‘ସମଲେଇ ଯୋଜନା' ପାଇଁ ମୁଖ୍ୟମନ୍ତ୍ରୀଙ୍କ 200 କୋଟିର ପ୍ୟାକେଜ୍
2021-22 ଆର୍ଥିକ ବର୍ଷରେ 200 କୋଟି ଟଙ୍କା ଖର୍ଚ୍ଚ କରାଯାଇ ସମଲେଶ୍ବରୀଙ୍କ ପୀଠ ତଥା ଆଖପାଖର 108 ଏକର ଜମିରେ ବିକାଶ କରାଯିବ ।
ଭୁବନେଶ୍ୱର : ସମ୍ବଲପୁରର ମା ସମଲେଶ୍ବରୀ ମନ୍ଦିରର ବିକାଶ ପାଇଁ ରାଜ୍ୟ ସରକାର Samaleswari Temple Area Management & Local Economy Initiatives (SAMALEI) ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି । 2021-22 ଆର୍ଥିକ ବର୍ଷରେ 200 କୋଟି ଟଙ୍କା ଖର୍ଚ୍ଚ କରାଯାଇ ସମଲେଶ୍ବରୀଙ୍କ ପୀଠ ତଥା ଆଖପାଖର 108 ଏକର ଜମିରେ ବିକାଶ କରାଯିବ । ଏହି ଯୋଜନାରେ ମାଙ୍କ ମନ୍ଦିରର ସୌନ୍ଦର୍ଯ୍ୟକରଣ, ସ୍ଥାନୀୟ ଲୋକଙ୍କ ଆର୍ଥିକ ବିକାଶ ତଥା ପର୍ଯ୍ୟଟକ ଓ ଭକ୍ତ ମାନଙ୍କ ପାଇଁ ଏକ ଅନନ୍ୟ ଅନୁଭୂତି ହେବା ଉଦ୍ଦେଶ୍ୟରେ ଏହି ପ୍ରକଳ୍ପ କାର୍ଯ୍ୟ କରିବ । ଏ ସଂପର୍କରେ ପୂର୍ତ୍ତ ବିଭାଗ ପକ୍ଷରୁ ପ୍ରସ୍ତୁତ ଚିଠା ପ୍ରସ୍ତାବକୁ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିକଟରେ ଉପସ୍ଥାପନା କରାଯାଇଥିଲା ।

ପୁରୀର ଶ୍ରୀଜଗନ୍ନାଥ ଓ ଭୁବନେଶ୍ବରର ଶ୍ରୀ ଲିଙ୍ଗରାଜ ମନ୍ଦିର ପରେ 5-ଟି ଉପକ୍ରମ ଅଧୀନରେ ରାଜ୍ୟର ଅନ୍ୟତମ ପ୍ରସିଦ୍ଧ ଦେବୀ ପୀଠ ସମ୍ବଲପୁରର ମା ସମଲେଇଙ୍କ ମନ୍ଦିର ଅଞ୍ଚଳର ବିକାଶ ପାଇଁ ରାଜ୍ୟ ସରକାର ଯୋଜନା ପ୍ରସ୍ତୁତ କରିଛନ୍ତି ।
ମା' ଙ୍କ ମନ୍ଦିରର ସୁରକ୍ଷା ଓ ବିକାଶ
ମାଙ୍କ ମନ୍ଦିର ଅଞ୍ଚଳ 12 ଏକର ଜମି ଉପରେ ପ୍ରତିଷ୍ଠିତ । ତେଣୁ ଏଠାରୁ ଆସୁଥିବା ଭକ୍ତମାନେ ଯେଭଳି ସୁବିଧାରେ ମାଙ୍କର ଦର୍ଶନ କରିପାରିବେ, ସେଥିପାଇଁ ଧାଡି ପରିଚାଳନା ବ୍ୟବସ୍ଥା, ବିଭିନ୍ନ ଧାର୍ମିକ ଉତ୍ସବ ଅନୁଷ୍ଠାନ ପାଇଁ ସ୍ଥାନ ସହିତ ଭୋଗମଣ୍ଡପ ଓ ପୂଜୀରୀଙ୍କ ବିଶ୍ରାମଗୃହ ନିର୍ମାଣ କରାଯିବ । ମନ୍ଦିରର ଚାରି ଦିଗରେ 4ଟି ସୁଦୃଶ୍ୟ ଐତିହ୍ୟ ଦ୍ବାର ନିର୍ମାଣ କରାଯିବ । ଭକ୍ତମାନେ ପୂର୍ବ ଦ୍ବାର ଦେଇ ମନ୍ଦିରକୁ ପ୍ରବେଶ କରିବେ ଏବଂ ଅନ୍ୟ 3ଟି ଦ୍ବାର ଦେଇ ବାହାରକୁ ବାହାରିବେ । ମନ୍ଦିରର ମୁଖ୍ୟ ପ୍ରବେଶ ଦ୍ବାର ପାଖରେ ମନ୍ଦିର କାର୍ଯ୍ୟାଳୟ, Interpretation Centre ଏବଂ ଜନସାଧାରଣଙ୍କ ପାଇଁ ଜରୁରୀ ସୁବିଧାର ବିକାଶ କରାଯିବ । ମନ୍ଦିର ନିକଟରେ ଅବସ୍ଥିତ ଗୋପାଳଜୀ ମଠର ସଂରକ୍ଷଣ କରାଯିବ ଏବଂ ଏହାର ବିକାଶ କୁ ମୂଳ ଯୋଜନା ସହ ସମନ୍ବିତ କରାଯିବ ।
ଐତିହ୍ୟ କରିଡ଼ର
ମନ୍ଦିର ଚାରିପଟେ ଭକ୍ତମାନେ ଯେପରି ସୁବିଧାରେ ପରିକ୍ରମା କରିପାରିବେ, ସେଥିପାଇଁ 1 କିଲୋମିଟର ଦୈର୍ଘ୍ୟ ବିଶିଷ୍ଟ ଏକ ପାଦଚଲା ରାସ୍ତା ନିର୍ମାଣ କରାଯିବ । ସମ୍ବଲପୁରର ଜଳବାୟୁକୁ ଦୃଷ୍ଟିରେ ରଖି ପରିକ୍ରମା ପଥରେ ଛାୟାପ୍ରଦ ବୃକ୍ଷ ଆଦି ରୋପଣ କରାଯିବ।
ଯାତ୍ରୀ ସୁବିଧା
ଯାତ୍ରୀମାନଙ୍କ ପାଇଁ ସେଠାରେ ପର୍ଯ୍ୟାପ୍ତ ସୁବିଧାର ବିକାଶ କରାଯିବ ଏବଂ ତାସହିତ ପାର୍କିଂ ଜାଗା, ସ୍ବତନ୍ତ୍ର Vending zone, ଶୌଚାଳୟ, ସୂଚନା କେନ୍ଦ୍ର, ଦାନ କେନ୍ଦ୍ର ଇତ୍ୟାଦି ବ୍ୟବସ୍ଥା ରଖାଯିବ । ତାସହିତ ମନ୍ଦିର ପାଖରେ ଯାତ୍ରୀନିବାସର ମଧ୍ୟ ସୁବିଧା ଉପଲବ୍ଧ ହେବ ।
ସେବାୟତ ପରିବାର ପାଇଁ ବାସଗୃହ
ମନ୍ଦିର ନିକଟରେ ରହୁଥିବା ସେବାୟତ ମାନଙ୍କ ପାଇଁ ସୁରକ୍ଷିତ ବାସଗୃହ ପ୍ରକଳ୍ପ ହାତକୁ ନିଆଯିବ ଏବଂ ଏଥିରେ ସମସ୍ତ ପ୍ରକାର ମୌଳିକ ସୁବିଧାର ବିକାଶ କରାଯିବ ।
ମନ୍ଦିର ଓ ମହାନଦୀ ସଂଯୋଗ ରାସ୍ତା
ମାଙ୍କ ଦର୍ଶନ ପାଇଁ ଆସୁଥିବା ଭକ୍ତମାନେ ଯେପରି ମନ୍ଦିରରୁ ମହାନଦୀ ଘାଟକୁ ସୁବିଧାରେ ଯାଇପାରିବେ, ସେଥିପାଇଁ 30ମିଟର ଚଉଡା ବିଶିଷ୍ଟ ପାଦଚଲା ରାସ୍ତାର ମଧ୍ୟ ବିକାଶ କରାଯିବ ।
ମହାନଦୀ ଆଳତୀ
ଉପରୋକ୍ତ ପାଦଚଲା ରାସ୍ତାର ମଧ୍ୟ ଭାଗରେ ଏକ 30 ମିଟର ବିଶିଷ୍ଟ ଡେକ୍ ନିର୍ମାଣ କରାଯିବ, ଯେଉଁଠାରୁ କି ଉଭୟ ମହାନଦୀ ଓ ମାଙ୍କ ମନ୍ଦିର ସ୍ପଷ୍ଟ ଭାବରେ ଦେଖାଯିବ। ସେଠାରେ ପ୍ରତିଦିନ ମହାନଦୀ ଆଳତୀ ଭକ୍ତମାନଙ୍କୁ ଏକ ଅନନ୍ୟ ଆଧ୍ୟାତ୍ମିକ ଅନୁଭୂତି ଦେବ ।
ରିଙ୍ଗ ରୋଡ ବିକାଶ
ବର୍ତ୍ତମାନର ରିଙ୍ଗ ରୋଡକୁ ଚଉଡା କରାଯିବ ଏବଂ ସେଥିରେ ସ୍ବତନ୍ତ୍ର ଭାବରେ ନଦୀ କୂଳେ କୂଳେ ଚଲାପଥ ଓ ଅବସର ସୁବିଧା ରହିବ ।
ନଦୀ କୂଳର ବିକାଶ
ନଦୀ କୂଳର ଯୋଜନାବଦ୍ଧ ଭାବରେ ବିକାଶ କରାଯିବ ଏବଂ ଲୋକମାନେ ଯେପରି ସୁବିଧାରେ ସେମାନଙ୍କର ପରମ୍ପରା ଓ ରୀତିନୀତି ପାଳନ କରିପାରିବେ, ସେଥିପାଇଁ ପ୍ଲାଟଫର୍ମର ବ୍ୟବସ୍ଥା କରାଯିବ । ତାସହିତ ପର୍ଯ୍ୟଟକ ମାନଙ୍କୁ ମହାନଦୀର ଦୃଶ୍ୟ ଅବଲୋକନ ପାଇଁ Pavilion, Plaza ଓ Deck ଆଦି ନିର୍ମାଣ କରାଯିବ । ପୁରୁଣା ଦିନ ଭଳି ମହାନଦୀରୁ ମନ୍ଦିର ସ୍ପଷ୍ଟ ଦେଖାଯିବ।
ହ୍ରଦ କୂଳର ବିକାଶ
ଏହି ପ୍ରକଳ୍ପ ଅଧୀନରେ 22 ଏକର ଜମିରେ ହ୍ରଦ କୂଳର ବିକାଶ କରାଯିବ। ଏଥିରେ wetlandର ବିକାଶ ସହିତ 5 MLD Sewerage Treatment Plant ନିର୍ମାଣ କରାଯିବ । Wetland ଅଞ୍ଚଳର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ କରାଯିବ। ଏହାସହିତ ସେଠାରେ ପର୍ଯ୍ୟଟକ ମାନଙ୍କ ସୁବିଧା ପାଇଁ Food Park, ସ୍ଥାପତ୍ୟ ପାର୍କ ତଥା ମୁକ୍ତାକାଶ ରଂଗମଞ୍ଚର ବ୍ୟବସ୍ଥା ରହିବ । ସମ୍ବଲପୁରର ପ୍ରସିଦ୍ଧ ହସ୍ତତନ୍ତ ଓ ହସ୍ତଶିଳ୍ପ ସହିତ ବିଭିନ୍ନ ସ୍ମାରକୀ (Souvenirs) ସାମଗ୍ରୀ ର ବିକ୍ରି ପାଇଁ vending ବ୍ଯବସ୍ଥା କରାଯିବ।
ରେଲୱେ ରାସ୍ତର ପ୍ରଶସ୍ତିକରଣ
ରେଳଷ୍ଟେସନରୁ ମନ୍ଦିରର ଉତ୍ତର ପାର୍ଶ୍ବକୁ ସଂଯୁକ୍ତ କରୁଥିବା ରାସ୍ତାକୁ ପ୍ରଶସ୍ତ କରାଯିବ । ଯାହାଫଳରେ ଟ୍ରାଫିକ ସମସ୍ୟା ଦୂର ହୋଇପାରିବ।
ସ୍ମଶାନର ପୁନର୍ବିନ୍ୟାସ
ବର୍ତ୍ତମାନ ଥିବା ସ୍ମଶାନକୁ ପୂର୍ବ ପଟକୁ ସ୍ଥାନାନ୍ତର କରାଯିବ ଏବଂ ଏଠାରେ ଆଧୁନିକ ସୁବିଧାର ବିକାଶ କରାଯିବ । ଏହି ଶଶ୍ମାନଟି 9 ମିଟର ବିଶିଷ୍ଟ ପାଦଚଲା ରାସ୍ତା ଦ୍ୱାରା ମହାନଦୀ ସହ ସଂଯୁକ୍ତ ହେବା ଫଳରେ ଲୋକମାନେ ସୁବିଧାରେ ନଦୀଘାଟକୁ ଯାଇ ପରମ୍ପରା ଓ ରୀତିନୀତି ପାଳନ କରିପାରିବେ । ସ୍ମଶାନ ପାଖରେ ଶେଷକୃତ୍ୟ, ସ୍ଥାନ ଶ୍ରାଦ୍ଧମଣ୍ଡପ ଓ ବିଶ୍ରାମଗୃହ ର ବ୍ୟବସ୍ଥା କରାଯିବ।
ଏହି ନୂଆ ଯୋଜନା ଫଳରେ ପ୍ରଭାବିତ ହେଉଥିବା ଜନସାଧାରଣଙ୍କ ପାଇଁ ମାନବୀୟ ଦୃଷ୍ଟିରୁ ବିଚାର କରି ଏକ ଉଦାର ଥଇଥାନ ଓ ପୁରର୍ବାସ ପ୍ୟାକେଜ ପ୍ରସ୍ତୁତ କରାଯାଉଛି । ଏଥିରେ ଘରୋଇ ଜମିରେ ଘର, ସରକାରୀ ଜମିରେ ଥିବା ବସ୍ତି, ସରକାରୀ ଜମିରେ ଅନ୍ୟ ବାସଗୃହ, ସରକାରୀ ଜମିରେ ଦୋକାନ ଘର, ସରକାରୀ ଜମିରେ ଭେଣ୍ଡର ମାନଙ୍କ ପାଇଁ ସୁବିଧା ପାଇଁ ପ୍ୟାକେଜରେ ବିସ୍ତୃତ ବ୍ୟବସ୍ଥା ରଖାଯିବ ।
ସେହିପରି ସରକାରୀ ଜମିରେ ଥିବା କ୍ଲବ, ଧାର୍ମିକ ଅନୁଷ୍ଠାନ, ସରକାରୀ ଅଫିସ ଓ ପ୍ରତିଷ୍ଠାନ ମାନଙ୍କ ପାଇଁ ସହାୟତା ପ୍ରଦାନ କରାଯିବ । ଏହି ଚିଠା ମାଷ୍ଟର ପ୍ଲାନ ସଂପର୍କରେ ଜନସାଧାରଣ [email protected] ଜରିଆରେ ମାର୍ଚ୍ଚ 15 ସୁଦ୍ଧା ସେମାନଙ୍କର ମୂଲ୍ୟବାନ ମତାମତ ଦେଇପାରିବେ ।
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications