OUTRର ହେବ ନବକଳେବର, ତିନି ବର୍ଷରେ ଖର୍ଚ୍ଚ ହେବ ୧୫୦୦ କୋଟି ଟଙ୍କା

ଭିତ୍ତିଭୂମି ଠାରୁ ଆରମ୍ଭ କରି ମାନବ ସମ୍ବଳର ବିକାଶ ଜରିଆରେ ଏହି ଅନୁଷ୍ଠାନର ହେବ ରୂପାନ୍ତର । ତିନି ବର୍ଷରେ ତିନୋଟି ପର୍ଯ୍ୟାୟରେ ଖର୍ଚ୍ଚ ହେବ ୧୫୦୦ କୋଟି ଟଙ୍କା।

ଭୁବନେଶ୍ୱର: ଓଡିଶାର ବୈଷୟିକ ଶିକ୍ଷା କ୍ଷେତ୍ରର ଅଗ୍ରଣୀ ଅନୁଷ୍ଠାନ ଓଡିଶା ବୈଷୟିକ ଶିକ୍ଷା ଓ ଗବେଷଣା ବିଶ୍ବବିଦ୍ୟାଳୟ (OUTR) ର ହେବ ନବକଳେବର । ପୂର୍ବରୁ ଏହା କଲେଜ ଅଫ ଇଞ୍ଜିନିୟରିଂ ଆଣ୍ଡ ଟେକ୍‌ନୋଲୋଜି ବା CET ଭାବେ ପରିଚିତ ଥିଲା। ଭିତ୍ତିଭୂମି ଠାରୁ ଆରମ୍ଭ କରି ମାନବ ସମ୍ବଳର ବିକାଶ ଜରିଆରେ ଏହି ଅନୁଷ୍ଠାନର ହେବ ରୂପାନ୍ତର । ତିନି ବର୍ଷରେ ତିନୋଟି ପର୍ଯ୍ୟାୟରେ ଖର୍ଚ୍ଚ ହେବ ୧୫୦୦ କୋଟି ଟଙ୍କା। କେବଳ ପ୍ରଥମ ବର୍ଷରେ ବିନିଯୋଗ ହେବ ୧୦୦୦ କୋଟି ଟଙ୍କା । IIM, IIT ଓ NIT ପରି ଖ୍ୟାତିସମ୍ପନ୍ନ ବୈଷୟିକ ଅନୁଷ୍ଠାନ ପରି ଏହାର ବିକାଶ କରାଯାଇପାରିବ । ଆଜି OUTR ର ବିକାଶ ସଂପର୍କିତ master plan କୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି ।

OUTR

ବର୍ତ୍ତମାନ OUTRରେ ୪୬୦୦ ଛାତ୍ରଛାତ୍ରୀ ପଢୁଥିବା ବେଳେ ଆଗାମୀ ୫ ବର୍ଷରେ ଯେପରି ୧୦ ହଜାର ଛାତ୍ରଛାତ୍ରୀ ପଢିବାର ସୁଯୋଗ ପାଇବେ, ତାକୁ ଦୃଷ୍ଟିରେ ରଖି ଏହାକୁ IIT ଢାଞ୍ଚାରେ ବିକାଶ କରାଯିବ ।

ଆଜି ମୁଖ୍ୟମନ୍ତ୍ରୀ OUTRର ଭିତ୍ତିଭୂମି, ପରିଚାଳନା, ଶିକ୍ଷାଦାନ ଆଦି ସଂପର୍କରେ ସମୀକ୍ଷା କରିଥିଲେ । ଏହି ବିଶ୍ବବିଦ୍ୟାଳୟକୁ ବୈଷୟିକ ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ଏକ ଅଗ୍ରଣୀ ଶିକ୍ଷାନୁଷ୍ଠାନ ଭାବରେ ଗଢି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଶିକ୍ଷା ଓ ଗବେଷଣାର ଗୁଣାତ୍ମକ ମାନ ଉପରେ ମଧ୍ୟ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଥିଲେ।

ଉଚ୍ଚମାନର ଶିକ୍ଷାଦାନ ଉପରେ ଗୁରୁତ୍ବ ସହ new age technology ପାଇଁ ନୂଆ ନୂଆ ପାଠ୍ୟକ୍ରମ ଖୋଲାଯାଇ ମାନବ ସମ୍ବଳର ବିକାଶ ତଥା ଆନ୍ତଃ ବିଭାଗୀୟ ଗବେଷଣା କାର୍ଯ୍ୟକ୍ରମକୁ ଉତ୍ସାହିତ କରିବା ପାଇଁ ଅଧିକ Centre of Excellence ମଧ୍ୟ ପ୍ରତିଷ୍ଠା କରାଯିବ । ଏହାସହିତ ଶିକ୍ଷାଦାନ ଓ ଗବେଷଣା ପାଇଁ ଦେଶ ବିଦେଶର ବିଶ୍ବବିଦ୍ୟାଳୟ ସହ ମଧ୍ୟ ସହଭାଗିତାରେ କାର୍ଯ୍ୟ କରାଯିବ । ପ୍ରଯୁକ୍ତି ବିଦ୍ୟା ଶିକ୍ଷାର୍ଥୀ ମାନଙ୍କ ମଧ୍ୟରେ ଷ୍ଟାର୍ଟ-ଅପ କଲର୍ଚରକୁ ଉତ୍ସାହିତ କରିବା ଏବଂ ସେମାନଙ୍କ ଭିତରେ ଉଦ୍ୟୋଗୀ ମନୋଭାବର ବିକାଶ ପାଇଁ ବିଭିନ୍ନ ଅଗ୍ରଣୀ ଶିଳ୍ପାନୁଷ୍ଠାନ ସହଯୋଗରେ ଇନକ୍ୟୁବେସନ ସେଣ୍ଟରର ମଧ୍ୟ ବିକାଶ କରାଯିବ। ବିଶ୍ବବିଦ୍ୟାଳୟ ମଧ୍ୟରେ ଗବେଷଣା ସହିତ ଯେପରି ନୂଆ ନୂଆ ବୌଦ୍ଧିକ ସମ୍ପତ୍ତି ଅଧିକାର ହାସଲ କରାଯାଇପାରିବ ହୋଇପାରିବ ସେଥିପାଇଁ ସ୍ବତନ୍ତ୍ର ଧ୍ୟାନ ଦିଆଯିବ।

ସୂଚନାଯୋଗ୍ୟ ଯେ, ନିକଟରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ, OUTR (CET) ପରିଦର୍ଶନ କରି ଅଧ୍ୟାପକ ତଥା ଛାତ୍ରଛାତ୍ରୀ ମାନଙ୍କ ସହିତ ଅନୁଷ୍ଠାନର ବିକାଶ ସଂପର୍କରେ ଆଲୋଚନା କରିଥିଲେ ।

ସୂଚନାଯୋଗ୍ୟ ଯେ, ଏହି ବିଶ୍ବବିଦ୍ୟାଳୟ ୧୯୮୧ ମସିହାରେ ଓଡିଶା କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟ ଅଧିନରେ CET ନାମରେ ପ୍ରତିଷ୍ଠିତ ହୋଇଥିଲା। ୨୦୦୧ ମସିହାରେ ଏହା ଭୁବନେଶ୍ବରର ଘାଟିକିଆ ଠାରେ ଥିବା ୧୦୦ ଏକର ବିଶିଷ୍ଟ ନିଜସ୍ବ କ୍ୟମ୍ପସ୍‌କୁ ସ୍ଥାନାନ୍ତରିତ ହୋଇଥିଲା। ଏହା ହେଉଛି ଓଡିଶାର ଏକମାତ୍ର ଅନୁଷ୍ଠାନ ଯାହାକି NAAC A Grade ମାନ୍ୟତା ହାସଲ କରିପାରିଛି। ୨୦୨୧ରେ ଏହା ଏକ ବିଶ୍ବବିଦ୍ୟାଳୟର ମାନ୍ୟତା ପାଇଥିଲା ଏବଂ ଓଡିଶା ବୈଷୟିକ ଶିକ୍ଷା ତଥା ଗବେଷଣା ବିଶ୍ବବିଦ୍ୟାଳୟ ଭାବରେ ନାମିତ ହୋଇଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+