ଡିସେମ୍ବରରେ ୪୮ ଲକ୍ଷ ହିତାଧିକାରୀ ପାଇବେ ଶୀତ ସହାୟତା, କମ୍ବଳ ପାଇଁ ମିଳିବ ୩୦୦ ଟଙ୍କା

ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ପଡିବା ଆରମ୍ଭ ହୋଇ ଗଲାଣି। କୋରାପୁଟ, କନ୍ଧମାଳ ଆଦି ଆଭ୍ୟନ୍ତରୀଣ ଅଞ୍ଚଳରେ ତାପମାତ୍ରରେ ବିଶେଷ ହ୍ରାସ ଘଟିବା ସହିତ ଆଗାମୀ ଦିନରେ ଶୀତର ପ୍ରକୋପ ଆହୁରି ବୃଦ୍ଧି ପାଇବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ପଡିବା ଆରମ୍ଭ ହୋଇ ଗଲାଣି। କୋରାପୁଟ, କନ୍ଧମାଳ ଆଦି ଆଭ୍ୟନ୍ତରୀଣ ଅଞ୍ଚଳରେ ତାପମାତ୍ରରେ ବିଶେଷ ହ୍ରାସ ଘଟିବା ସହିତ ଆଗାମୀ ଦିନରେ ଶୀତର ପ୍ରକୋପ ଆହୁରି ବୃଦ୍ଧି ପାଇବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆଜି ରାଜ୍ୟରେ ଶୀତ ଲହରୀ ଏବଂ ଗରିବ ଲୋକଙ୍କୁ ଶୀତ ସହାୟତା ଯୋଗାଇବା ସଂପର୍କରେ ଏକ ସମୀକ୍ଷା ବୈଠକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।

CM Naveen Patnaik

ଶୀତର ପ୍ରକୋପକୁ ଦୃଷ୍ଟିରେ ରଖି ଗରିବ ଲୋକ ବିଶେଷ କରି ବରିଷ୍ଠ ନାଗରିକ ମାନଙ୍କୁ ସୁରକ୍ଷିତ ରଖିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ। ଡିସେମ୍ବର ପହିଲା ସୁଦ୍ଧା ସବୁ ହିତାଧିକାରୀଙ୍କୁ କମ୍ବଳ କିଣିବା ପାଇଁ ୩୦୦ ଟଙ୍କା ଲେଖାଏ ଶୀତ ସହାୟତା ଭାବରେ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ବାରା ମଧୁବାବୁ ପେନ୍ସନ ଯୋଜନା ଓ ଜାତୀୟ ପେନ୍‌ସନ ଯୋଜନା (NSAP) ଅନ୍ତର୍ଗତ ୪୮ ଲକ୍ଷରୁ ଉର୍ଦ୍ଧ୍ବ ହିତାଧିକାରୀ ଉପକୃତ ହେବେ ଏବଂ ଏଥିପାଇଁ ରାଜ୍ୟ ସରକାର ୧୪୬ କୋଟି ଟଙ୍କା ମଞ୍ଜୁର କରିଛନ୍ତି।

ଏହାସହିତ ଶୀତ ପ୍ରବାହ ସମୟରେ କେହି ଯେପରି ଖୋଲା ସ୍ଥାନରେ ଅସହାୟ ଭାବରେ ନ ରୁହନ୍ତି, ସେଥିପ୍ରତି ବିଶେଷ ଦୃଷ୍ଟି ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଏଥିପାଇଁ ପଞ୍ଚାୟତିରାଜ ବିଭାଗ, ନଗର ଉନ୍ନୟନ ବିଭାଗ ତଥା ଜିଲ୍ଲାପାଳ ଓ ମ୍ୟୁନିସପାଲ କର୍ତ୍ତୃପକ୍ଷମାନେ ତୁରନ୍ତ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ସୂଚନାଯୋଗ୍ୟ ଯେ ପ୍ରତି ଦୁଇ ବର୍ଷରେ ଥରେ ରାଜ୍ୟ ସରକାର ପେନ୍ସନ ହିତାଧିକାରୀ ମାନଙ୍କୁ ଗ୍ରୀଷ୍ମ ଓ ଶୀତ ସହାୟତା ଯୋଗାଇ ଦେଇଆସିଛନ୍ତି।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୮୫୫ଟି ଯାତ୍ରୀ ଆଶ୍ରୟସ୍ଥଳୀ ଖୋଲାଯାଇଥିବା ବେଳେ ଆବଶ୍ୟକସ୍ଥଳେ ପଞ୍ଚାୟତ କାର୍ଯ୍ୟାଳୟ ଓ ସ୍କୁଲ ଘର ଗୁଡିକୁ ମଧ୍ୟ ରାତ୍ରି ଆଶ୍ରୟସ୍ଥଳ ଭାବରେ ବ୍ୟବହାର କରିବାପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ନଭେମ୍ବର ୩୦ ଓ ଡିସେମ୍ବର ୧, ଏହି ଦୁଇ ଦିନ ମଧ୍ୟରେ ସବୁ ହିତାଧିକାରୀ ଯେପରି ଏ ସହାୟତା ପାଇବେ, ସେଥିପାଇଁ ପଦକ୍ଷେପ ନିଆଯିବ।

ଏହି ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପି.କେ. ଜେନା, ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ତଥା ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+