For Quick Alerts
Turn On Notification  
For Daily Alerts
Oneindia App Download

ରାଜ୍ୟ ନିର୍ବାଚନ କମିଶନରଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ: ସ୍କୁଲ ଅଧ୍ୟକ୍ଷଙ୍କୁ ନିଲମ୍ବନ ନିମନ୍ତେ ନିର୍ଦ୍ଦେଶ

By Staff
|

ଭୁବନେଶ୍ୱର: ନିର୍ବାଚନ ଆଚରଣବିଧି ଉଲ୍ଲଂଘନ ଏବଂ କୋଭିଡ୍ ମାର୍ଗଦର୍ଶିକା ଅମାନ୍ୟ ନେଇ ରାଜ୍ୟ ନିର୍ବାଚନ କମିଶନରଙ୍କ କାର୍ଯ୍ୟାଳୟ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ଏହି କ୍ରମରେ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସାଲେପୁର ଏସଡିପିଓ ପ୍ରଶାନ୍ତ ମାଝୀଙ୍କୁ ନିଲମ୍ବନ ପାଇଁ ରାଜ୍ୟ ପୁଲିସ ମହାନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏଥି ସହିତ ଏ ସଂପର୍କରେ ଗୃହ ବିଭାଗକୁ ମଧ୍ୟ ଅବଗତ କରାଯାଇଛି ।

panchayat nirbachan odisha

ସେହିପରି କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ବ୍ଲକ୍ ଅନ୍ତର୍ଗତ ଜୟଚନ୍ଦ୍ରପୁରସ୍ଥିତ ମା'ତାରେଣୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ବିକାଶ ଚନ୍ଦ୍ର ଦାସଙ୍କୁ ନିଲମ୍ବନ କରିବା ପାଇଁ ରାଜ୍ୟ ନିର୍ବାଚନ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏଥି ସହିତ ଅଧ୍ୟକ୍ଷ ଶ୍ରୀ ବିକାଶ ଚନ୍ଦ୍ର ଦାସଙ୍କ ବିରୋଧରେ ଆଇପିସିର ଧାରା ୧୮୮ ଏବଂ ବିପର୍ଯ୍ୟୟ ପରିଚାଳନା ଆଇନ ୨୦୦୫ ଅନୁସାରେ ଏଫ୍ଆଇଆର୍ ଦାଖଲ ପାଇଁ କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କୁ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
Odisha Panchayat elections 2022: State Election Commissioner takes action against violators, suspends college principal
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X