Get Updates
Get notified of breaking news, exclusive insights, and must-see stories!

ସମ୍ଭାବ୍ୟ ବାତ୍ୟା ସମ୍ପର୍କରେ ସବିଶେଷ ସୂଚନା ଦେଲେ ରିଲିଫ କମିଶନର

ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ସଂପର୍କରେ ଗଣମାଧ୍ୟମର ପ୍ରତିନିଧିମାନଙ୍କୁ ସୂଚନା ଦେଇ ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା କହିଲେ ଯେ, କେନ୍ଦ୍ରୀୟ ଆଣ୍ଡାମାନ ସାଗର ଅଞ୍ଚଳରେ ଗତକାଲିର ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଆଜି ସକାଳ ୫.୩୦ ସମୟରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ପାଶ୍ୱର୍ବର୍ତ୍ତୀ ଆଣ୍ଡାମାନ୍ ସାଗର ଅଞ୍ଚଳରେ ଗୋଟିଏ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି, ଯାହା ପରବର୍ତ୍ତୀ ସମୟରେ ସମାନ ଅଞ୍ଚଳରେ ମଧ୍ୟ ସକି୍ରୟ ରହିଛି ।

Cyclone Jawad

ଏହା ଲଘୁଚାପ କ୍ଷେତ୍ର ସହ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳର ମଧ୍ୟ ଭାଗ ଯାଏଁ ବ୍ୟାପିଛିା ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବା ସହିତ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଏକ ଅବପାତର ରୂପନେବାର ସମ୍ଭାବନା ରହିଛିା ଏହା ପରବର୍ତ୍ତୀ ସମୟରେ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହ ଡିସେମ୍ବର ୪ ତାରିଖ ସକାଳ ସମୟରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ତଥା ଉତ୍ତର ଆନ୍ଧ୍ରପ୍ରେଦଶ-ଓଡ଼ିଶା ଉପକୂଳରେ ପହଞ୍ଚବା ସମ୍ଭାବନା ରହିଛି ଏବଂ ପରବର୍ତ୍ତୀ ସମୟରେ ଏହା ଉତ୍ତର-ଉତ୍ତରପୂର୍ବ ଦିଗରେ ଗତିକରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଡିସେମ୍ବର ୩ ତାରିଖ ସନ୍ଧ୍ୟା/ରାତ୍ରି ସମୟରୁ ବୃଷ୍ଟିପାତରେ ବୃଦ୍ଧି ସହ ଏବଂ ଡିସେମ୍ବର ୩ ତାରିଖରେ କିଛି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଏବଂ ଡିସେମ୍ବର ୪ ଓ ୫ ତାରିଖରେ ଉପକୂଳ ଏବଂ ତତ୍ସଂଲଗ୍ନ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଗୋଟିଏରୁ ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଡିସେମ୍ବର ୩ ତାରିଖ ବେଳକୁ ଉପକୂଳ ଓଡ଼ିଶାର ଅନେକ ସ୍ଥାନ, ଅବଶିଷ୍ଟ ଓଡ଼ିଶାର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛିା ସେହିପରି ଡିସେମ୍ବର ୪ ତାରିଖରେ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବାବେଳେ ଡିସେମ୍ବର ୫ ତାରିଖରେ ଉତ୍ତର ଉପକୂଳ ଓଡ଼ିଶାରଅଧିକାଂଶ ସ୍ଥାନ ଏବଂ ଅବଶିଷ୍ଟ ଓଡ଼ିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି ।

ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ଯେ ଡିସେମ୍ବର ୩ ତାରିଖରେ ଗଜପତି. ଗଞ୍ଜାମ, ପୁରୀ ଏବଂ ଜଗତସିଂହପୁରରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରୋ ଏସବୁ ଜିଲ୍ଲାଗୁଡ଼ିକୁ ହଳଦିଆ ସତର୍କ (ୟେଲୋ ଓ୍ୱାର୍ଣ୍ଣିଂ) ଦିଆଯାଇଛିା ଡିସେମ୍ବର ୪ ତାରିଖରେ ଗଜପତି, ଗଞ୍ଜାମ, ପୁରୀ ଏବଂ ଜଗତସିଂହପୁର ଜିଲ୍ଲାର ଗୋଟିଏରୁ ଦୁଇଟି ଅଞ୍ଚଳରେ ଅତି ପ୍ରବଳ ବର୍ଷା ହୋଇପାରୋ ଏହି ଜିଲ୍ଲାଗୁଡ଼ିକୁ ଲାଲ୍ ସତର୍କ ସୂଚନା ଜାରି କରାଯାଇଛିା ଖୋର୍ଦ୍ଧା, ନୟାଗଡ଼, କେନ୍ଦ୍ରାପଡ଼ା, କଟକ, କନ୍ଧମାଳ, ରାୟଗଡ଼ା ଏବଂ କୋରାପୁଟ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏସବୁ ଜିଲ୍ଲାକୁ କମଳା ସତର୍କ (ଅରେଞ୍ଜ ଓ୍ୱାର୍ଣ୍ଣିଂ) ସୂଚନା ଜାରି କରାଯାଇଛିା ଭଦ୍ରକ, ବାଲେଶ୍ୱର, ଯାଜପୁର ଓ ମାଲକାନଗିରି ଜିଲ୍ଲାର କିଛି ଅଞ୍ଚଳରେପ୍ରବଳ ବର୍ଷାର ସମ୍ଭାବନା ରହିଛିା ଏହି ଜିଲ୍ଲାଗୁଡ଼ିକୁ ୟେଲୋ ଓ୍ୱାର୍ଣ୍ଣିଂ ଦିଆଯାଇଛିା ଡିସେମ୍ବର ୫ ତାରିଖରେ ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଭଦ୍ରକ, ବାଲେଶ୍ୱର, ଯାଜପୁର, ପୁରୀ, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷ ହେବାର ସମ୍ଭାବନା ଥିବାରୁ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛିା ଆଜିଠାରୁ ଡିସେମ୍ବର ୫ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବା ପାଇଁ ବାରଣ କରାଯାଇଛି ।

Jawad
ଲଘୁଚାପ ଅବପାତ ରୂପ ନେବା ପରେ ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ବହିବା ଡିସେମ୍ବର ୩ ତାରିଖ ସକାଳେ ପବନର ବେଗ ଘଣ୍ଟା ପ୍ରତି ୬୫ରୁ ୭୫ କିମି ଓ ସ୍ଥଳ ବିଶେଷରେ ୮୫ କିମି ଛୁଇଁପାରୋ ଡିସେମ୍ବର ୪ ତାରିଖ ସକାଳ ସୁଦ୍ଧା ଉତ୍ତର ପଶ୍ଚିମ ଏବଂ ତତ୍ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଘଣ୍ଟା ପ୍ରତି ୯୦ରୁ ୧୦୦ କିମି ଏବଂ ସ୍ଥଳବିଶେଷରେ ଝଟକା ପବନ ୧୧୦ କିମି ପର୍ଯ୍ୟାନ୍ତ ବୋହିବ ବୋଲି ଆକଳନ କରାଯାଇଛିା ଅପରାହ@ରୁ ୧୨ଟା ପର୍ଯ୍ୟନ୍ତ ଉତ୍ତର ଆନ୍ଧ୍ରପ୍ରଦେଶ-ଓଡ଼ିଶା ଉପକୂଳରେ ଘଣ୍ଟା ପ୍ରତି ୭୦ରୁ ୮୦ କିମି ବେଗ ସହିତ ଝଟକା ପବନର ବେଗ ୯୦ କିମି ଉପରେ ରହିବାର ସମ୍ଭାବନା ରହିଛି । ସମସ୍ତ ଉପକୂଳବର୍ତ୍ତୀ ଜିଲ୍ଲାର ଜିଲ୍ଲାପାଳ ଓ କ୍ଷେତ୍ରୀୟ ଅଧିକାରୀମାନଙ୍କୁ ପ୍ରତିକୂଳ ପରିସ୍ଥିତିର ମୁକାବିଲା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଦିଆଯାଇଛିା ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କର ବନ୍ୟା/ବାତ୍ୟା ଆଶ୍ରୟସ୍ଥଳୀଗୁଡ଼ିକୁ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛିା ବାତ୍ୟା ଓ ପ୍ରବଳ ବୃଷ୍ଟିପାତ ଯୋଗୁଁ ସମ୍ଭାବ୍ୟ ଫସଲାହାନୀକୁ ଦୃଷ୍ଟିରେ ରଖି କୃଷି ଓ କୃଷକ ସଶକ୍ତିକରଣ ବିଭାଗକୁ ଆବଶ୍ୟକ କୃଷି ଉପଦେଶ ଜାରି କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

କୃଷକମାନଙ୍କୁ ଅମଳ ଫସଲ ନଷ୍ଟ ନହେବା ପାଇଁ ପରାମର୍ଶ

ସମସ୍ତ ଜିଲ୍ଲାପାଳମାନଙ୍କୁ କ୍ଷେତ୍ରୀୟ ସ୍ତରରେ କୃଷକମାନଙ୍କୁ ସେମାନଙ୍କର ଅମଳ ଫସଲ ନଷ୍ଟ ନହେବା ପାଇଁ ଆବଶ୍ୟକୀୟ ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଦିଆଯାଇଛିା ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗକୁ ମଣ୍ଡିରେ ଧାନ ଓ ଅନ୍ୟାନ୍ୟ ଶସ୍ୟ ଯେପରି ନଷ୍ଟ ନହୁଏ ସେଥିପାଇଁ ଆବଶ୍ୟକୀୟ ପଦକ୍ଷେପ ନେବାପାଇଁ ନିର୍ଦ୍ଦେଶ ଦିଆଯାଇଛିା ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକୁ ଏନ୍ଡିଆର୍ଏଫ୍, ଓଡ୍ରାଫ୍, ଅଗ୍ନିଶମ ସେବା ଦଳଙ୍କୁ ମୁତୟନ କରାଯାଉଛିା ଜିଲ୍ଲାପାଳ ଏବଂ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗକୁ ମତ୍ସ୍ୟଜୀବୀମାନଙ୍କ ପାଇଁ ସତର୍କତା ଅବଲମ୍ବନ କରିବାକୁ ନିର୍ଦ୍ଦେଶ ଦିଆଯାଇଛିା ବର୍ତ୍ତମାନ ସୁଦ୍ଧା ସମୁଦ୍ର ମଧ୍ୟକୁ ମାଛ ଧରିବାକୁ ଯାଇଥିବା ସମସ୍ତ ମତ୍ସ୍ୟଜୀବୀ ନିରାପଦରେ କୂଳକୁ ଫେରିଆସିଥିବାବେଳେ ଡିସେମ୍ବର ୩ରୁ ୫ ତାରିଖ ପର୍ଯ୍ୟନ୍ତ ମାଛଧରା ଉପରେ ପ୍ରତିବନ୍ଧକ ଲଗାଯାଇଛି ବୋଲି ସ୍ୱତନ୍ତ୍ର ରିଲିଫ୍ କମିଶନର ଶ୍ରୀ ଜେନା ସୂଚନା ଦେଇଛନ୍ତି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+