ନଭିମୁମ୍ବାଇ ମହାନଗର ନିଗମକୁ ଓଡିଶା ଭବନ ଭଡା ଛାଡ କଲେ ରାଜ୍ୟ ସରକାର
ମୁମ୍ବାଇର ଜନସାଧାରଣଙ୍କ ପ୍ରତି ସଦିଛ୍ଛା ପୂର୍ଣ୍ଣ ମନୋଭାବ ପ୍ରଦର୍ଶନ ପୂର୍ବକ ଓଡ଼ିଶା ଭବନ ଭଡା ଦେୟକୁ ସମ୍ପୂର୍ଣ୍ଣ ଛାଡ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନଵୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।
ଭୁବନେଶ୍ୱର : କୋଭିଡ଼ ମହାମାରୀର ମୁକାବିଲା ପାଇଁ ମୁମ୍ବାଇରେ ରୋଗୀଙ୍କୁ ସେବା ଯୋଗାଉଥିବା ଡାକ୍ତର ଓ ସ୍ୱାସ୍ଥ୍ୟ କର୍ମୀ ମାନଙ୍କ ସଙ୍ଗରୋଧ ନିମନ୍ତେ ନାଭି ମୁମ୍ବାଇ ମହାନଗର ନିଗମ ସେଠାରେ ଥିବା ଓଡ଼ିଶା ଭବନକୁ 2020 ଅପ୍ରେଲରୁ ବ୍ୟବହାର କରିଆସୁଥିଲେ ।

ଏହାର ଭଡ଼ା ବାବଦ ଦେୟ ଦୁଇ କୋଟି ଷୋହଳ ହଜାର ଟଙ୍କା ଥିବା ବେଳେ, ମହାମାରୀର ଏ ବିପଦ ସମୟରେ ମୁମ୍ବାଇର ଜନସାଧାରଣଙ୍କ ପ୍ରତି ସଦିଛ୍ଛା ପୂର୍ଣ୍ଣ ମନୋଭାବ ପ୍ରଦର୍ଶନ ପୂର୍ବକ ଓଡ଼ିଶା ଭବନ ଭଡା ଦେୟକୁ ସମ୍ପୂର୍ଣ୍ଣ ଛାଡ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନଵୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।
ସୂଚନା ଯୋଗ୍ୟ ଯେ ଗୁରୁତର କୋଭିଡ଼ ରୋଗୀଙ୍କ ଚିକିତ୍ସା ନିମନ୍ତେ ଓଡ଼ିଶା ମହାରାଷ୍ଟ୍ରକୁ ଜରୁରୀ ଭିତ୍ତିରେ ଗତ ପନ୍ଦର ଦିନ ହେଲା ଅକ୍ସିଜେନ ମଧ୍ୟ ଯୋଗାଉଛି ।












Click it and Unblock the Notifications