For Quick Alerts
Turn On Notification  
For Daily Alerts
Oneindia App Download

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ, ଛାଡ ହେବ ମାଟ୍ରିକ ପରୀକ୍ଷା ଫି

ଛାତ୍ର ସମାଜର ବୃହତର ସ୍ବାଥକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ନିମନ୍ତେ ପିଲାମାନଙ୍କ ପରୀକ୍ଷା ଫିସ୍‌ ଛାଡ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

|

ଭୁବନେଶ୍ବର: ଛାତ୍ର ସମାଜର ବୃହତର ସ୍ବାଥକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ନିମନ୍ତେ ପିଲାମାନଙ୍କ ପରୀକ୍ଷା ଫିସ୍‌ ଛାଡ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ବାରା ୬ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହେବେ । ଏ ବାବଦରେ ରାଜ୍ୟ ସରକାର ୨୭ କୋଟି ଟଙ୍କା ବ୍ୟୟଭାର ବହନ କରିବେ।

Chief Minister

ସୂଚନାଯୋଗ୍ୟ ଯେ, ପ୍ରତି ପିଲାଙ୍କୁ ମାଟ୍ରିକ ପରୀକ୍ଷା ନିମନ୍ତେ ୪୨୦ ଟଙ୍କା ଲେଖାଏଁ ଫିସ୍‌ ଦେବାକୁ ପଡିଥାଏ । କରୋନା ମହାମାରୀ ପରିପ୍ରେକ୍ଷୀରେ ୨୦୨୦-୨୧ ଶିକ୍ଷା ବର୍ଷ ବିଶେଷ ଭାବରେ ପ୍ରଭାବିତ ହୋଇଛି । ଦୀର୍ଘ ୯ ମାସ କାଳ ସ୍କୁଲ ବନ୍ଦ ରହିବା ପରେ ଜାନୁଆରୀ ୮ ତାରିଖରୁ କେବଳ ଦଶମ ଓ ଦ୍ବାଦଶ ଶ୍ରେଣୀକୁ କୋଭିଡ ନିୟମ ପାଳନ କରି ଖୋଲାଯାଇଛି । ପିଲାମାନଙ୍କୁ ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ତଥା ପାଠ୍ୟକ୍ରମରେ ବିଭିନ୍ନ ବିଷୟରେ ଥିବା ସନ୍ଦେହ ଦୂର କରିବା ପାଇଁ କ୍ଲାସ କରାଯାଉଛି। କରୋନା ଯୋଗୁ ବହୁ ଲୋକଙ୍କର ଜୀବନଜୀବିକା ମଧ୍ୟ ପ୍ରଭାବିତ ହୋଇଛି । ମୁଖ୍ୟମନ୍ତ୍ରୀଙ୍କର ଏହି ନିଷ୍ପତ୍ତି ଫଳରେ ଅର୍ଥାଭାବରୁ କୌଣସି ପିଲା ପରୀକ୍ଷା ଦେବାରୁ ବଞ୍ଚିତ ହେବେ ନାହିଁ।

ଉଲ୍ଲେଖଥାଉ କି, ଚଳିତ ବର୍ଷ ମେ ୩ ତାରିଖରେ ମାଟ୍ରିକ ପରୀକ୍ଷା । ଦଶମ ବୋର୍ଡ ପରୀକ୍ଷା ମେ ୩ରୁ ୧୫ ତାରିଖ ପର୍ଯ୍ୟନ୍ତ ହେବ । ଦଶମ ଶ୍ରେଣୀ ପ୍ରାକ୍ଟିକାଲ ପରୀକ୍ଷା ଏପ୍ରିଲ ୨୭ରୁ ମେ ୨ ତାରିଖ ଯାଏଁ ହେବ । ସେପଟେ ୧୦ ତାରିଖରୁ ଉଭୟ ରେଗୁଲାର ଓ ଏକ୍ସରେଗୁଲାର ପିଲାଙ୍କ ପାଇଁ ମାଟ୍ରିକ ଫର୍ମ ପୂରଣ ଆରମ୍ଭ ହେବ । ଫର୍ମ ପୂରଣର ଶେଷ ତାରିଖ ରହିଛି ଫେବ୍ରୁଆରୀ ୨ ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
The Chief Minister's order, the matriculation examination fee will be waived
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X