ସ୍ୱାସ୍ଥ୍ୟ ଭିତ୍ତିଭୂମି କାର୍ଯ୍ୟ ତ୍ୱରାନ୍ୱିତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ : ନିଯୁକ୍ତି ପାଇବେ 2 ହଜାର ଡାକ୍ତର

ରାଜ୍ୟରେ ସ୍ବାସ୍ଥ୍ୟ ଭିତ୍ତିଭୂମି କାର୍ଯ୍ୟ ତ୍ବରାନ୍ବିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହିତ ନିଯୁକ୍ତି ପାଇବେ 2 ହଜାର ଡାକ୍ତର ।

ଭୁବନେଶ୍ୱର : ରାଜ୍ୟରେ ସ୍ବାସ୍ଥ୍ୟ ଭିତ୍ତିଭୂମି କାର୍ଯ୍ୟ ତ୍ବରାନ୍ବିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ନୂଆକରି ରାଜ୍ୟ ସରକାର ଗଢିଥିବା ୯ ଗୋଟି ମେଡିକାଲ କଲେଜ ଗୁଡିକର ଭିତ୍ତିଭୂମିର ବିକାଶ ଓ 5 ଗୋଟି ନୂଆ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ତଥା 6 ଗୋଟି ମୁଖ୍ୟ ଚିକିତ୍ସାଳୟର ଉନ୍ନତିକରଣ କାର୍ଯ୍ୟ ସଂପର୍କରେ ଆଜି ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ସମୀକ୍ଷା ପରେ ଉକ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ । ଆହୁରି ମଧ୍ୟ ଆଗାମୀ ଦିନରେ OPSC ପକ୍ଷରୁ ପ୍ରାୟ 2 ହଜାରରୁ ଅଧିକ ଡାକ୍ତର, ଦନ୍ତ ଚିକିତ୍ସକ ପଦବୀ ପୂରଣ ପାଇଁ ବିଜ୍ଞାପନ ପ୍ରକାଶ ପାଇବ ବୋଲି ଏହି ସମୀକ୍ଷା ବୈଠକ ପରେ କୁହାଯାଇଛି ।
ମିଳିଥିବା ସୂଚନା ଅନୁସାରେ ଆଜି ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମି ନେଇ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିଥିଲେ । ଏଥିରେ କଟକ ଶ୍ରୀରାମଚନ୍ଦ୍ର ମେଡିକାଲ କଲେଜକୁ ବିଶ୍ବସ୍ତରୀୟ ସ୍ବାସ୍ଥ୍ୟ ପ୍ରତିଷ୍ଠାନ ଭାବରେ ଗଢିତୋଳିବା ପାଇଁ କାର୍ଯ୍ୟର ତଦାରଖ ସମେତ ଝାରସୁଗୁଡା ଠାରେ Cardiac Care ଡାକ୍ତରଖାନା, କଟକ ଶିଶୁଭବନରେ ପି.ଜି. ଛାତ୍ରଛାତ୍ରୀଙ୍କ ପାଇଁ Multi Utility Complex, ଆଚାର୍ଯ୍ୟ ହରିହର କ୍ୟାନସର ହସ୍‌ପିଟାଲର LINAC block, କ୍ୟାପିଟାଲ ହସ୍‌ପିଟାଲର ବିକାଶ ତଥା PGI ଭାବରେ ଗଢିବା ଏବଂ ବରଗଡ କ୍ୟାନସର ହସ୍‌ପିଟାଲ ଆଦିର ନିର୍ମାଣ ସଂପର୍କରେ ବୈଠକରେ ଆଲୋଚନା ହୋଇଥିଲା ।

ନବୀନ ପଟ୍ଟନାୟକ

ସ୍ୱାସ୍ଥ୍ୟସେବାର ଗୁରୁତ୍ବକୁ ଦୃଷ୍ଟିରେ ରଖି ଏହିସବୁ ପ୍ରକଳ୍ପର କାର୍ଯ୍ୟ ନିର୍ଦ୍ଧାରିତ ସମୟରେ ଶେଷ କରିବା ସହିତ ଏଥିରେ ସଂପୃକ୍ତ ବିଭିନ୍ନ ବିଭାଗ ସେମାନଙ୍କ ଦାୟିତ୍ବକୁ ଉତ୍ତମ ସମନ୍ବୟ ରକ୍ଷା କରି ନିର୍ବାହ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଆହୁରି ମଧ୍ୟ ଅନ୍ୟାନ୍ୟ ବିଷୟ ମାନଙ୍କ ମଧ୍ୟରେ ନୂଆକରି ଖୋଲିବାକୁ ଥିବା ମେଡିକାଲ କଲେଜ ଗୁଡିକର ଅଧ୍ୟାପକ ପଦବୀ ତଥା Periphery ଡ଼ାକ୍ତରଖାନା ର ଡାକ୍ତର, ସ୍ବାସ୍ଥ୍ୟକର୍ମୀ ଆଦି ପଦବୀ ପୂରଣ ଏବଂ ଚିକିତ୍ସା ଊପକରଣ ସଂପର୍କରେ ବୈଠକରେ ଆଲୋଚନା ହୋଇଥିଲା । OPSC ପକ୍ଷରୁ ପ୍ରାୟ 2 ହଜାରରୁ ଅଧିକ ଡାକ୍ତର, ଦନ୍ତ ଚିକିତ୍ସକ ପଦବୀ ପୂରଣ ପାଇଁ ବିଜ୍ଞାପନ ପ୍ରକାଶ ପାଇବ ବୋଲି ଜଣାଯାଇଛି । ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଅଧିକରୁ ଅଧିକ ସାଧାରଣ ଲୋକ ଯେପରି ସୁବିଧା ପାଇପାରିବେ, ସେ ବିଷୟରେ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା । ଆଜି ଅନୁଷ୍ଠିତ ହୋଇଥିବା ଏହି ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ଶ୍ରୀ ପ୍ରଦୀପ ଜେନା, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ. ମହାପାତ୍ର, ଅର୍ଥ ବିଭାଗର ପ୍ରମୁଖ ସଚିବ ଶ୍ରୀ ଅଶୋକ ମୀନା ପ୍ରମୁଖ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (5-ଟି ) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନା କରିଥିଲେ ଏବଂ ପୂର୍ତ୍ତ ସଚିବ ଶ୍ରୀ କିଷନ କୁମାର ଭିତ୍ତିଭୂମି ବିକାଶ ସଂପର୍କରେ ଉପସ୍ଥାପନା ଦେଇଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+