Get Updates
Get notified of breaking news, exclusive insights, and must-see stories!

ଘରୋଇ କୋଭିଡ ହସ୍ପିଟାଲମାନେ ନିର୍ଦ୍ଧାରିତ ଫି’ ଠାରୁ ଅଧିକ ନେଲେ ହେବ ଦୃଢ଼ କାର୍ଯାନୁଷ୍ଠାନ: ମୁଖ୍ୟମନ୍ତ୍ରୀ

ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଧକ୍ଷତାରେ ବସିଥିଲା କୋଭିଡ ପରିଚାଳନା ସଂପର୍କିତ ବୈଠକ । ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ଡିଜିପି, ବରିଷ୍ଠ ଅଧିକାରୀ ଏବଂ ଜିଲ୍ଲାପାଳ ଓ ଏସପିଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ।

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଧକ୍ଷତାରେ ବସିଥିଲା କୋଭିଡ ପରିଚାଳନା ସଂପର୍କିତ ବୈଠକ । ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ଡିଜିପି, ବରିଷ୍ଠ ଅଧିକାରୀ ଏବଂ ଜିଲ୍ଲାପାଳ ଓ ଏସପିଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟର ଅଧିକାଂଶ ଜିଲ୍ଲାରେ ସଂକ୍ରମଣ ମାମଲା ମାସେ ହେଲା ବଢ଼ି ଚାଲିଛି । କୋଭିଡ୍ ଯୋଦ୍ଧାଙ୍କ ନିରନ୍ତର ଉଦ୍ୟମ ଯୋଗୁଁ ରାଜ୍ୟରେ ସ୍ଥିତି ନିୟନ୍ତ୍ରଣରେ ରହିଛି । ତେବେ କରୋନାର ବିରୋଧରେ ଆମକୁ ଦୀର୍ଘ ଦିନ ଧରି ଯୁଦ୍ଧ କରିବାକୁ ପଡ଼ିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ୍ ପରିଚାଳନା ସମ୍ପର୍କିତ ବୈଠକରେ ଅଧ୍ୟକ୍ଷତା କରି ରାଜ୍ୟ ପ୍ରଶାସନକୁ ୭ ସୂତ୍ରୀ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

CM Naveen

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମୋ ସରକାର କାର୍ଯ୍ୟକ୍ରମରେ କୋଭିଡ ପରିଚାଳନା ସଂପର୍କରେ ରାଜ୍ୟ ସରକାର ଫିଡ୍‌ବ୍ୟାକ୍‌ ସଂଗ୍ରହ କରିଛନ୍ତି । ଏହି ତଥ୍ୟ ଭିତ୍ତିରେ ନିମ୍ନୋକ୍ତ ବିଷୟ ଉପରେ ଗୁରୁତ୍ବ ଆରୋପ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

  • ୧. ଜିଲ୍ଲାସ୍ତରରେ କୋଭିଡ ଚିକିତ୍ସା କେନ୍ଦ୍ର ଗୁଡିକରେ ଅଗ୍ନି ସୁରକ୍ଷା ବ୍ୟବସ୍ଥା ଏବଂ ମେଡିକାଲ ଅକ୍‌ସିଜେନ ସୁବିଧା (logistics) ସବୁଠାରୁ ବଡ ପ୍ରାଥମିକତା। ଏହା ଉପରେ ୨୪ ଘଣ୍ଟିଆ ତଦାରଖ କରାଯିବା ଆବଶ୍ୟକ ।
  • ୨. ଅଧିକ କୋଭିଡ ସଂଖ୍ୟା ଥିବା ଅଞ୍ଚଳ ଗୁଡିକରେ testing, tracing ଓ containmentକୁ ଜୋରଦାର କର।
  • ୩.ICU ଓ HDU ଦାୟିତ୍ବରେ ଥିବା ଡାକ୍ତରମାନଙ୍କ ଠାରୁ ସିଧାସଳଖ ଫିଡବ୍ୟାକ୍ ନେଇ ସେମାନଙ୍କ ମତାମତ ଭିତ୍ତିରେ ପଦକ୍ଷେପ ନିଅ ।
  • ୪. ଟିକାକରଣ କାର୍ଯ୍ୟକ୍ରମ ସବୁଠାରୁ ଗୁରୁତ୍ବପୂର୍ଣ୍ଣ । ଏଥିପାଇଁ ତ୍ରୁଟି ଶୂନ୍ୟ ବ୍ୟବସ୍ଥା କରାଯାଉ । ବୟସ୍କ, ମହିଳା ଓ ଦୁର୍ବଳ ଶ୍ରେଣୀର ଲୋକଙ୍କର ଯତ୍ନ ନିଆଯାଉ । ଯେତେଶୀଘ୍ର ସମ୍ଭବ ଅଧିକ ସଂଖ୍ୟକ ଟୀକା ସଂଗ୍ରହ ପାଇଁ ଆମର ଉଦ୍ୟମ ଜାରି ରହିଛି ।
  • ୫. କୋଭିଡ ଚିକିତ୍ସା କରୁଥିବା ବେସରକାରୀ ମେଡିକାଲ ଉପରେ ସତର୍କ ଦୃଷ୍ଟି ରଖ । ସେମାନେ ସରକାରଙ୍କ ନିର୍ଦ୍ଧାରିତ ମୂଲ୍ୟ ଭିତରେ ଲୋକଙ୍କ ଠାରୁ ଅର୍ଥ ସଂଗ୍ରହ କରିବାକୁ ବାଧ୍ୟ । ଯଦି ସେମାନେ ଏହା ନ କରନ୍ତି, ତେବେ ସଂପୃକ୍ତ ହସ୍‌ପିଟାଲ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କର ।
  • ୬. କୋଭିଡ ହସ୍‌ପିଟାଲ ଗୁଡିକରେ ହେଲ୍‌ପ ଲାଇନ ଗୁଡିକୁ ଅଧିକ କ୍ରିୟାଶୀଳ କରାଯାଉ ଏବଂ ରୋଗୀଙ୍କ ପରିବାର ବର୍ଗଙ୍କୁ ନିୟମିତ ସୂଚନା ଦିଆଯାଉ ।
  • ୭. ଏଭଳି କଠିନ ସମୟରେ ଦୁଃଖ ଓ ଦୈନ୍ୟରେ ଥିବା ଲୋକମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ବ୍ୟବହାର କରି ସାହାଯ୍ୟ କର ।

କୋଭିଡ୍ ଆହ୍ୱାନ ବହୁତ ବଡ଼ ଏବଂ ଏହି ଯୁଦ୍ଧ ବହୁତ ଲମ୍ବା । ପରିସ୍ଥିତିକୁ ନିୟନ୍ତ୍ରଣରେ ଆଣିବା ପାଇଁ ଲକ୍‌ଡାଉନ୍ ଲାଗୁ କରାଯାଇଛି । ଏହା ଠିକ୍‌ ଚାଲିଥିଲେ ମଧ୍ୟ କେତେକ ସ୍ଥାନରେ ଏଥିରେ ଅଧିକ ଉନ୍ନତିର ଆବଶ୍ୟକତା ରହିଛି ବୋଲି ସେ କହିଥିଲେ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ଥାନୀୟ ଜନସାଧାରଣଙ୍କ ସହଯୋଗରେ ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଆମେ ସଫଳତା ପାଇଛୁ ଏବଂ ଏହି କୋଭିଡ୍ ମହାମାରୀ କ୍ଷେତ୍ରରେ ମଧ୍ୟ ଏହା ହିଁ ଉପଯୁକ୍ତ ପନ୍ଥା ।

ତେଣୁ ସହରାଞ୍ଚଳରେ ସ୍ଥାନୀୟ ଜନସାଧାରଣ ଏବଂ ବିଭିନ୍ନ ଅନୁଷ୍ଠାନ ଓ ଗ୍ରାମାଞ୍ଚଳରେ ପଞ୍ଚାୟତ ପ୍ରତିନିଧି ମାନଙ୍କ ସକ୍ରିୟ ସହଯୋଗରେ ଲୋକଙ୍କ ସହାୟତା କରଯିବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଦେଶର ଅଳ୍ପ କେତେକ ରାଜ୍ୟଙ୍କ ମଧ୍ୟ ରେ ଓଡିଶା ହେଉଛି ଏକ ରାଜ୍ୟ ଯେଉଁ ଠାରେ କି କୋଭିଡର ପରୀକ୍ଷା ଠାରୁ ଆରମ୍ଭ କରି ଚିକିତ୍ସା, ରହିବା ସୁବିଧା, ଖାଦ୍ୟ ଓ ଔଷଧ ପର୍ଯ୍ୟନ୍ତ ସବୁକିଛି ସରକାର ମାଗଣାରେ ଦେଉଛନ୍ତି । ଏହାଦ୍ବାରା ସବୁବର୍ଗର ଲୋକ, ବିଶେଷ କରି ଗରିବ ଲୋକମାନେ ଭଲ ଭଲ ଡାକ୍ତରଖାନାରେ ଚିକିତ୍ସିତ ହେବା ପାଇଁ ନିର୍ଭୟରେ ଆଗେଇ ଆସୁଛନ୍ତି ।

ଏଥିପାଇଁ ସରକାର ତାଙ୍କ ସମ୍ବଳର ଏକ ବଡ ଅଂଶ ଖର୍ଚ୍ଚ କରୁଛନ୍ତି । ତେଣୁ ଲୋକଙ୍କୁ ଉତ୍ତମ ମାନର ସେବା ସୁନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ମହାମାରୀକୁ ନିୟନ୍ତ୍ରଣ କରିବାକୁ ଟୀକାକରଣ ହେଉଛି ଆମର ମୁଖ୍ୟ ରଣନୀତି । ପରିସ୍ଥିତିରେ ସୁଧାର ଆସିବା ପର୍ଯ୍ୟନ୍ତ ସମସ୍ତଙ୍କୁ ସତର୍କ ହେବାକୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ମାସ୍କ ବ୍ୟବହାର, ହାତ ଧୁଆ ଓ ସାମାଜିକ ଦୂରତ୍ବ ବଜାୟ ରଖିବା ସହିତ ଅନାବଶ୍ୟକ ଭାବେ ବାହାରେ ନ ବୁଲି ଘରେ ରହିବାକୁ ଜନସାଧାରଣଙ୍କୁ ନିବେଦନ କରିଥିଲେ । ବୈଠକରେ ଆଲୋଚନା ସମୟରେ ତୃତୀୟ ଲହରୀର ସମ୍ଭାବନା ସଂପର୍କରେ ତଥ୍ୟ ସଂଗ୍ରହ ସହିତ ସମ୍ଭାବ୍ୟ ମୁକାବିଲା ବ୍ୟବସ୍ଥା ପାଇଁ ପ୍ରସ୍ତୁତ ହେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ପୁରୀରେ ରଥଯାତ୍ରା ପୂର୍ବରୁ ସମସ୍ତ ସେବାୟତ ଓ ସେମାନଙ୍କ ପରିବାରବର୍ଗଙ୍କ ସଂପୂର୍ଣ୍ଣ ଟୀକାକରଣ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ କୋଭିଡ ହସ୍‌ପିଟଲ ଗୁଡିକରେ ଚିକିତ୍ସାରେ ଉନ୍ନତି ଆଣିବା ପାଇଁ ପଦକ୍ଷେପ ନିଆଯାଇଛି । କୋଭିଡ ଅବଜରଭର ମାନେ ପରିସ୍ଥିତି ଉପରେ ନଜର ରଖିଛନ୍ତି । ଅକ୍‌ସିଜେନ ବ୍ୟବସ୍ଥାର ୨୪ ଘଣ୍ଟିଆ ତଦାରଖ କରାଯାଉଛି । କୋଭିଡ କେୟାର କେନ୍ଦ୍ର ଗୁଡିକରେ ଅଧିକ ICU ଓ ଭେଣ୍ଟିଲେଟର ଶଯ୍ୟାର ବ୍ୟବସ୍ଥା କରାଯାଇଛି ଏବଂ ଆହୁରି ଅଧିକ ଶଯ୍ୟା ପାଇଁ ପଦକ୍ଷେପ ଜାରି ରହିଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+