ରାଜ୍ୟ ସରକାରଙ୍କ ଦୁର୍ନୀତି ବିରୋଧୀ ଅଭିଯାନ, ଏପର୍ଯ୍ୟନ୍ତ ୧୩୧ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ବର: ସାଧାରଣ ଜୀବନରେ ସାଧୁତା ଓ ନୈତିକତା ବଜାୟ ରଖିବା ସହ ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି। ସବୁ ସମୟରେ ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଉପରେ ସର୍ବାଧିକ ଗୁରୁତ୍ବ ଆରୋପ କରିଆସିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଆଭିମୁଖ୍ୟ ଅନୁଯାୟୀ ରାଜ୍ୟ ସରକାର ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କ ବିରୁଦ୍ଧରେ ଶୂନ୍ୟ ସହିଷ୍ଣୁତା ନୀତି ଅବଲମ୍ବନ କରି କଠୋର ପଦକ୍ଷେପ ଜାରି ରଖିଛନ୍ତି।

ଓଡିଶା ସରକାର

ଏହି ପରିପ୍ରେକ୍ଷୀରେ ଆଜି ରାଜ୍ୟ ସରକାର ଓଡିଶା ରାଜ୍ୟ ପୋଲିସ ଗୃହ ନିର୍ମାଣ ଓ କଲ୍ୟାଣ ନିଗମର (Odisha state Police Housing & Welfare Corporation) ପୂର୍ବତନ ଡେପୁଟୀ ମ୍ୟାନେଜର ଶ୍ରୀ ପ୍ରତାପ କୁମାର ସାମଲଙ୍କୁ ଅପାରଗତା ଓ ଦୁର୍ନୀତି ଯୋଗୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ପୂର୍ବରୁ ବ୍ୟାପକ ଦୁର୍ନୀତି ଅଭିଯୋଗରେ ଶ୍ରୀ ସାମଲ ନିଲମ୍ବିତ ହୋଇଥିଲେ। ନିକଟରେ ତାଙ୍କ ବାସଭବନ ଉପରେ ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଚଢଉ କରଯାଇ ବ୍ୟାପକ ପରିମାଣର ଆୟ ବହିର୍ଭୁତ ସମ୍ପତ୍ତି ଜବତ କରାଯାଇଥିଲା । ଏହାକୁ ମିଶାଇ ବର୍ତ୍ତମନ ସୁଦ୍ଧା ୧୩୧ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ବା ଚାକିରୀରୁ ବହିଷ୍କାର କରାଗଲାଣି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+