ଦ୍ରୁଷ୍ଟି ବାଧିତ ଓ ଶ୍ରବଣ ବାଧିତଙ୍କ ନିମନ୍ତେ ସ୍ଵତନ୍ତ୍ର ସ୍କୁଲ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ସ୍ଥିତ ଭୀମ ଭୋଇ ଦୃଷ୍ଟିହୀନ ସରକାରୀ ଉଚ୍ଚ ବିଦ୍ୟାଳୟ ଓ ବିପିନ ବିହାରୀ ଚୌଧୁରୀ ବାଧିତ ସରକାରୀ ଉଚ୍ଚ ବିଦ୍ୟାଳୟକୁ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରୂପେ ଲୋକାର୍ପିତ କରିଛନ୍ତି । ଏହାଦ୍ଵାରା ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଦୃଷ୍ଟିବାଧିତ ଓ ଶ୍ରବଣବାଧିତ ପିଲାମାନେ ଛାତ୍ରାବାସରେ ରହି ଯୁକ୍ତ ଦୁଇ ପଢ଼ିବାର ସୁଯୋଗ ପାଇ ପାରିବେ।

ପୂର୍ବରୁ ଏହିପିଲାମାନେ ସାଧାରଣ ବର୍ଗର ପିଲାଙ୍କ ପାଇଁ ଉଦ୍ଦିଷ୍ଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଶିକ୍ଷା ଲାଭ କରୁଥିଲେ । ସାଧାରଣ ବର୍ଗ ସ୍କୁଲରେ ସେମାନଙ୍କ ପାଇଁ ବିଶେଷ ସୁବିଧା ଉପଲବ୍ଧ ନଥିଲା । ଭୀମ ଭୋଇ ଦୃଷ୍ଟିବାଧିତ ସରକାରୀ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କଳା ବିଷୟ ସହିତ ଆଇଟିଆଇ ଖୋଲାଯାଇଥିବା ବେଳେ ବିପିନ ବିହାରୀ ଚୌଧୁରୀ ଶ୍ରବଣ ବାଧିତ ଉଚ୍ଚ ମାଧ୍ୟମିକ ବିଦ୍ୟାଳରେ ବିଜ୍ଞାନ ବିଷୟ ସହିତ ଆଇଟି ଶିକ୍ଷାର ସୁଯୋଗ ସୃଷ୍ଟି କରାଯାଇଛି।

ଏହି ଅବସରରେ ଦୃଷ୍ଟିବାଧିତ ପିଲାଙ୍କ ନିମନ୍ତେ ଉଦ୍ଦିଷ୍ଟ ଅଡ଼ିଓ ଷ୍ଟୁଡିଓ ଓ ଶ୍ରୁତିବାଧିତ ପିଲାଙ୍କ ନିମନ୍ତେ ଭରଚୁଆଲ ଷ୍ଟୁଡିଓ କୁ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଥିଲେ । ଏଥିସହିତ ଦୁଇ ବିଦ୍ୟାଳୟର ସମସ୍ତ ପିଲାଙ୍କୁ ନୂଆ ସ୍କୁଲ ବ୍ୟାଗ, ଦୃଷ୍ଟିହୀନ ପିଲାଙ୍କ ପାଇଁ ବ୍ରେଲିସ୍ଲେଟ, ବିଭିନ୍ନ ପ୍ରକାର ଖେଳ ସାମଗ୍ରୀ ମୁଖ୍ୟମନ୍ତ୍ରୀ ବଣ୍ଟନ କରିଥିଲେ।
ଉଭୟ ଛାତ୍ରାବାସର ଅନ୍ତେବାସୀଙ୍କ ବ୍ୟବହାର ନିମିତ୍ତ ନୂଆ ବିଛଣା, ଖାଇବା ବାସନ ଆଦି ବିଭିନ୍ନ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ପ୍ରଦାନ କରଯାଇଛି ଓ ଏଥି ସହିତ ଥଣ୍ଡା ପାନୀୟ ଜଳ ସୁବିଧା ପାଇଁ ଫ୍ରିଜ ଓ ଶିକ୍ଷଣ କାର୍ଯ୍ୟକ୍ରମ ଓ ମନୋରଞ୍ଜନ ପାଇଁ ଉଭୟ ଛାତ୍ରାବାସକୁ ଟିଭି ପ୍ରଦାନ କରାଯାଇଛି। ୫ଟି ରୂପାନ୍ତରଣ କାର୍ଯ୍ୟକ୍ରମରେ ଦୁଇ ବିଦ୍ୟାଳୟରେ ଉପଯୋଗୀ ସ୍ମାର୍ଟ ଶ୍ରେଣୀ ଗୃହ, ଇ -ପାଠାଗାର, ବିଜ୍ଞାନାଗାର ଓ ବିଭିନ୍ନ ଖେଳ ନିମନ୍ତେ ସୁବିଧା କରାଯାଇଛି ।












Click it and Unblock the Notifications