କେନ୍ଦ୍ରାପଡା ସାତଭାୟା ଥଇଥାନ କଲୋନୀ ହେବ ଆଦର୍ଶ କଲୋନୀ, ୨୨ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ସାତଭାୟା ବଗପାଟିଆ ଥଇଥାନ କଲୋନୀ ହେବ ଆଦର୍ଶ କଲୋନୀ । 5T ସଚିବ ଭିକେ ପାଣ୍ଡିଆନଙ୍କ ଗସ୍ତର 24 ଘଣ୍ଟା ମଧ୍ୟରେ ମଞ୍ଜୁର ହେଲା ୨୨ କୋଟି ଟଙ୍କା ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଗତ ୨୭ ଓ ୨୮ ତାରିଖ ଦୁଇ ଦିନ ଧରି 5T ସଚିବ ଭିକେ ପାଣ୍ଡିଆନ୍ କେନ୍ଦ୍ରପଡା ଗସ୍ତ କରିଥିଲେ । ଗସ୍ତର ଦ୍ଵିତୀୟ ଦିନରେ ସେ ସାତଭାୟା ବଗପାଟିଆ ଅଞ୍ଚଳ ପରିଦର୍ଶନ କରିଥିଲେ ।

ଏହି ସମୟରେ ଭିକେ ପାଣ୍ଡିଆନ୍ ବିସ୍ଥାପିତ ଲୋକମାନଙ୍କୁ ଭେଟିଥିଲେ , ସେମାନଙ୍କ ସମସ୍ୟା ବୁଝିଥିଲେ । ସରକାରଙ୍କ ଯୋଜନା ବିଷୟରେ ଲୋକଙ୍କ ସହ ଆଲୋଚନା କରିଥିଲେ ଏବଂ ସେମାନଙ୍କ ମତାମତ ପଚାରି ବୁଝିଥିଲେ । ପରେ ଭୁବନେଶ୍ବର ଫେରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସ୍ଥାନୀୟ ଲୋକଙ୍କ ଆବଶ୍ୟକତା ସମ୍ପର୍କରେ ଅବଗତ କରିଥିଲେ । ଆଲୋଚନା ପରେ ମୁଖ୍ୟମନ୍ତ୍ରୀ ସାତଭାୟା ବଗପାଟିଆ ଆଦର୍ଶ କଲୋନୀ ନିମନ୍ତେ ପ୍ରଥମ ପର୍ୟ୍ୟାୟରେ ତୁରନ୍ତ ୨୨ କୋଟି ୫୦ ଲକ୍ଷ ୭୧ ହଜାର ଟଙ୍କା ପ୍ୟାକେଜ ମଞ୍ଜୁର କରିଛନ୍ତି ।
ଏହି ଅର୍ଥରେ ସେ ଅଞ୍ଚଳରେ ବନ୍ଧ ବାଡର ସୁଦୃଢୀକରଣ ସହିତ ହିତାଧିକାରୀଙ୍କ ବାସଗୃହ ,ଜୀବିକା କାର୍ୟ୍ୟକ୍ରମ, ରାସ୍ତା, ପିଇବା ପାଣି, ବିଜୁଳି ଓ ପଞ୍ଚାୟତ ଗୃହ ଆଦି ଭିତ୍ତିଭୂମିର ବିକାଶ କରାଯିବ । ଏହା ସହିତ ଲୋକଙ୍କ ଆବଶ୍ୟକତା ଭିତ୍ତିରେ ସେମାନଙ୍କୁ ଚାଷ ଜମି ମଧ୍ୟ ଯୋଗାଇଦିଆଯିବ । ସେହିପରି ପ୍ରସିଦ୍ଧ ପଞ୍ଚୁବରାହୀ ପୀଠରେ ଭିତ୍ତିଭୂମିର ଉନ୍ନତି ଓ ସୌନ୍ଦର୍ୟ୍ୟକରଣ ସହ ଲାଇଟ୍ ଏବଂ ସାଉଣ୍ଡର ବ୍ୟବସ୍ଥା କରାଯାଇ ଏହାକୁ ଏକ ପ୍ରମୂଖ ପର୍ୟ୍ୟଟକ ସ୍ଥାନ ଭବରେ ବିକଶିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପର୍ୟ୍ୟଟନ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ।
ଏ ସମସ୍ତ କାମ ୫-ଟି ଉପକ୍ରମରେ ତୁରନ୍ତ ହାତକୁ ନେଇ ନିର୍ଦିଷ୍ଟ ସମୟ ସୀମା ମଧ୍ୟରେ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସୂଚନଯୋଗ୍ୟ ଯେ ଜଳବାୟୁ ପରିବର୍ତ୍ତନ ପ୍ରଭାବରେ ସାତଭାୟା ଅଞ୍ଚଳ ସମୁଦ୍ରରେ ଲୀନ ହୋଇଯାଇଥିବାରୁ କ୍ଷତିଗ୍ରସ୍ତ ଲୋକଙ୍କୁ ବଗପାଟିଆରେ ଥଇଥାନ କରାଯାଉଛି । ଜଳବାୟୁ ପରିବର୍ତ୍ତନ ଦ୍ଵାର ପ୍ରଭାବିତ ଲୋକଙ୍କ ଥଇଥାନ ପାଇଁ ଏହା ଦେଶର ପ୍ରଥମ କଲୋନୀ ।
ସୂଚନଯୋଗ୍ୟ ଯେ ଜଳବାୟୁ ପରିବର୍ତ୍ତନ ପ୍ରଭାବ ରେ ସାତଭାୟା ଅଞ୍ଚଳ ସମୁଦ୍ରରେ ଲୀନ ହୋଇ ଯାଇଥିବାରୁ କ୍ଷତିଗ୍ରସ୍ତ ଲୋକଙ୍କୁ ବଗପାଟିଆରେ ଥଇଥାନ କରାଯାଉଛି। ଜଳବାୟୁ ପରିବର୍ତ୍ତନ ଦ୍ଵାର ପ୍ରଭାବିତ ଲୋକଙ୍କ ଥଇଥାନ ପାଇଁ ଏହା ଦେଶର ପ୍ରଥମ କଲୋନି ।
-
LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଶୀଘ୍ର କରନ୍ତୁ ଏହି କାମ -
ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ -
କ୍ରସ୍ ଭୋଟିଂ ପାଇଁ କଂଗ୍ରେସରୁ ନିଲମ୍ବନ ହେଲେ ୩ ବିଧାୟକ -
ନିଲମ୍ବିତ ବିଧାୟକମାନଙ୍କୁ ବଡ଼ ଆହ୍ବାନ ଦେଲେ ମୋକିମ୍, କହିଲେ...... -
ଆଉ ଆଲୋଚନା ନୁହେଁ, ଆମେ ପାକିସ୍ତାନଠାରୁ ପ୍ରତିଶୋଧ ନେବୁ... କାବୁଲରେ ଆକ୍ରମଣ ପରେ ତାଲିବାନ କଲା ଘୋଷଣା -
ଇରାନ-ଆମେରିକା ଯୁଦ୍ଧ, ଗିରଫ ହେଲେ ୧୯ ଭାରତୀୟ -
ଖଡଗେଙ୍କୁ ପ୍ରଶଂସା କଲେ ମୋଦୀ, କହିଲେ ତାଙ୍କ ପାଖରୁ...... -
ମହାପ୍ରଭୁଙ୍କ ଦର୍ଶନ କଲେ ଦିଲୀପ ରାୟ: କହିଲେ… -
ରାଜ୍ୟରେ ଆସନ୍ତା ୫ଦିନ ଧରି ଘଡ଼ଘଡ଼ି ଓ ବର୍ଷା ! -
Rajya Sabha Election : ୪ ବିଜୟୀ ନେତାଙ୍କୁ ମିଳିଲା ସାର୍ଟିଫିକେଟ୍ -
ଗୁଜୁରାଟ ମୁନ୍ଦ୍ରା ବନ୍ଦରରେ ପହଞ୍ଚିଲା ଶିବାଲିକ୍ ଏଲ୍ପିଜି ଟ୍ୟାଙ୍କର -
ଭୁବନେଶ୍ବରରେ ପହଞ୍ଚିଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ












Click it and Unblock the Notifications