ରାଜ୍ୟ ସରକାରଙ୍କ ନୂଆ ବର୍ଷ ଭେଟି: ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି ଘୋଷଣା

ଭୁବନେଶ୍ବର: ନୂଆ ବର୍ଷ ପୂର୍ବରୁ ଓଡିଶା ସରକାର ନୂଆ ବର୍ଷରେ ଭେଟି ଦେଇଛନ୍ତି ରାଜ୍ୟ ସରକାରୀ କର୍ମଚାରୀଙ୍କୁ। ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଯୋଗୁ ୨୦୨୨ ନୂଆ ବର୍ଷ ଖୁସି ଆଣିଛି ରାଜ୍ୟର ୪ ଲକ୍ଷ ସରକାରୀ କର୍ମଚାରୀ ଙ୍କ ପାଇଁ। ସରକରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୨୮ ପ୍ରତିଶତରୁ ୩୧ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ୦୧.୦୭.୨୦୨୧ରୁ ପିଚ୍ଛିଲା ଭାବରେ ଲାଗୁ ହେବ। ସଂଶୋଧିତ ହାରରେ ପେନ୍‌ସନ ପାଉଥିବା ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ଏହାଦ୍ବାରା ରାଜ୍ୟର ସାଢେ ସାତ ଲକ୍ଷ ସରକାରୀ କର୍ମଚାରୀ ତଥା ପେନ୍‌ସନଭୋଗୀ ଉପକୃତ ହେବେ।

ମହଙ୍ଗା ଭତ୍ତା ବୃଦ୍ଧି

ଏହାସହିତ ସପ୍ତମ ବେତନ କମିଶନ ବାବଦ ୩୦ ପ୍ରତିଶତ ବକେୟା ଅର୍ଥ ପ୍ରଦାନ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି । ସୂଚନାଯୋଗ୍ୟ ଯେ କର୍ମଚାରୀମାନେ ସପ୍ତମ ବେତନ କମିସନ ଅନୁଯାୟୀ ଜାନୁଆରୀ ୨୦୧୬ରୁ ଅଗଷ୍ଟ ୨୦୧୭ ମଧ୍ୟରେ ବର୍ଦ୍ଧିତ ଦରମାର ୫୦ ପ୍ରତିଶତ ପାଇସାରିଛନ୍ତି। ଏହାଦ୍ବାରା ରାଜ୍ୟର ୪ ଲକ୍ଷ ସରକାରୀ କର୍ମଚାରୀ ଉପକୃତ ହେବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+