ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ଯୋଜନାରେ ସାମିଲ ହେଲା ରାୟଗଡା, ୮୭୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ସ୍ମାର୍ଟ ସ୍ୱାସ୍ଥ୍ୟସେବା ବ୍ୟବସ୍ଥାରେ ଯୋଡ଼ି ହେଲା ରାୟଗଡ଼ା । ଭିଡିଓ କନଫରେନ୍ସିଂ ଜରିଆରେ ରାୟଗଡ଼ାରେ BSKY ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ରାୟଗଡ଼ା: ସ୍ମାର୍ଟ ସ୍ୱାସ୍ଥ୍ୟସେବା ବ୍ୟବସ୍ଥାରେ ଯୋଡ଼ି ହେଲା ରାୟଗଡ଼ା । ଭିଡିଓ କନଫରେନ୍ସିଂ ଜରିଆରେ ରାୟଗଡ଼ାରେ BSKY ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ ଜିଲ୍ଲାରେ ବିଭିନ୍ନ ବିକାଶମୂଳକ କାମ ପାଇଁ ୮୭୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଜିଲ୍ଲାର ୮ ଲକ୍ଷ ୩୦ ହଜାର ଲୋକ ଏହି ସୁବିଧା ପାଇବେ । ଏହା ସହିତ ରାଜ୍ୟର ୧୭ଟି ଜିଲ୍ଲା ଏବେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ଯୋଜନାରେ ସାମିଲ ହୋଇସାରିଛି ।

CM Naveen

ତେବେ ଆଜି ରାୟଗଡା ପାଇଁ ମୁଖ୍ୟମନ୍ତ୍ରୀ ୮୭୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ରାୟଗଡାରେ ଜଳସେଚନର ସୁବିଧା ପାଇଁ ଦୁଇଟି ମେଗା ଲିଫ୍‌ଟ ପ୍ରକଳ୍ପ ଶେଷ ହୋଇଛି ଏବଂ ଏହାଦ୍ବାରା ଗୁଣୁପୁର ବ୍ଲକ୍‌ର ୧୦୦୦ ହେକ୍ଟର ଜମିକୁ ପାଣି ମିଳି ପାରିବ । ସେହିପରି ରାୟଗଡା ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ୮ ଲକ୍ଷ ୩୦ ହଜାରେ ଲୋକ ସ୍ମାର୍ଟ କାର୍ଡ ପାଇବେ । ଏହା ଦ୍ବାରା ସମସ୍ତ ସ୍ବାସ୍ଥ୍ୟଗତ ସମସ୍ୟା ଦୂର ହୋଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଜନଜାତି ଭାଇ ଭଉଣୀ ମାନଙ୍କର ଉଚ୍ଚ ପ୍ରଶଂସା କରି କହିଥିଲେ ଯେ, ସେମାନେ ସରକାରଙ୍କ ବିଭିନ୍ନ ଯୋଜନାର ସୁଯୋଗ ନେଇ ନିଜ ଜୀବନଧାରଣ ମାନରେ ପରିବର୍ତ୍ତନ ଆଣିପାରିଛନ୍ତି । ସେହିପରି ଜିଲ୍ଲାରେ ମା ମାନେ ୪୦୦୦ ମିଶନ ଶକ୍ତି ଗ୍ରୁପରେ ସାମିଲ ହୋଇ ନିଜର ସାମାଜିକ ଓ ଆର୍ଥିକ ସ୍ଥିତିରେ ଉନ୍ନତି ଆଣିପାରିଛନ୍ତି ଓ ନିଜକୁ ସକ୍ଷମ କରିପାରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ମୁଖ୍ୟମନ୍ତ୍ରୀ ଆହୁରୀ କହିଛନ୍ତି, ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ । ଏହାଦ୍ବାରା ଆମର ଗରିବ ଲୋକମାନଙ୍କ ଚିନ୍ତା ଦୂର ହୋଇଛି। ସେମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+