିଆଯିବ।

omfed plant cuttack

ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଲେ ଯେ ଓମ୍‌ଫେଡ୍‌ ହେଉଛି ରାଜ୍ୟର ଲକ୍ଷ ଲକ୍ଷ ଦୁଗ୍ଧ ଚାଷୀ ମାନଙ୍କର ନିଜ ଅନୁଷ୍ଠାନ ୤ ଏହାର ବିକାଶରେ ସବୁ ଚାଷୀ ଭାଇ ଭଉଣୀ ମାନଙ୍କର ଅବଦାନ ରହିଛି । ଓମ୍‌ଫେଡ୍‌ ମଧ୍ୟ ସବୁବେଳେ ଚାଷୀଙ୍କ ସ୍ବାର୍ଥର ସୁରକ୍ଷା ପାଇଁ କାମ କରିଆସୁଛି । ଆଜିର ଏହି ନୂଆ ପ୍ଲାଣ୍ଟ ଉଦଘାଟନ ଦ୍ବାରା ଚାଷୀ ମାନଙ୍କର ରୋଜଗାର ବଢିବ ଓ ପ୍ରାୟ ୬ ଲକ୍ଷ ଚାଷୀ ଉପକାର ପାଇବେ ।

ନବୀନ ପଟ୍ଟନାୟକ

ମୁଖ୍ୟମନ୍ତ୍ରୀ କହିଲେ ଯେ ଆମର ସବୁ କାର୍ଯ୍ୟକ୍ରମର ମୁଖ୍ୟ ଲକ୍ଷ ହେଉଛି ଚାଷୀ ଭାଇର ରୋଜଗାର ବଢାଇବା । ଏଥିପାଇଁ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି ।ରାଜ୍ୟରେ ଡାଇରୀ ଫାର୍ମ ଓ Processing Unit ପ୍ରତିଷ୍ଠା ପାଇଁ ଯେପରି ଯୁବ ସମାଜ ଆଗେଇ ଆସିବେ ସେଥିପାଇଁ ରାଜ୍ୟ ସରକାର ୫୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ରିହାତି ଦେଉଛନ୍ତି । ତେଣୁ ସରକାରଙ୍କର ବିଭିନ୍ନ କାର୍ଯ୍ୟକ୍ରମର ସୁଯୋଗ ନେଇ ରାଜ୍ୟର ବିକାଶରେ ଭାଗୀଦାର ହେବା ପାଇଁ ମୁଖ୍ୟମନ୍ତ୍ରୀ ଆହ୍ବାନ ଜଣାଇଥିଲେ ।

ପୁଷ୍ଟି ନିରାପତ୍ତାରେ ଦୁଗ୍ଧର ଗୁରୁତ୍ବ ବିଷୟରେ ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ଆହ୍ବାନ ଜଣାଇଥିଲେ ଏବଂ ଶ୍ବେତ ବିପ୍ଳବ ଆଣିବା ପାଇଁ ସରକାରଙ୍କ ଉଦ୍ୟମରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ । ରାଜ୍ୟରେ ଓମ୍‌ଫେଡ୍‌ର ଦୁଗ୍ଧ ସଂଗ୍ରହ କ୍ଷମତା ଦୈନିକ ୧୦ ଲକ୍ଷ ଲିଟରକୁ ବୃଦ୍ଧି କରିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ । ସୂଚନାଯୋଗ୍ୟ ଯେ ଗତ ଦୁଇ ଦଶକରେ ରାଜ୍ୟରେ ଦୁଗ୍ଧ ଉତ୍ପାଦନ ତିନିଗୁଣ ବୃଦ୍ଧି ପାଇଛି । ୨୦୦୦ ମସିହାରେ ରାଜ୍ୟରେ ଦୁଗ୍ଧ ଉତ୍ପାଦନ ୮ଲକ୍ଷ ୭୫ ହଜାର ମେଟ୍ରିକ ଟନ୍‌ ଥିବାବେଳେ ୨୦୨୦ ରେ ଏହା ୨୩ ଲକ୍ଷ ୭୦ ହଜାର ମେଟ୍ରିକ ଟନ୍‌କୁ ବୃଦ୍ଧି ପାଇଛି । ବର୍ତ୍ତମାନ ଓମ୍‌ଫେଡ୍‌ ଦ୍ବାରା ଦୈନିକ ସଂଗୃହିତ ୫ ଲକ୍ଷ ଲିଟର ଦୁଗ୍ଧ ଓମ୍‌ଫେଡ୍‌ର ୪୦୫ ଟି ଶୀତଳୀକରଣ କେନ୍ଦ୍ରରେ କରାଯାଉଛି ଏବଂ ୧୩ ଟି ପ୍ଲାଣ୍ଟରେ ପ୍ରକ୍ରିୟାକରଣ କରାଯାଉଛି ।

ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ବିଭାଗୀୟ ମନ୍ତ୍ରୀ ଡ. ଅରୁଣ ସାହୁ ରାଜ୍ୟରେ କୃଷି ଓ ଆନୁସଙ୍ଗୀକ କୃଷିର ବିକାଶ କ୍ଷେତ୍ରରେ ସରକାର ଗ୍ରହଣ କରିଥିବା ବିଭିନ୍ନ କାର୍ଯ୍ୟକ୍ରମ ଉପରେ ଆଲୋକପାତ କରିଥିଲେ । ସଂଗୃହିତ ଦୁଗ୍ଧର ଉପଯୁକ୍ତ ବିକ୍ରି ଓ ଉଚିତ ମୂଲ୍ୟ ପାଇବା ହେତୁ ଦୁଗ୍ଧ ଚାଷୀଙ୍କ ଆୟରେ ଉଲ୍ଲେଖନୀୟ ବୃଦ୍ଧି ଘଟିବେ ବୋଲି ସେ ଆଶା ପ୍ରକାଶ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବାଙ୍କି ବିଧାୟକ ଶ୍ରୀ ଦେବୀ ରଞ୍ଜନ ତ୍ରିପାଠୀ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ ଜେନା, NDDBର ଅଧ୍ୟକ୍ଷ ଓ ବିଭାଗୀୟ ଶାସନ ସଚୀବ ପ୍ରମୁଖ ଯୋଗ ଦେଇଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+