ସମ୍ବଲପୁର ଓ ବଲାଙ୍ଗୀରରେ ଖୋଲିବ ୨ଟି ନୂଆ ସରକାରୀ ଆଇଟିଆଇ

ସମ୍ବଲପୁରର କୁଚିଣ୍ଡା ଓ ବଲାଙ୍ଗୀରର ପାଟଣାଗଡ଼ଠାରେ ଦୁଇଟି ନୂତନ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ (ITI) ଖୋଲାଯିବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଭୁବନେଶ୍ୱର: ପଶ୍ଚିମ ଓଡ଼ିଶାବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭେଟି । ସମ୍ବଲପୁରର କୁଚିଣ୍ଡା ଓ ବଲାଙ୍ଗୀରର ପାଟଣାଗଡ଼ଠାରେ ଦୁଇଟି ନୂତନ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ (ITI) ଖୋଲାଯିବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାଦ୍ବାରା ଏହି ଜନଜାତି ବହୁଳ ଅଞ୍ଚଳର ଯୁବ ସମାଜ ବିଶେଷ ଭାବରେ ଉପକୃତ ହେବେ ।

Government ITI

କୁଚିଣ୍ଡାରେ ନୂଆ ସରକାରୀ ITI ପ୍ରତିଷ୍ଠା ଦ୍ୱାରା କୁଚିଣ୍ଡା ବାମରା ଓ ଜମନକିରା ବ୍ଲକର ଯୁବସମାଜ ଉପକାର ପାଇବେ । ନିଯୁକ୍ତି ତଥା ଆତ୍ମନିଯୁକ୍ତିର ସୁଯୋଗ ଥିବା ଚାରିଗୋଟି TRADEରେ ଏଠାରେ ୨୪୦ ପ୍ରଶିକ୍ଷାର୍ଥୀଙ୍କୁ ତାଲିମ ଦିଆଯିବ । ସମ୍ବଲପୁର ଆଖପାଖରେ ଅନେକ ଶିଳ୍ପାନୁଷ୍ଠାନ ଗଢି ଉଠୁଥିବାରୁ ଏହା ଛାତ୍ରଛାତ୍ରୀମାନଙ୍କ ପାଇଁ ବିପୁଳ ଓ ଆତ୍ମନିଯୁକ୍ତି ପାଇଁ ସୁଯୋଗ ମଧ୍ୟ ସୃଷ୍ଟି କରିବ ।

ସେହିପରି ବଲାଙ୍ଗୀରର ପାଟଣାଗଡ ଠାରେ ପ୍ରତିଷ୍ଠା ହେବାକୁ ଥିବା ITIରେ ମଧ୍ୟ ୪ ଗୋଟି ଟ୍ରେଡରେ ୨୪୦ ଜଣ ପିଲା ଶିଳ୍ପ ତାଲିମ ପାଇପାରିବେ । ବୃତ୍ତିଗତ ତାଲିମ ବ୍ୟବସ୍ଥା ଦ୍ବାରା ଯୁବକ ଯୁବତୀ ମାନଙ୍କୁ ଦକ୍ଷତା ବୃଦ୍ଧି ହେବା ସହିତ ନିଯୁକ୍ତିର ସୁଯୋଗ ସୃଷ୍ଟି ହେବ ।

ସୂଚନାଯୋଗ୍ୟ ଯେ ରାଜ୍ୟର ୩୧୪ଟି ବ୍ଲକ୍‌ ମଧ୍ୟରୁ ୨୫୧ଟି ବ୍ଲକର ସରକାରୀ/ବେସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ (ITI) ରହିଛି । ସେହିପରି ୫୮ଟି ସବଡିଭିଜନ ମଧ୍ୟରୁ ୪୮ଟିରେ ITI ରହିଛି । ପାଟଣାଗଡ ଓ କୁଚିଣ୍ଡାରେ ITI ପ୍ରତିଷ୍ଠା ହେବା ପରେ ଏହି ସଂଖ୍ୟା ୫୦କୁ ବୃଦ୍ଧି ପାଇବ । Skilled in Odisha କାର୍ଯ୍ୟକ୍ରମ ଜରିଆରେ ଆମର ଯୁବକ ଯୁବତୀମାନେ ବିଭିନ୍ନ ସରକାରୀ ଶିଳ୍ପତାଲିମ ପ୍ରତିଷ୍ଠାନ ମାନଙ୍କରେ ତାଲିମ ନେଇ ନିଜର ଦକ୍ଷତା ଦ୍ୱାରା ଓଡିଶା ପାଇଁ ନୂଆ ପରିଚୟ ସୃଷ୍ଟି କରିପାରିଛନ୍ତି। ଭୁବନେଶ୍ବର ନିକଟରେ ପ୍ରତିଷ୍ଠିତ World Skill Centre ଆମର ଯୁବସମାଜ ପାଇଁ ଅନେକ ସମ୍ଭାବନା ସୃଷ୍ଟି କରିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+