Get Updates
Get notified of breaking news, exclusive insights, and must-see stories!

ପ୍ରକାଶ ପାଇଲା ଚୁଡାନ୍ତ ଭୋଟର ତାଲିକା-୨୦୨୨

ଭୂବନେଶ୍ୱର: ରାଜ୍ୟରେ ୨୦୨୨ ମସିହା ପାଇଁ ଚୁଡାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି। ସଂଶୋଧନ ସମୟରେ ୯ ଲକ୍ଷ ୫୦ ହଜାର,
୭୮୯ ଜଣ ନୂଆ ଭୋଟର ଅନ୍ତର୍ଭୁକ୍ତ ହୋଇଥିବା ବେଳେ ୩ ଲକ୍ଷ ୪୪ ହଜାର ୯୪୪ ଭୋଟରଙ୍କ ନାମ ତାଲିକାରୁ ବାଦ୍ ଦିଆଯାଇଛି। ୩ ଲକ୍ଷ ୮୨ ହଜାର ୬୦୧ ଜଣଙ୍କ ତ୍ରୁଟି ସଂଶୋଧନ କରାଯାଇଛି। ରାଜ୍ୟର ସବୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ, ୫୮ଗୋଟି ଭୋଟର ପଞ୍ଜିକରଣ ଅଧିକାରୀ ତଥା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ୩୭୬୦୬ ଗୋଟି ବୁଥ୍‌ରେ ଚୁଡାନ୍ତ ଭୋଟର ତାଲିକା ପ୍ରକାଶ ପାଇଲା ବୋଲି ରାଜ୍ୟ ମୁଖ୍ଯ ନିର୍ବାଚନ ଅଧିକାରୀ ସୁଶୀଲ୍ କୁମାର ଲୋହାନୀ ଜଣାଇଛନ୍ତି।

vote odisha

ଭୋଟର ତାଲିକାର ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ପରେ ଗତ ନଭେମ୍ବର ୧ ତାରିଖରେ ଚିଠା ତାଲିକା ପ୍ରକାଶ ପାଇଥିଲା ଓ ଭୋଟରମାନଙ୍କ ଦାବି ଆପତ୍ତି ନିମନ୍ତେ ଗତ ନଭେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ଦିନ ଧାର୍ଯ୍ଯ କରାଯାଇଥିଲା। ସମଗ୍ର ରାଜ୍ୟରେ ୨୦୨୨ ମସିହା ପାଇଁ ଭୋଟର ତାଲିକାର ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ପରେ ଗତ ନଭେମ୍ବର ୧ ତାରିଖ ରେ ଚିଠା ଭୋଟର ତାଲିକା ପ୍ରକାଶ ପାଇଥିଲା ଓ ଭୋଟର ମାନଙ୍କର ଦାବୀ ଆପତ୍ତି ଶୁଣିବା ନିମନ୍ତେ ଗତ ନଭେମ୍ବର ୧ ତାରିଖ ରୁ ନଭେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ଦିନ ଧାର୍ଯ୍ୟ କରାଯାଇଥିଲା । ଏହି ସମୟ ମଧ୍ୟରେ ଦାବି ଆପତ୍ତି ନିମନ୍ତେ ସମୁଦାୟ ୧୮,୬୫,୫୭୦ ଗୋଟି ଦାବି-ଆପତ୍ତି ଫର୍ମ ଗ୍ରହଣ କରାଯାଇଥିଲା । ତନ୍ମଧ୍ୟରୁ ୧୨,୦୨,୧୦୧ ଅର୍ଥାତ୍ ୬୪.୪୪% ଦାବୀ ଓ ଆପତ୍ତି ଅନଲାଇନ୍ ମାଧ୍ୟମରେ ଆସିଥିବା ବେଳେ ୬,୬୩,୪୬୯ ଅର୍ଥାତ୍ ୩୫.୫୬% ଦାବୀ ଓ ଆପତ୍ତି ଅଫଲାଇନ୍ ମାଧ୍ୟମରେ ଗ୍ରହଣ କରାଯାଇଥିଲା ।

ରାଜ୍ୟର ସବୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ, ୫୮ ଗୋଟି ଭୋଟର ପଞ୍ଜୀକରଣ ଅଧିକାରୀ ତଥା ଉପ-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ୩୭,୬୦୬ ଗୋଟି ବୁଥରେ ଚୂଡାନ୍ତ ଭୋଟର ତାଲିକା ପ୍ରକାଶ ପାଇଲା ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ୍ କୁମାର ଲୋହାନୀ ଜଣାଇଛନ୍ତି । ଫଟୋ ଭୋଟର ତାଲିକାର ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ସମୟରେ ୯,୫୦,୭୮୯ ଜଣ ନୂଆ ଭୋଟର ତାଲିକାରେ ଅନ୍ତର୍ଭୁକ୍ତ ହୋଇଥିବା ବେଳେ ୩,୪୪,୯୪୪ଜଣ ଭୋଟରଙ୍କ ନାମ ତାଲିକାରୁ ବାଦ୍ ଦିଆଯାଇଛି ଓ ଭୋଟର ତାଲିକାରେ ଥିବା ୩,୮୨,୬୦୧ ଜଣ ଭୋଟରଙ୍କର ତ୍ରୁଟି ସଂଶୋଧନ କରାଯାଇଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ଜଣାଇଛନ୍ତି ।

୨୦୨୧ ମସିହାରେ ପ୍ରକାଶ ପାଇଥିବା ଚୂଡାନ୍ତ ଭୋଟର ତାଲିକାରେ ୧୮-୧୯ ବର୍ଷ ବୟସ ବର୍ଗରେ ସମୁଦାୟ ୪,୧୦,୦୭୬ ଜଣ ଭୋଟର ଅନ୍ତର୍ଭୁକ୍ତ ହୋଇଥିବା ବେଳେ ଚଳିତ ବର୍ଷ ଭୋଟର ତାଲିକାରେ ତାହା ବୃଦ୍ଧି ପାଇ ୫,୨୩,୭୪୪ ହୋଇଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଲୋହାନୀ ଜଣାଇଛନ୍ତି । ଚଳିତ ବର୍ଷର ଚୂଡାନ୍ତ ଭୋଟର ତାଲିକାରେ ରାଜ୍ୟର ସମୁଦାୟ ୩,୨୯,୮୩,୬୪୩ ଜଣ ଭୋଟର ଥିବା ବେଳେ ସେଥିମଧ୍ୟରୁ ୧,୬୭,୯୬,୬୦୩ ଜଣ ପୁରୁଷ ଭୋଟର ଓ ୧,୬୧,୮୩,୮୩୫ ଜଣ ମହିଳା ଭୋଟର ଏବଂ ୩୦୨୫ ଜଣ ତୃତୀୟ ଲିଙ୍ଗ ଭୋଟର ଅଛନ୍ତି।

ପୁରୁଷ ମହିଳା ଭୋଟର ଅନୁପାତ:

୨୦୨୧ ମସିହାରେ ଚୂଡାନ୍ତ ଭୋଟର ତାଲିକାରୁ ପୁରୁଷ ମହିଳା ଭୋଟର ଅନୁପାତ ୯୫୮ ଥିବା ବେଳେ ଚଳିତ ବର୍ଷ ଭୋଟର ତାଲିକାରେ ତାହା ବୃଦ୍ଧି ପାଇ ତାହା ୯୬୪ ହୋଇଛି ସେହି ୨୦୨୧ ମସିହାରେ ଚୂଡାନ୍ତ ଭୋଟର ତାଲିକାରେ ୩,୩୮,୪୫୮ ଜଣ ଭୋଟରଙ୍କ ଫଟୋ ତାଲିକାରେ ନଥିବା ବେଳେ ତାହା ଚଳିତ ବର୍ଷ ଭୋଟର ତାଲିକାରେ ହ୍ରାସ ପାଇ ୮୪,୬୯୪ ହୋଇଛି ।

ଭୋଟର ତାଲିକା ପ୍ରସ୍ତୁତିର ଶୁଦ୍ଧିକରଣରେ ଆଶାନୁରୂପ ଗୁଣାତ୍ମକ ଅଭିବୃଦ୍ଧି:

ଭୋଟର ତାଲିକା ପ୍ରସ୍ତୁତିର ଶୁଦ୍ଧିକରଣରେ ଆଶାନୁରୂପ ଗୁଣାତ୍ମକ ଅଭିବୃଦ୍ଧି ଘଟିଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି ।
୨୦୨୧ ମସିହାର ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକ ସଂଶୋଧନ ନିମନ୍ତେ ମାତ୍ର ୭% ଭୋଟର ଅନଲାଇନ୍ ମାଧ୍ୟମରେ ଆବେଦନ କରିଥିବା ବେଳେ ବ୍ୟାପକ ପ୍ରଚାର ପ୍ରସାର ଓ ସମସ୍ତ ହିତାଧିକାରୀଙ୍କ ଅଂଶ ଗ୍ରହଣ ଯୋଗୁଁ ଚଳିତ ବର୍ଷ ଅର୍ଥାତ୍ ୨୦୨୨ ମସିହାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ନିମନ୍ତେ ଅନଲାଇନ୍ ମାଧ୍ୟମରେ ୬୪% ରୁ ଅଧିକ ଭୋଟର ଆବେଦନ କରିଛନ୍ତି । ଚଳିତ ବର୍ଷ ଭାରତ ନିର୍ବାଚନ ଆୟୋଗ ସମସ୍ତ ଭୋଟରଙ୍କୁ ସଂପୂର୍ଣ୍ଣ ମାଗଣାରେ ସ୍ପୀଡ୍ ପୋଷ୍ଟ୍ ମାଧ୍ୟମରେ ଫଟୋ ପରିଚୟ ପତ୍ର ପଠାଇବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଜାତୀୟ / ରାଜ୍ୟ ସ୍ତରର ସମସ୍ତ ରାଜନୈତିକ ଦଳ ମାନଙ୍କୁ ବିନା ମୂଲ୍ୟରେ ଚଳିତ ବର୍ଷର ଚୂଡାନ୍ତ ଭୋଟର ତାଲିକାର ନକଲ ପ୍ରଦାନ କରାଯିବାର ବ୍ୟବସ୍ଥା କରାଯାଇଛି ।

ଚଳିତ ବର୍ଷର ଭୋଟର ତାଲିକା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଓ୍ୱେବସାଇଟ୍ ରେ ଜନ ସାଧାରଣଙ୍କ ଅବଗତି ନିମନ୍ତେ ମଧ୍ୟ ଆଜି ଠାରୁ ଉପଲବ୍ଧ ହୋଇପାରିବ । ସମସ୍ତ ଭୋଟର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଓ୍ୱେବସାଇଟ୍ www.ceଞ୍ଚଞ୍ଚriଟଟଚ୍ଚ.nic.in ରେ ତନଖି କରି ପାରିବେ । ଏହା ବ୍ୟତୀତ ଚଳିତ ଚୂଡାନ୍ତ ଭୋଟର ତାଲିକାରେ ଯଦି କୌଣସି ଭୋଟରଙ୍କ ତୃଟି ବିଚ୍ୟୁତି ଥାଏ ତାହେଲେ ସେମାନେ ତ୍ରୁଟି ସଂଶୋଧନ ନିମନ୍ତେ ପୂର୍ବଭଳି ଉଭୟ ଅନଲାଇନ୍ ଓ ଅଫ୍ ଲାଇନ୍ ମାଧ୍ୟମରେ ଆବେଦନ କରିପାରିବେ । ଯାହାକି ଧାରାବାହିକ ସଂଶୋଧନ ପ୍ରକ୍ରିୟାରେ କରାଯାଇପାରିବ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+