Get Updates
Get notified of breaking news, exclusive insights, and must-see stories!

ୟୁକ୍ରେନରେ ଫସିଥିବା ଓଡ଼ିଆଙ୍କ ଫେରିବା ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର

ୟୁକ୍ରେନରେ ଫସିଥିବା ଓଡ଼ିଶାର ଛାତ୍ର ଓ ଶ୍ରମିକମାନଙ୍କୁ ଫେରାଇ ଆଣିବା ପାଇଁ ରାଜ୍ୟ ସରକାର ସମସ୍ତ ଖର୍ଚ୍ଚ ବହନ କରିବେ ବୋଲି ମୁଖ୍ୟମନ୍ତ୍ରୀ ଆଜି ଘୋଷଣା କରିଛନ୍ତି ।

ଭୁବନେଶ୍ୱର: ଋଷ-ୟୁକ୍ରେନ ମଧ୍ୟରେ ଦୁଇ ଦିନ ଧରି ଜାରି ରହିଛି ଯୁଦ୍ଧ । ଗତକାଲି ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ଯୁଦ୍ଧ ନେଇ ଘୋଷଣା କରିବା ପରେ ୟୁକ୍ରେନ ଉପରେ ଜୋରଦାର ଆକ୍ରମଣ କରିଛି ଋଷ । ତେବେ ୟୁକ୍ରେନରେ ଯୁଦ୍ଧ ଫଳରେ ସେଠାରେ ୧୬ ହଜାର ଭାରତୀୟ ନାଗରିକ ଫସି ରହିଛନ୍ତି । ୟୁକ୍ରେନରେ ବହୁ ଓଡ଼ିଆ ଛାତ୍ରଛାତ୍ରୀ ଓ ଶ୍ରମିକ ମଧ୍ୟ ଏବେ ଫସି କରି ରହିଛନ୍ତି ।

cm naveen

ୟୁକ୍ରେନରେ ଫସିଥିବା ଓଡ଼ିଆ ଛାତ୍ରଛାତ୍ରୀ ଓ ନାଗରିକଙ୍କୁ ଫେରାଇ ଆଣିବାକୁ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୟୁକ୍ରେନରେ ଫସିଥିବା ଓଡ଼ିଶାର ଛାତ୍ର ଓ ଶ୍ରମିକମାନଙ୍କୁ ଫେରାଇ ଆଣିବା ପାଇଁ ରାଜ୍ୟ ସରକାର ସମସ୍ତ ଖର୍ଚ୍ଚ ବହନ କରିବେ ବୋଲି ମୁଖ୍ୟମନ୍ତ୍ରୀ ଆଜି ଘୋଷଣା କରିଛନ୍ତି ।

ଏନେଇ କେନ୍ଦ୍ର ସହ ସମନ୍ୱୟ ରକ୍ଷା ପାଇଁ ସ୍ୱତନ୍ତ୍ର ରିଲିଫ କମିଶନରଙ୍କୁ ଦାୟିତ୍ୱ ଦିଆଯାଇଛି । ଛାତ୍ରଛାତ୍ରୀ ଓ ଶ୍ରମିକଙ୍କ ତଥ୍ୟ ସଂଗ୍ରହ କରିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଟେଲିଫୋନ୍ ମାଧ୍ୟମରେ ଗୃହମନ୍ତ୍ରୀ ଅମିତ ଶାହଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି କଥାବାର୍ତ୍ତା ନବୀନ କହିଛନ୍ତି, ଯୁଦ୍ଧ ଚାଲିଥିବା ୟୁକ୍ରେନରୁ ଶୀଘ୍ର ଛାତ୍ରଛାତ୍ରୀଙ୍କୁ ଫେରାଇ ଆଣିବା ପାଇଁ ବ୍ୟବସ୍ଥା କରାଯାଉ । ୟୁକ୍ରେନରେ ବହୁ ସଂଖ୍ୟାରେ ଓଡିଆ ଛାତ୍ରଛାତ୍ରୀ ମେଡିକାଲ ପାଠ ପଢୁଛନ୍ତି । ସେମାନେ ବର୍ତମାନ ଭୟଭୀତ ଅବସ୍ଥାରେ ଅଛନ୍ତି ଏବଂ କେତେବେଳେ କ'ଣ ହେବ ସେନେଇ ଆଶା ଆଶଙ୍କାରେ ରହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+