ସ୍ମାର୍ଟ ହେଲଥ୍ କାର୍ଡ ସେବାରେ ଯୋଡି ହେଲା ସୁବର୍ଣ୍ଣପୁର
ସୁବର୍ଣ୍ଣପୁର ଜିଲ୍ଲାରେ ଆରମ୍ଭ ହେଲା ସ୍ବାସ୍ଥ୍ୟ ସେବା । ଜିଲ୍ଲାରେ BKYS ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ ସୋନପୁରରେ ପ୍ରାୟ ୩ ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ର
ସୋନପୁର: ସୁବର୍ଣ୍ଣପୁର ଜିଲ୍ଲାରେ ଆରମ୍ଭ ହେଲା ସ୍ବାସ୍ଥ୍ୟ ସେବା । ଜିଲ୍ଲାରେ BSKY ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ ସୋନପୁରରେ ପ୍ରାୟ ୩ ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଜିଲ୍ଲାରର ପ୍ରାୟ ଦେଢ଼ ଲକ୍ଷ ଲୋକ ଏଥିରେ ଉପକୃତ ହେବେ । ଏମାନଙ୍କ ମଧ୍ୟରୁ ୬ଟି ବ୍ଲକରେ ଗ୍ରାମାଞ୍ଚଳର ୧,୪୫,୧୫୭ ଜଣ ଏବଂ ତିନୋଟି ପୌରାଞ୍ଚଳରେ ୮, ୭୪୬ ଜଣ ହିତାଧିକାରୀ ଅଛନ୍ତି । ଏହି ସ୍ମାର୍ଟ କାର୍ଡ ଜରିଆରେ ପରିବାରର ସବୁ ସଦସ୍ୟଙ୍କ ପାଇଁ ବର୍ଷକୁ ୫ ଲକ୍ଷ ଟଙ୍କା ଓ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କାର ଚିକିତ୍ସା ସହାୟତା ମିଳିପାରିବ ।
ଦେଶ ବିଦେଶରେ ଓଡ଼ିଶାର ଗୌରବ ବଢାଇଛନ୍ତି ସୁବର୍ଣ୍ଣପୁରର ବୁଣାକାର ଭାଇ ଓ ଭଉଣୀମାନେ । ଏମଏସଏମଇ ଦ୍ବାରା ସୋନପୁରରେ ଶିଳ୍ପ ବିକାଶ ପାଇଁ ପଦକ୍ଷେପ ନିଆଯାଇଛି । ଜିଲ୍ଲାରେ ଜଳସେଚନ ପାଇଁ ପଦକ୍ଷେପ ନିଆଯାଇଛି । ସ୍ବାସ୍ଥ୍ୟସେବାରେ ଉନ୍ନତି ପାଇଁ ସୋନପୁରରେ ନୂଆ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପ୍ରତିଷ୍ଠା କରାଯାଉଛି । ଏବେ ସ୍ମାର୍ଟ ହେଲଥ କାର୍ଡ ସେବା ଆରମ୍ଭ ହେବା ପରେ ଜିଲ୍ଲାବାସୀଙ୍କ ସ୍ବାସ୍ଥ୍ୟ ସମସ୍ୟା ଦୂର ହୋଇପାରିବ ।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications