For Quick Alerts
Turn On Notification  
For Daily Alerts
Oneindia App Download

ବାତ୍ୟା 'ୟଶ' କ୍ଷୟକ୍ଷତି ଭରଣା କରିବ ଓଡିଶା

ଓଡ଼ିଶାରେ ବାତ୍ୟା ୟାସେ ଯୋଗୁଁ ହୋଇଥିବା କ୍ଷୟକ୍ଷତିର ଭରଣା କରିବ ନିଜେ ଓଡ଼ିଶା । ରାଜ୍ୟରେ ହୋଇଥିବା କ୍ଷୟକ୍ଷତି ପାଇଁ କେନ୍ଦ୍ର ନିକଟରେ କୌଣସି ସହୟତା ରାଶି ଦାବି କରିନାହାଁନ୍ତି ରାଜ୍ୟ ସରକାର । ଏନେଇ ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର ।

|

ଭୁବନେଶ୍ୱର : ଓଡ଼ିଶାରେ ବାତ୍ୟା ୟାସେ ଯୋଗୁଁ ହୋଇଥିବା କ୍ଷୟକ୍ଷତିର ଭରଣା କରିବ ନିଜେ ଓଡ଼ିଶା । ରାଜ୍ୟରେ ହୋଇଥିବା କ୍ଷୟକ୍ଷତି ପାଇଁ କେନ୍ଦ୍ର ନିକଟରେ କୌଣସି ସହୟତା ରାଶି ଦାବି କରିନାହାଁନ୍ତି ରାଜ୍ୟ ସରକାର । ଏନେଇ ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ କୁମାର ଜେନା ।

SRC

ଶୁକ୍ରବାର ଓଡ଼ିଶା ଗସ୍ତରେ ଆସି ବାତ୍ୟା କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଭୁବନେଶ୍ୱରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ବୈଠକରେ ରାଜ୍ୟ ସରକାରଙ୍କ ପକ୍ଷରୁ ବାତ୍ୟାରେ ହୋଇଥିବା କ୍ଷୟକ୍ଷତି ଏବଂ ବାତ୍ୟା ମୁକାବିଲା ପାଇଁ ସରକାର ଆପଣେଇଥିବା ସମସ୍ତ ପଦକ୍ଷେପ ସମ୍ପର୍କରେ ଅବଗତ କରାଯାଇଥିଲା । ଏହା ବ୍ୟତୀତ ରାଜ୍ୟ ସରକାର ଓଡ଼ିଶାରେ ବାତ୍ୟାର ମୁକାବିଲା ପାଇଁ ଦୀର୍ଘସୂତ୍ରୀ ବ୍ୟବସ୍ଥା କରିବାକୁ ପ୍ରଧାନମନ୍ତ୍ରୀଙ୍କ ନିକଟରେ ଦାବି କରିଛନ୍ତି । ବର୍ତ୍ତମାନ ହୋଇଥିବା କ୍ଷୟକ୍ଷତି ପାଇଁ ରାଜ୍ୟ ସରକାର କେନ୍ଦ୍ର ନିକଟରେ କୌଣସି ସହୟତା ରାଶି ଦାବି କରିନାହାଁନ୍ତି ବୋଲି ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା । ଏହି ଅବସରରେ 8 ମିନିଟର ଏକ ଭିଡିଓ କ୍ଳିପ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଯାଇଛି । ବାତ୍ୟା ଅଞ୍ଚଳର ସ୍ଥିତି ନେଇ ମଧ୍ୟ ପାଓ୍ୱାର ପଏଣ୍ଟ ମାଧ୍ୟମରେ ପ୍ରଦର୍ଶିତ କରାଯାଇଛି ।

ସମୀକ୍ଷା ବୈଠକରେ ହୋଇଥିବା ଆଲୋଚନା ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇ ଏସ୍‌ଆରସି ପ୍ରଦୀପ କୁମାର ଜେନା କହିଛନ୍ତି ଯେ, କ୍ଷତିକ୍ଷତି ନେଇ ଆକଳନ ଚାଲିଛି । ଏବେ କ୍ଷୟକ୍ଷତି ବାବଦରେ ଅର୍ଥରାଶି ଆମେ କେନ୍ଦ୍ରକୁ ମାଗିନାହୁଁ । 7 ଦିନ ପରେ କ୍ଷୟକ୍ଷତି କେତେ ହୋଇଛି ଆମେ ଜଣାଇବୁ । ତେବେ ଅନୁଷ୍ଠିତ ବୈଠକରେ ରାଜ୍ୟ ପକ୍ଷରୁ ବାତ୍ୟା ନିରୋଧୀ ଭିତ୍ତିଭୂମି ଓ ବେଳାଭୂମିର ସୁରକ୍ଷା ପାଇଁ ଅନୁରୋଧ କରାଯାଇଛି । ଏହା ସହିତ ବାତ୍ୟାକୁ ସମ୍ଭାଳି ପାରୁଥିବା ବିଦ୍ୟୁତ ବ୍ୟବସ୍ଥା, ଉନ୍ନତ ଜ୍ଞାନକୌଶଳ ଏବଂ ଅଣ୍ଡରଗ୍ରାଉଣ୍ଡ କେବୁଲିଂ ବ୍ୟବସ୍ଥା ନେଇ ଦାବି କରାଯାଇଥିବା ଶ୍ରୀ ଜେନା ସୂଚନା ଦେଇଛନ୍ତି । ତେବେ ବାତ୍ୟା କ୍ଷୟକ୍ଷତିର ଭରଣା ରାଜ୍ୟ ନିଜେ କରିବ ବୋଲି ଏସ୍ଆରସି କହିଛନ୍ତି ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
SRC On Review Meeting Of cyclone yaas.
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X