୯ଟି ନୂତନ ପୁଞ୍ଜିନିବେଶ ପ୍ରକଳ୍ପକୁ ମିଳିଲା ନୁମୋଦନ

ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ ସିଙ୍ଗଲ୍ ୱିଣ୍ଡୋ କମିଟି ବୈଠକରେ ୯ଟି ନୂତନ ପୁଞ୍ଜିନିବେଶ ପ୍ରକଳ୍ପକୁ ନିତୀଗତ ଅନୁମୋଦନ ମିଳିଛି । ଏହି ପ୍ରକଳ୍ପ ଗୁଡ଼ିକ ମୁଖ୍ୟତଃ ମାନୁଫାକ୍ଚରିଙ୍ଗ୍, ଖାଦ୍ୟ ପ୍ରକ୍ରିୟାକରଣ, ସାର ଉତ୍ପାଦନ, ଡାଉନ୍ଷ୍ଟିମ୍ ଏବଂ ପର୍ଯ୍ୟଟନ ସେକ୍ଟର ଅନ୍ତର୍ଭୁକ୍ତ । ଏହି ସବୁ ପ୍ରକଳ୍ପଗୁଡ଼ିକ ଯୋଗୁ ପ୍ରତ୍ୟକ୍ଷ ଏବଂ ପରୋକ୍ଷ ଭାବରେ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ।

Investment Projects

ପ୍ରକଳ୍ପ ଗୁଡ଼ିକୁ ଅନୁମୋଦନ ଦେଇ ସେଗୁଡ଼ିକର ତ୍ୱରିତ୍ କାର୍ଯ୍ୟନ୍ୱୟନ ଉପରେ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ଗୁରୁତ୍ୱ ଆରୋପ କରିଥିଲେ । ଏଥିପାଇଁ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବାକୁ ମୁଖ୍ୟ ଶାସନ ସଚିବ ସଂପୃକ୍ତ ବିଭାଗମାନଙ୍କୁ ନିଦେ୍ର୍ଧଶ ଦେଇଥିଲେ । ପ୍ରସ୍ତାବିତ ଶିଳ୍ପଗୁଡ଼ିକ ପାଇଁ ଆବଶ୍ୟକ ପଡ଼ୁଥିବା ଜମି ଓ ଜଳର ସଠିକ୍ ଆକଳନ କରିବା ସହ ଅଧିକ ନିଯୁକ୍ତି ଭିତିକ ଶିଳ୍ପଗୁଡ଼ିକୁ ଅଗ୍ରାଧିକାର ଦେବା ପାଇଁ ମଧ୍ୟ ମୁଖ୍ୟ ଶାସନ ସଚିବ ନିଦେ୍ର୍ଧଶ ଦେଇଥିଲେ ।

୨୪୮୬ ଜଣ ବ୍ୟକ୍ତିଙ୍କୁ ମିଳିବ ନିଯୁକ୍ତି ସୁଯୋଗ

ଶିଳ୍ପ ବିଭାଗର ପ୍ରମୁଖ ଶାସନ ସଚିବ ହେମନ୍ତ ଶର୍ମା ପ୍ରକଳ୍ପ ଗୁଡ଼ିକର ବୈଷୟିକ, ଆର୍ଥିକ ଏବଂ ଭିତିଭୂମି ସଂପର୍କିିତ ବିଷୟ ଆଲୋଚନା ପାଇଁ ଉପସ୍ଥାପନ କରିଥିଲେ । ଏହି ନୂତନ ପୁଞ୍ଜିନିବେଶ ପ୍ରକଳ୍ପ ଗୁଡ଼ିକ କାର୍ଯ୍ୟକାରୀ ହେବା ଦ୍ୱାରା ରାଜ୍ୟରେ ପ୍ରତ୍ୟକ୍ଷ ଭାବରେ ୨୪୮୬ଜଣ ବ୍ୟକ୍ତିଙ୍କୁ ନିଯୁକ୍ତି ସୁଯୋଗ ମିଳିବ । ଏହାଛଡ଼ା ପରୋକ୍ଷ ଭାବରେ ବହୁ ସଂଖ୍ୟକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ବୈଠକରେ ଆଲୋଚନା କରାଯାଇଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+