ଆଉ ୫ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର

ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ । ଆଉ ୫ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର ।

ଭୁବନେଶ୍ୱର: ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ । ଆଉ ୫ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର । ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ଜିରୋ ଟଲେରାନ୍ସ ନୀତି ଆପଣାଇଛନ୍ତି ରାଜ୍ୟ ସରକାର ।

Compulsory Retirement

ତାଲିକାରେ ଅଛନ୍ତି, ମୟୂରଭଞ୍ଜ ଜିଲ୍ଲା ବାରିପଦା ଆଇ.ଟି.ଡି.ଏର ସହକାରୀ ଯନ୍ତ୍ରୀ ସନ୍ତୋଷ କୁମାର ଦାସ, ଜଗତସିଂହପୁର ଜିଲ୍ଲା ବାଲିକୁଦାର ଗୋଷ୍ଠୀ ଉନ୍ନୟନ ପ୍ରକଳ୍ପ ଅଧିକାରୀ (ସିଡିପିଓ) ସରଳା ଦେଇ, ଜଗତସିଂହପୁର ବାଲିକୁଦାର ଅଙ୍ଗନବାଡ଼ି ସୁପରଭାଇଜର ପ୍ରତିମା ସାହୁ, ଅନୁଗୋଳ ପୋଲିସ ଟ୍ରେନିଂ କଲେଜର ଇନ୍ସପେକ୍ଟର ରାମଚନ୍ଦ୍ର ବେହେରା ଓ କେନ୍ଦୁଝର ଜିଲ୍ଲା ସଦର ତହସିଲଦାରଙ୍କ କାର୍ଯ୍ୟାଳୟର ରେଭିନ୍ୟୁ ସୁପରଭାଇଜର ହୃଦାନନ୍ଦ ସାହୁ ।

ବାରିପଦା ଆଇଟିଡିଏର ଆସିଷ୍ଟାଣ୍ଟ ଇଂଜିନିୟର ସନ୍ତୋଷ କୁମାର ଦାସଙ୍କର ୨.୮୦ କୋଟି ଟଙ୍କାର ଆୟ ବହିର୍ଭୁତ ସମ୍ପତ୍ତି ରହିଛି । ସେଥିପାଇଁ ତାଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିଲା । ତାଙ୍କ ଘରୁ ୪୧.୭୭ ଲକ୍ଷ ଟଙ୍କା ନଗଦ ଜବତ କରାଯାଇଥିଲା । ଭୁବନେଶ୍ବର ବଡ଼ଗଡରେ ଏକ ଦୁଇତାଲା ବିଶିଷ୍ଟ ଘର, ଶୈଳଶ୍ରୀ ବିହାରରେ ଏକ ଫ୍ଲାଟ୍, କଳିଙ୍ଗ ବିହାରରେ ଏକ ଅର୍ଦ୍ଧନିର୍ମିତ ବିଲ୍ଡିଂ ମଧ୍ୟ ରହିଛି । ଏହା ସହିତ ବାଲେଶ୍ୱରରେ ୩ଟି ପ୍ଲଟ୍ ମଧ୍ୟ ଅଛି । ଅପାରଗତା, ଅସାଧୁତା ଓ ଆର୍ଥିକ ଅନିୟମିତତା ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ସେହିପରି ସିଡିପିଓ ସରଳା ଦେଇଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି । ୨୦ ହଜାର ଟଙ୍କା ଲାଞ୍ଚ ଗ୍ରହଣ କରୁଥିବା ବେଳେ ଦୁର୍ନୀତି ନିବାରଣ ବିଭାଗ ଦ୍ୱାରା ସେ ଧରା ପଡ଼ିଥିଲେ। ତାଙ୍କର ଭୁବନେଶ୍ୱରରେ ୫ଟି ପ୍ଲଟ, ପିପିଲିରେ ଗୋଟିଏ ପ୍ଲଟ ଓ ଜଗତସିଂହପୁରରେ ଦୁଇଟି ପ୍ଲଟ ରହିଛି। ତା' ସହିତ ଜଗତସିଂପୁରରେ ଗୋଟିଏ ଦୁଇ ମହଲା କୋଠା ଅଛି। ତାଙ୍କ ଠାରୁ ଟଙ୍କା ଓ ସୁନାଗହଣା ବି ଜବତ କରାଯାଇଛି।

ଜଗତସିଂହପୁର ବାଲିକୁଦାର ଅଙ୍ଗନବାଡି ସୁପରଭାଇଜର ପ୍ରତିମା ସାହୁଙ୍କ ନାଁରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି । ଲାଞ୍ଚ ନେବା ବେଳେ ସେ ଭିଜିଲାନ୍ସ ହାତରେ ଧରା ପଡିଥିଲେ । ତାଙ୍କୁ ଗିରଫ କରି ବିଚାର ବିଭାଗୀୟ ହାଜତକୁ ପଠାଯାଇଥିଲା ।

ଅନ୍ୟପଟେ ଅନୁଗୋଳ ପୋଲିସ ଟ୍ରେନିଂ କଲେଜର ପୁଲିସ ଇନ୍ସପେକ୍ଟର ରାମଚନ୍ଦ୍ର ବେହେରାଙ୍କ ନାମରେ ଅନେକ ଅଭିଯୋଗ ରହିଥିଲା। ଅପାରଗତା ଓ ବିଶୃଙ୍ଖଳ ଆଚରଣ ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

କେନ୍ଦୁଝର ଜିଲ୍ଲା ସଦର ତହସିଲଦାରଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ରେଭିନ୍ୟୁ ସୁପରଭାଇଜର ହୃଦାନନ୍ଦ ସାହୁ ଜମିଜମା ମାପ ସମୟରେ ୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡିଥିଲେ । ମୋ ସରକାର ତଥା ଅନ୍ୟ ସୂତ୍ରରୁ ମିଳିଥିବା ଫିଡବ୍ୟାକକୁ ବିଚାରକୁ ନେଇ କାର୍ଯାନୁଷ୍ଠାନ ଗ୍ରହଣ କରାଯାଇଛି । ରାଜ୍ୟ ସରକାର ନିକଟରେ ଜଣେ ବରିଷ୍ଠ ଭାରତୀୟ ବନସେବା ଅଧିକାରୀ ଓ ଜଣେ ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର କରିଛନ୍ତି । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୪୬ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+