ବାତ୍ୟା ସମୟରେ ଫସଲ ସୁରକ୍ଷା ପାଇଁ କୃଷି ବିଭାଗର ପରାମର୍ଶ

ଭୁବନେଶ୍ବର: ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆଜି ଜାରି କରାଯାଇଥିବା ବାର୍ତ୍ତା ଅନୁଯାୟୀ ଆସନ୍ତା ଡିସେମ୍ବର
୩ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ଏକ ବାତ୍ୟା ସୃଷ୍ଟି ହୋଇ ୪ ତାରିଖ ସକାଳ ଦକ୍ଷିଣ-ଉତ୍ତର ଆନ୍ଧ୍ର ଉପକୂଳରେ ପହଞ୍ଚିବାର ସୂଚନା ମିଳିଅଛି । ଏହା ପ୍ରଭାବରୁ ୩ ତାରିଖ ରାତିରୁ ଓଡିଶା ଉପକୂଳରେ ବର୍ଷା ଆରମ୍ଭ ହୋଇଯିବ ଏବଂ ୪ ତାରିଖରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥି ପାଇଁ ଗଜପତି, ଗଞ୍ଜାମ, ପୁରୀ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, କେନ୍ଦ୍ରାପଡ଼ା, କଟକ, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ଢେଙ୍କାନାଳ, ଯାଜପୁର ଓ ମୟୂରଭଞ୍ଜ ଜିଲ୍ଲାଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛିା ଏହି ପରିପ୍ରେକ୍ଷୀରେ ନିମ୍ନଲିଖିତ ପଦକ୍ଷେପମାନ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ତରଫରୁ ଗ୍ରହଣ କରାଯାଇଛି ।

Cyclone Jawad

ବର୍ତ୍ତମାନ ପରିପ୍ରେକ୍ଷୀରେ ଓଡିଶାର ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ ୯୦% ଧାନ ଏବଂ ଅଭ୍ୟନ୍ତରୀଣ ଜିଲ୍ଲାଗୁଡିକରେ ୫୦% ଧାନ କଟା ହେବାକୁ ବାକିଅଛିା ମଧ୍ୟମ କିସମ ଧାନ କଟା ଚାଲିଛିା କପା ତୋଳିବା ଚାଲିଅଛି ଏବଂ ରବି ଫସଲ ଯଥା ମୁଗ, ବିରି, ପନିପରିବା ବୁଣା ଚାଲିଛିା ସେଥିପାଇଁ ସମସ୍ତ ଜିଲ୍ଲାର ଗାଁ ଗାଁରେ ନିଜ ଫସଲକୁ ସୁରକ୍ଷିତ ସ୍ଥାନରେ ରଖିବା ପାଇଁ ମାଇକ ଦ୍ୱାରା ପ୍ରଚାର କାର୍ଯ୍ୟ ଚାଲୁ ରହିଛି ଏବଂ ନିମ୍ନଲିଖିତ ଉପଦେଶାବଳିକୁ ଅବଲମ୍ବନ କରିବା ପାଇଁ ଅନୁରୋଧ କରାଯାଉଛି ।

୧. ଶତକଡା ୮୫ ଭାଗ ପାଚିଯାଇଥିଲେ ଧାନକୁ ତୁରନ୍ତ କାଟି ନେଇ ସୁରକ୍ଷିତ ସ୍ଥାନରେ ରଖନ୍ତୁା
୨. କଟା ହୋଇଥିବା ଧାନକୁ ବେଙ୍ଗଳା କରି ଦିଅନ୍ତୁ କିମ୍ବା ସମସ୍ତ ଧାନ ଅମଳ ସମ୍ଭବ ନହେଲେ ପଲିଥିନ
ଘୋଡାଇ ସୁରକ୍ଷିତ ରଖନ୍ତୁା
୩. ଧାନ ଜମିରୁ ବଳକା ପାଣି ନିଷ୍କାସନ କରିବା ପାଇଁ ନାଳି କରନ୍ତୁ ଏବଂ ନାଳି ମୁହଁ ଖୋଲା ରଖନ୍ତୁା
୪. ଧାନଗଛ ପଡି ଯାଇଥିଲେ ହଳା କରି ଠିଆ କରନ୍ତୁା
୫. ଧାନ କାଟି ବିଲରେ ଶୁଖାନ୍ତୁ ନାହିାଁ
୬. ବର୍ଷା ସମୟରେ କୌଣସି କୀଟନାଶକ ସିଞ୍ଚନ କରନ୍ତୁ ନାହିାଁ
୭. ମୁଗ,ବିରି ଓ ପନିପରିବା ଫସଲରେ ପାଣି କାଟିବା ବ୍ୟବସ୍ଥା କରନ୍ତୁା
୮. ବର୍ଷା ପରବର୍ତ୍ତୀ ସମୟରେ ରୋଗପୋକ ସର୍ବେକ୍ଷଣ କରି ପ୍ରତିଷେଧକ ବ୍ୟବସ୍ଥା କରନ୍ତୁା
୯. କପା ଫସଲରେ ପାକଳ ହୋଇଥିବା ବକରାଗୁଡିକୁ ତୋଳି ସୁରକ୍ଷିତ ସ୍ଥାନକୁ ନେଇଯାଆନ୍ତୁ ଏବଂ
ବର୍ଷାର ପରବର୍ତ୍ତୀ ୩-୪ ଦିନପରେ ଖରାରେ ସୁଖାନ୍ତୁା
୧୦. ସମସ୍ତ ରବି ଫସଲ ବିଶେଷକରି ଆଳୁ ଲଗାଇବାକୁ ସାମୟିକ ସ୍ଥଗିତ ରଖନ୍ତୁା
୧୧. ଆଳୁ ଆଦି ପନିପରିବା ତଥା ରବି ଫସଲରେ ଜଳ ନିଷ୍କାସନ ପାଇଁ ତୁରନ୍ତ ବ୍ୟବସ୍ଥା କରନ୍ତୁା
୧୨. କୀଟନାଶକ ଔଷଧ ସିଞ୍ଚନ ଓ ଜଳ ସେଚନ ସାମୟିକ ବନ୍ଦ ରଖନ୍ତୁ ।

ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁଙ୍କ ନିର୍ଦ୍ଦେଶ ଅନୁଯାୟୀ ବିଭାଗୀୟ କମିଶନର ତଥା ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଆଜି ସମସ୍ତ ଜିଲ୍ଲାର କୃଷି ଓ ଉଦ୍ୟାନ କୃଷି ଅଧିକାରୀମାନଙ୍କ ସହ ଏକ ଆଭାସୀ ବୈଠକ କରାଯାଇଥିଲାା ଏହି ବୈଠକରେ କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଏବଂ ଉଦ୍ୟାନ କୃଷି ନିର୍ଦ୍ଦେଶକ ଉପସ୍ଥିତ ରହି ଜିଲ୍ଲାସ୍ତରୀୟ ଅଧିକାରୀମାନଙ୍କୁ ନିମ୍ନୋକ୍ତ ପରାମର୍ଶ ପ୍ରଦାନ କରିଥିଲ । ୧- ସମସ୍ତ ଅଧିକାରୀମାନେ ଆସନ୍ତା ଡିସେମ୍ବର ୬ ତାରିଖ ପର୍ଯ୍ୟନ୍ତ ନିଶ୍ଚିତ ରୂପେ ନିଜର ମୁଖ୍ୟ କାର୍ୟାଳୟରେ ଉପସ୍ଥିତ ରହିବୋ ୨- ଫସଲ ସୁରକ୍ଷା ଉପଦେଶାବଳୀକୁ କମ୍ୟୁନିଟି ରେଡିଓ ଏବଂ ଡାକବାଜି ଯନ୍ତ୍ର ସାହାଯ୍ୟରେ ଚାଷୀମାନଙ୍କୁ ଆସନ୍ତା ଦୁଇ ଦିନ ମଧ୍ୟରେ ପ୍ରଚାର ଓ ପ୍ରସାର କାର୍ଯ୍ୟକ୍ରମ ଶେଷ କରିବ । ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଆବଶ୍ୟକୀୟ ଆଗୁଆ ପଦକ୍ଷେପ ଗ୍ରହଣ କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+