ଭୁବନେଶ୍ବରରେ ପ୍ରତିଷ୍ଠା ହେବ ୩ ନୂଆ ଅଗ୍ନିଶମ ସେବା କେନ୍ଦ୍ର, ଜାଣନ୍ତୁ, କେଉଁଠି କେଉଁଠି ?
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱରରେ ଖୋଲିବ ୩ଟି ନୂଆ ଅଗ୍ନିଶମ ସେବା କେନ୍ଦ୍ର । ଅଗ୍ନିଶମ ସେବା କେନ୍ଦ୍ର ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ତମାଣ୍ଡୋ, ମଞ୍ଚେଶ୍ୱର ଓ ପାହାଳରେ ପ୍ରତିଷ୍ଠା କରାଯିବାକୁ ଅନୁମତି ମିଳିଛି ।

ଭୁବନେଶ୍ବରର କ୍ରମବର୍ଦ୍ଧିଷ୍ଣୁ ପରିସର ଓ ଜନସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଅଗ୍ନିଶମ ବ୍ୟବସ୍ଥାକୁ ସୁଦୃଢ କରି ଧନଜୀବନକୁ ସୁରକ୍ଷା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ୪୫ଟି ପଦବୀ ମଧ୍ୟ ଅନୁମୋଦନ କରାଯାଇଛି । ପ୍ରତ୍ୟେକ କେନ୍ଦ୍ରରେ ୧୫ ଜଣ ଲେଖାଏ କର୍ମଚାରୀ ରହିବେ । ଏଥିରେ ଜଣେ ଷ୍ଟେସନ ଅଫିସର, ଦୁଇ ଜଣ ଲିଡିଂ ଫାୟାରମ୍ୟାନ, ଜଣେ ଡ୍ରାଇଭର- ହାବିଲଦାର, ଜଣେ ଫାୟାରମ୍ୟାନ ଡ୍ରାଇଭର ଓ ୧୦ ଜଣ ଫାୟାରମ୍ୟାନ ଅଛନ୍ତି ।
More From
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications