ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମୋ ସରକାରର ସମୀକ୍ଷା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ ମୋ ସରକାରର ଅଗ୍ରଗତି ସଂପର୍କରେ ସମୀକ୍ଷା କରି ବିଭାଗୀୟ ଅଧିକାରୀମାନଙ୍କୁ ଏ କ୍ଷେତ୍ରରେ ଆହୁରି କ୍ରିୟାଶୀଳ ହୋଇ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଛନ୍ତି। ବିଭିନ୍ନ କଲ୍ୟାଣକାରୀ ଯୋଜନାର ହିତାଧିକାରୀ ଅଟନ୍ତି। ଏ ସମସ୍ତଙ୍କର ଫିଡବ୍ୟାକ ରେକର୍ଡ କରାଯାଇ ଏହା ଭିତ୍ତିରେ କାର୍ଯ୍ୟାନୁଷ୍ଠାନ ମଧ୍ୟ ଗ୍ରହଣ କରାଯାଇଛି ବୋଲି ଏହି ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ।

ନବୀନ ପଟ୍ଟନାୟକ

ବର୍ତ୍ତମାନ ଏହାକୁ ପରବର୍ତ୍ତୀ ସ୍ତରକୁ ନେବାର ସମୟ ଆସିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ତେଣୁ ସବୁ ସ୍ତରରେ, ସବୁ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ଲୋକଙ୍କ ଠାରୁ ଅଧିକରୁ ଅଧକ ଫିଡବ୍ୟାକ୍‌ ନେବାପାଇଁ ସେ ପରାମର୍ଶ ଦେଇଥିଲେ।

ସେ କହିଥିଲେ ଯେ ସବୁ ସରକାରଙ୍କ ଲକ୍ଷ୍ୟ ହେଉଛି ଲୋକଙ୍କୁ ସେବା ଯୋଗାଇଦେବା । ତେଣୁ ଲୋକଙ୍କ ଠାରୁ ନିୟମିତ ଭାବରେ ଫିଡବ୍ୟାକ୍‌ ଗ୍ରହଣ କରି ଏବଂ ତାହାକୁ ଭିତ୍ତିକରି ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ନେଲେ କିମ୍ବା ନୀତି ବା ପ୍ରକ୍ରିୟାରେ ଆବଶ୍ୟକ ସଂଶୋଧନ କରିବା ଦ୍ବାରା ଲୋକଙ୍କ ପାଖରେ ସରକାରଙ୍କ ପ୍ରାସଙ୍ଗିକତା ରହିବ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟ ସରକାରଙ୍କ ପ୍ରଶାସନ ୫-ଟି ନୀତି ଦ୍ବାରା ପରିଚାଳିତ ଏବଂ ଏହାଦ୍ବାରା ସବୁ କ୍ଷେତ୍ରରେ ରୂପାନ୍ତର ଆଣିବା ଆମର ଲକ୍ଷ୍ୟ । ବିଭିନ୍ନ କ୍ଷେତ୍ରରେ ଓଡିଶା ଏବେ ଯେଉଁ ଉଲ୍ଲେଖନୀୟ ପଦକ୍ଷେପ ନେଇ ସାରା ବିଶ୍ବର ନଜରକୁ ଆସିପାରିଛି । ମହିଳା ସଶକ୍ତିକରଣ ଠାରୁ ଆରମ୍ଭ କରି କୃଷକ ମାନଙ୍କୁ ସହାୟତା, ସହରାଞ୍ଚଳ ପରିଚାଳନା ବ୍ୟବସ୍ଥା, କ୍ରୀଡା, ଦକ୍ଷତା ବିକାଶ, ସ୍ବାସ୍ଥ୍ୟ ସେବା ଓ ସ୍କୁଲ ରୂପାନ୍ତର ଆଦି କାର୍ଯ୍ୟକ୍ରମ ଗୁଡିକରେ ରାଜ୍ୟ ଅନେକ ପ୍ରଶଂସା ପାଇଛି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମୋ ସରକାର ହେଉଛି ଏଭଳି ଏକ ସୁଦୂରପ୍ରସାରୀ ଚିନ୍ତାଧାରା, ଯାହାକି ଆମର ପ୍ରଶାସନିକ ବ୍ୟବସ୍ଥାର ପରୀକ୍ଷା ନିଏ । ଲୋକଙ୍କ ସେବା ଦିଗରେ ଆମର ଉଦ୍ୟମକୁ ପ୍ରମାଣିତ କରେ ଏବଂ ସରକାରଙ୍କୁ ଲୋକଙ୍କ ନିକଟତର କରାଏ । ମୋ ସରକାର କାର୍ଯ୍ୟକ୍ରମରେ ଟେକ୍‌ନୋଲୋଜି ସହାୟତାରେ ଆମେ ଲୋକଙ୍କ ଠାରୁ ସିଧାସଳଖ ଫିଡବ୍ୟାକ ନେଇପାରୁଛୁ । ଏହା ବ୍ୟବସ୍ଥାର ପରିବର୍ତ୍ତନର ସୂଚକ । ମୋ ସରକାର ଏକ ଭାଗିଦାରୀଭିତ୍ତିକ ଗଣତନ୍ତ୍ରର ସ୍ତମ୍ଭକୁ ସୁଦୃଢ କରେ ଏବଂ ଏହାଦ୍ବାରା ଓଡିଶାରେ ଆମେ ଏକ ସର୍ବଜନହିତକାରୀ ସମାଜ ଗଠନକୁ ଆମେ ସୁନିଶ୍ଚିତ କରିବୁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହା ଆମକୁ ଲୋକଙ୍କୁ ନ୍ୟାୟ ଦେବାରେ ସାହାଯ୍ୟ କରିବା ସହିତ ଜନସାଧାରଣଙ୍କ ବିଶ୍ବାସକୁ ଭିତ୍ତିକରି ସବୁସ୍ତରରେ ବିଭିନ୍ନ ପ୍ରଶାସନିକ ସଂସ୍ଥା ଗୁଡିକୁ ଅଧିକ ଦକ୍ଷ, ଉତ୍ତରଦାୟୀ ଓ ସର୍ବଜନ ହିତକାରୀ କରିବାରେ ସହାୟକ ହେବ ।

ଟେଲିଫୋନ୍‌ରେ ସିଧାସଳଖ ଲୋକଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ:

ଏହି ବୈଠକରେ ମୁଖ୍ୟମନ୍ତ୍ରୀ କେତେକ ହିତାଧିକାରୀଙ୍କ ସହିତ ଟେଲିଫୋନ୍‌ରେ ସିଧାସଳଖ କଥାହୋଇ ସେମାନଙ୍କ ଠାରୁ ଫିଡବ୍ୟାକ ନେଇଥିଲେ ।

ଓଡିଶା ସିଏମ

ଜାତିଗତ ପ୍ରମାଣପତ୍ର ନେବା ପାଇଁ ତହସିଲକୁ ଯାଇଥିବା ବ୍ୟକ୍ତି, ମ୍ୟୁନିସିପାଲ୍‌ଟିକୁ ସେବା ପାଇଁ ଯାଇଥିବା ବ୍ୟକ୍ତି, ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ବେସରକାରୀ ହସ୍‌ପିଟାଲକୁ ଚିକିତ୍ସା ପାଉଥିବା ବ୍ୟକ୍ତି, ଥାନାକୁ ବିଭିନ୍ନ ଅଭିଯୋଗ ନେଇ ଯାଇଥିବା ବ୍ୟକ୍ତି ମାନଙ୍କ ସହିତ ମୁଖ୍ୟମନ୍ତ୍ରୀ କଥା ହୋଇଥିଲେ ଏବଂ ସେମାନେ କିପରି ସେବା ପାଇଲେ, ସେମାନଙ୍କ ସହିତ ଉତ୍ତମ ବ୍ୟବହାର କରାଯାଇଥିଲା କି ନାହିଁ, କିମ୍ବା ସେମାନଙ୍କ ଠାରୁ କୌଣସି ପ୍ରକାର ଅର୍ଥ ମଗାଯାଇଥିଲା କି ନାହିଁ, ସେ ସଂପର୍କରେ ମୁଖ୍ୟମନ୍ତ୍ରୀ ପଚାରି ବୁଝିଥିଲେ ।

ତହସିଲ ଓ ସବ୍ ରେଜିଷ୍ଟାର ଅଫିସରେ ଦିଆ ଯାଉଥିବା ସେବାରେ ଉନ୍ନତି ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଥିଲେ ।

ଯେଉଁ ବିଭାଗ ଗୁଡିକ ର feedback ଗ୍ରହଣ ସନ୍ତୋଷ ଜନକ ନୁହେଁ ସେ ବିଭାଗ ଗୁଡିକର କାର୍ଯ୍ୟ ସମୀକ୍ଷା କରି ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ମୁଖ୍ୟ ଶାସନ ସଚିବ ଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ସମୀକ୍ଷା ବୈଠକର ପ୍ରମୁଖ ବିଷୟ:

  • ମୁଖ୍ୟମନ୍ତ୍ରୀ ମୋ ସରକାର ଜରିଆରେ ଓଡିଶାରେ ଏକ ସର୍ବଜନ ହିତକାରୀ ସମାଜ ଗଠନକୁ ଆମେ ସୁନିଶ୍ଚିତ କରିବୁ
  • ମୋ ସରକାରକୁ ପରବର୍ତ୍ତୀ ସ୍ତରକୁ ନେବାପାଇଁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ
  • ହିତାଧିକାରୀ ମାନଙ୍କ ସହିତ ସିଧାସଳଖ କଥା ହେଲେ ମୁଖ୍ୟମନ୍ତ୍ରୀ,
  • ସବ୍ ରେଜିଷ୍ଟାର ଓ ତହସିଲ ଅଫିସରେ ସେବାରେ ଅଧିକ ଉନ୍ନତି ଆଣିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ମୋ ସରକାର କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରି କହିଲେ ଯେ ବ୍ୟବସ୍ଥା କିପରି କାମ କରୁଛି, ତାକୁ ଜାଣିବା ହେଉଛି ମୋ ସରକାରର ଲକ୍ଷ୍ୟ । ଲୋକଙ୍କୁ ସମ୍ମାନର ସହିତ ସେବା ଯୋଗାଇଦେବା ହେଉଛି ସରକାରଙ୍କ ଦାୟିତ୍ବ । ସେମାନେ ଯେପରି କୌଣସି କାର୍ଯ୍ୟାଳୟରେ ଖରାପ ବ୍ୟବହାର ନ ପାଆନ୍ତି ଏବଂ ବୃତ୍ତିଗତ ସେବା ପାଆନ୍ତି, ତାକୁ ସୁନିଶ୍ଚିତ କରିବା ହେଉଛି ମୋ ସରକାରର ଲକ୍ଷ୍ୟ ବୋଲି ସେ କହିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+