ସ୍କୁଲ ରୂପାନ୍ତରଣର: ୨ୟ ପର୍ଯ୍ୟାୟର ୨ୟ ଦିନରେ ରୂପାନ୍ତରିତ ହେଲା ୫୩୧ ଟି ସ୍କୁଲ
ଆଜି ୫ଟି ଜିଲ୍ଲା ୫୩୧ଟି ସ୍କୁଲକୁ ଲୋକାର୍ପିତ ହୋଇଛି । ଢେଙ୍କାନାଳ ଜିଲ୍ଲାର ୧୦୫ଟି ହାଇସ୍କୁଲ, ଗଞ୍ଜାମର ୨୩୦ଟି, କନ୍ଧମାଳର ୭୩ଟି, ନବରଙ୍ଗପୁରର ୭୩ଟି ଓ ଅନୁଗୁଳ ଜିଲ୍ଲାର ୫୦ଟି ହାଇସ୍କୁଲ ଲୋକାର୍ପିତ ହୋଇଛି ।
ଭୁବନେଶ୍ୱର: ଆଜି ଦ୍ବିତୀୟ ପର୍ଯ୍ୟାୟର ଦ୍ବିତୀୟ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି । ଆଜି ୫ଟି ଜିଲ୍ଲା ୫୩୧ଟି ସ୍କୁଲକୁ ଲୋକାର୍ପିତ ହୋଇଛି । ଢେଙ୍କାନାଳ ଜିଲ୍ଲାର ୧୦୫ଟି ହାଇସ୍କୁଲ, ଗଞ୍ଜାମର ୨୩୦ଟି, କନ୍ଧମାଳର ୭୩ଟି, ନବରଙ୍ଗପୁରର ୭୩ଟି ଓ ଅନୁଗୁଳ ଜିଲ୍ଲାର ୫୦ଟି ହାଇସ୍କୁଲ ଲୋକାର୍ପିତ ହୋଇଛି । ସୂଚନାଯୋଗ୍ୟ ଯେ, ଦ୍ବିତୀୟ ପର୍ଯ୍ୟାୟରେ ସମୁଦାୟ ୨୯୦୮ଟି ହାଇସ୍କୁଲର ରୂପାନ୍ତର ହୋଇଛି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜୀବନର ଏ ଗୁରୁତ୍ବପୂର୍ଣ୍ଣ ସମୟକୁ ଠିକ୍ ଭାବରେ ଉପଯୋଗ କର ଏବଂ ନିଜପାଇଁ, ନିଜ ପରିବାର ପାଇଁ ଓ ପ୍ରିୟ ଓଡିଶା ପାଇଁ ନୂଆ ପରିଚୟ ସୃଷ୍ଟି କରିବା । ସ୍କୁଲ ଆଜି ଯେଉଁ ନୂଆ ରୂପ ନେଇଛି, ତାହା ପିଲାମାନଙ୍କ ଭିତରେ ଆନନ୍ଦ ଓ ଉତ୍ସାହ ଭରି ଦେଇଛି। ଏହା ସେମାନଙ୍କ ମଧ୍ୟରେ ନୂଆ ଆଶା ଓ ସଂକଳ୍ପ ସୃଷ୍ଟି କରିଛି । ସ୍କୁଲ ସମୟ ଜୀବନର ଶ୍ରେଷ୍ଠ ସମୟ । ଏ ରୂପାନ୍ତର ଆମର ପିଲାମାନଙ୍କୁ ଶ୍ରେଷ୍ଠ କରି ଗଢିତୋଳିବା ପାଇଁ ସୁଯୋଗ ସୃଷ୍ଟି କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ପିଲାମାନଙ୍କୁ 5T ମହତ୍ତ୍ବ ବିଷୟରେ ବୁଝାଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଟେକ୍ନୋଲୋଜି, ଟିମୱାର୍କ, ଟାଇମ ବା ସମୟ ଏବଂ ଟ୍ରାନ୍ସପ୍ୟାରେନ୍ସି ବା ସ୍ବଚ୍ଛତାର ପ୍ରୟୋଗରେ ଆସେ ରୂପାନ୍ତର । ଟେକ୍ନୋଲୋଜି ଦ୍ବାରା ସେମାନଙ୍କ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର, ଆଧୁନିକ ପରୀକ୍ଷାଗାର ଆଦିର ବ୍ୟବସ୍ଥା ହେବା ସହିତ ଭଲ ପିଇବା ପାଣି ଓ ଉତ୍ତମ ପରିମଳ ବ୍ୟବସ୍ଥାର ସୁବିଧା କରାଗଲା । ସେହିପରି ଟିମ୍ୱାର୍କରେ ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ, ପୁରାତନ ଛାତ୍ର ଓ ପ୍ରଶାସନ ଆଦି ସମସ୍ତେ ମିଳିମିଶି ଏ ରୂପାନ୍ତର କାମରେ ସାମିଲ ହୋଇଛନ୍ତି । ସେହିପରି ଟାଇମ ବା ସମୟକୁ ଗୁରୁତ୍ବ ଦିଆଯାଇ ଧାର୍ଯ୍ୟ ଲକ୍ଷ୍ୟ ଅନୁସାରେ ଠିକ୍ ସମୟରେ କାର୍ଯ୍ୟ ଶେଷ ହୋଇଛି । ସେହିପରି ଟ୍ରାନ୍ସପ୍ୟାରେନ୍ସି ବା ସ୍ବଚ୍ଛତାର ପ୍ରୟୋଗ କରାଯାଇ ସବୁ କାମ ସମସ୍ତଙ୍କ ସହ ଆଲୋଚନା କରି କରାଯାଇଛି । ଭିଜନ ଡକ୍ୟୁମେଣ୍ଟ ଠାରୁ ଆରମ୍ଭ କରି କାମ ତଦାରଖ ପର୍ଯ୍ୟନ୍ତ ସମସ୍ତଙ୍କ ଜ୍ଞାତସାରରେ ସବୁ କାର୍ଯ୍ୟ ହୋଇଛି । ଏହି ସ୍ବଚ୍ଛତା ହେଉଛି 5Tକାର୍ଯ୍ୟକ୍ରମର ବଡ ଶକ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏ ରୂପାନ୍ତର ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ସ୍କୁଲ ମ୍ୟାନେଜମେଣ୍ଟ କମିଟି, ପଞ୍ଚାୟତ ପ୍ରତିନିଧି, ପୁରାତନ ଛାତ୍ର ସଂସଦ, ଶିକ୍ଷକ ଶିକ୍ଷୟତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲ ।
ଏହି ଅବସରରେ ଆଲୋଚନାରେ ଭାଗ ନେଇ ଢେଙ୍କାନାଳରୁ ତ୍ରିଶା ପ୍ରିୟଦର୍ଶିନୀ,ଗଞ୍ଜାମରୁ ଅର୍ପିତା ଚୌଧୁରୀ, କନ୍ଧମାଳରୁ ସୋନାଲି କହ୍ନର ନବରଙ୍ଗଗପୁରରୁ ଜୁଇସ ସୁନା ଓ ଅନୁଗୁଳରୁ ବିଷ୍ଣୁ ପ୍ରସାଦ ଚଇନି ଆଦି ଛାତ୍ରଛାତ୍ରୀ ସେମାନଙ୍କ ବ୍ୟକ୍ତବ୍ୟରେ ସ୍କୁଲ ରୂପାନ୍ତର ବିଷୟରେ ସେମାନଙ୍କ ଅନୁଭବ ବର୍ଣ୍ଣନା କରିଛନ୍ତି ।
ସ୍କୁଲ ରୂପାନ୍ତର କେବଳ ବିଦ୍ୟାଳୟର ଭୌତିକ ରୂପରେ ପରିବର୍ତ୍ତନ ଆଣିନି, ତାସହିତ ପିଲାମାନଙ୍କ ମାନସିକତା ଉପରେ ମଧ୍ୟ ସକାରାତ୍ମକ ପ୍ରଭାବ ପକାଇଛି । ପାଠ ସହ ଖେଳ ଆଦିର ବିକାଶ ପାଇଁ ସୁଯୋଗ ଆଣିଛି । ସେମାନଙ୍କ ବ୍ୟକ୍ତିତ୍ବକୁ ମଧ୍ୟ ବିକଶିତ କରି ବାରେ ବିଶେଷ ସହାୟକ ହୋଇଛି ବୋଲି ଛାତ୍ରଛାତ୍ରୀମାନେ ମତ ଦେଇଛନ୍ତି ।
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications