For Quick Alerts
Turn On Notification  
For Daily Alerts
Oneindia App Download

ଇଣ୍ଡିଆ ରିଜର୍ଭ ବାଟାଲିଅନ ପାଇଁ ୬୬୩ଟି ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୩ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ (IR Battalion) ପାଇଁ ୬୬୩ଟି ପଦବୀକୁ (Security Coys) ମଞ୍ଜୁର କରିଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟେକ ରିଜର୍ଭ ବାଟାଲିଅନ ପାଇଁ ୨୨୧ଟି ପଦବୀ ସୃଷ୍ଟି କରାଯାଇଛି ।

|

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୩ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ (IR Battalion) ପାଇଁ ୬୬୩ଟି ପଦବୀକୁ (Security Coys) ମଞ୍ଜୁର କରିଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟେକ ରିଜର୍ଭ ବାଟାଲିଅନ ପାଇଁ ୨୨୧ଟି ପଦବୀ ସୃଷ୍ଟି କରାଯାଇଛି ।

CM Naveen

ଏହି ନୂତନ ପଦବୀ ଗୁଡିକ ହେଲା ଡେପୁଟି କମାଣ୍ଡାଣ୍ଟ-୧, ହାବିଲଦାର ମେଜର-୧୮, ହାବିଲଦାର-୨୩, କନେଷ୍ଟବଳ-୧୫୪, ଇନିସ୍‌ପେକ୍ଟର (WT)-୧, ସବ୍‌ଇନିସ୍‌ପେକ୍ଟର (WT)-୨, ହାବିଲଦାର (WT)-୪, କନେଷ୍ଟବଳ(WT)-13, ହେଡକ୍ଲର୍କ-୧, ମେଡିକାଲ ଅଫିସର-୧, ଫାର୍ମାସିଷ୍ଟ-୨ ଓ ଷ୍ଟାଫ ନର୍ସ-୧ । ଏହିପରି ପ୍ରତ୍ୟେକ ବାଟାଲିଅନରେ ୨୨୧ ଜଣ କର୍ମଚାରୀ ଓ ଅଧିକାରୀ ନିୟୋଜିତ ହେବେ।

ଏହାସହିତ ପ୍ରତ୍ୟେକ ବାଟାଲିଅନରେ ବିଭିନ୍ନ ସହାୟକ କାର୍ଯ୍ୟ ପାଇଁ ୪୪ଟି ପଦବୀ ସୃଷ୍ଟି କରାଯାଇଛି, ଯାହାକି ଆଉଟ ସୋର୍‌ସିଂ ଜରିଆରେ ପୂରଣ କରାଯିବ । ୩ଟି ବାଟାଲିଅନ ପାଇଁ ୧୩୨ଟି ଆଉଟ ସୋର୍‌ ସିଂ ପଦବୀ ସୃଷ୍ଟି କରାଯାଇଛି ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
Odisha CM Naveen Patnaik Approved 663 Posts for India Reserve Battalion
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X