ବାତ୍ୟା 'ୟଶ' କ୍ଷୟକ୍ଷତି ଭରଣା କରିବ ଓଡିଶା
ଓଡ଼ିଶାରେ ବାତ୍ୟା ୟାସେ ଯୋଗୁଁ ହୋଇଥିବା କ୍ଷୟକ୍ଷତିର ଭରଣା କରିବ ନିଜେ ଓଡ଼ିଶା । ରାଜ୍ୟରେ ହୋଇଥିବା କ୍ଷୟକ୍ଷତି ପାଇଁ କେନ୍ଦ୍ର ନିକଟରେ କୌଣସି ସହୟତା ରାଶି ଦାବି କରିନାହାଁନ୍ତି ରାଜ୍ୟ ସରକାର । ଏନେଇ ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର ।
ଭୁବନେଶ୍ୱର : ଓଡ଼ିଶାରେ ବାତ୍ୟା ୟାସେ ଯୋଗୁଁ ହୋଇଥିବା କ୍ଷୟକ୍ଷତିର ଭରଣା କରିବ ନିଜେ ଓଡ଼ିଶା । ରାଜ୍ୟରେ ହୋଇଥିବା କ୍ଷୟକ୍ଷତି ପାଇଁ କେନ୍ଦ୍ର ନିକଟରେ କୌଣସି ସହୟତା ରାଶି ଦାବି କରିନାହାଁନ୍ତି ରାଜ୍ୟ ସରକାର । ଏନେଇ ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ କୁମାର ଜେନା ।

ଶୁକ୍ରବାର ଓଡ଼ିଶା ଗସ୍ତରେ ଆସି ବାତ୍ୟା କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଭୁବନେଶ୍ୱରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ବୈଠକରେ ରାଜ୍ୟ ସରକାରଙ୍କ ପକ୍ଷରୁ ବାତ୍ୟାରେ ହୋଇଥିବା କ୍ଷୟକ୍ଷତି ଏବଂ ବାତ୍ୟା ମୁକାବିଲା ପାଇଁ ସରକାର ଆପଣେଇଥିବା ସମସ୍ତ ପଦକ୍ଷେପ ସମ୍ପର୍କରେ ଅବଗତ କରାଯାଇଥିଲା । ଏହା ବ୍ୟତୀତ ରାଜ୍ୟ ସରକାର ଓଡ଼ିଶାରେ ବାତ୍ୟାର ମୁକାବିଲା ପାଇଁ ଦୀର୍ଘସୂତ୍ରୀ ବ୍ୟବସ୍ଥା କରିବାକୁ ପ୍ରଧାନମନ୍ତ୍ରୀଙ୍କ ନିକଟରେ ଦାବି କରିଛନ୍ତି । ବର୍ତ୍ତମାନ ହୋଇଥିବା କ୍ଷୟକ୍ଷତି ପାଇଁ ରାଜ୍ୟ ସରକାର କେନ୍ଦ୍ର ନିକଟରେ କୌଣସି ସହୟତା ରାଶି ଦାବି କରିନାହାଁନ୍ତି ବୋଲି ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା । ଏହି ଅବସରରେ 8 ମିନିଟର ଏକ ଭିଡିଓ କ୍ଳିପ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଯାଇଛି । ବାତ୍ୟା ଅଞ୍ଚଳର ସ୍ଥିତି ନେଇ ମଧ୍ୟ ପାଓ୍ୱାର ପଏଣ୍ଟ ମାଧ୍ୟମରେ ପ୍ରଦର୍ଶିତ କରାଯାଇଛି ।
ସମୀକ୍ଷା ବୈଠକରେ ହୋଇଥିବା ଆଲୋଚନା ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇ ଏସ୍ଆରସି ପ୍ରଦୀପ କୁମାର ଜେନା କହିଛନ୍ତି ଯେ, କ୍ଷତିକ୍ଷତି ନେଇ ଆକଳନ ଚାଲିଛି । ଏବେ କ୍ଷୟକ୍ଷତି ବାବଦରେ ଅର୍ଥରାଶି ଆମେ କେନ୍ଦ୍ରକୁ ମାଗିନାହୁଁ । 7 ଦିନ ପରେ କ୍ଷୟକ୍ଷତି କେତେ ହୋଇଛି ଆମେ ଜଣାଇବୁ । ତେବେ ଅନୁଷ୍ଠିତ ବୈଠକରେ ରାଜ୍ୟ ପକ୍ଷରୁ ବାତ୍ୟା ନିରୋଧୀ ଭିତ୍ତିଭୂମି ଓ ବେଳାଭୂମିର ସୁରକ୍ଷା ପାଇଁ ଅନୁରୋଧ କରାଯାଇଛି । ଏହା ସହିତ ବାତ୍ୟାକୁ ସମ୍ଭାଳି ପାରୁଥିବା ବିଦ୍ୟୁତ ବ୍ୟବସ୍ଥା, ଉନ୍ନତ ଜ୍ଞାନକୌଶଳ ଏବଂ ଅଣ୍ଡରଗ୍ରାଉଣ୍ଡ କେବୁଲିଂ ବ୍ୟବସ୍ଥା ନେଇ ଦାବି କରାଯାଇଥିବା ଶ୍ରୀ ଜେନା ସୂଚନା ଦେଇଛନ୍ତି । ତେବେ ବାତ୍ୟା କ୍ଷୟକ୍ଷତିର ଭରଣା ରାଜ୍ୟ ନିଜେ କରିବ ବୋଲି ଏସ୍ଆରସି କହିଛନ୍ତି ।
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications