ନିୟମ ପାଳନରେ ହେଳା କଲେ ପୁଣି ଥରେ ଲକଡାଉନ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଲୋକମାନେ କୋଭିଡ ନିୟମକୁ ଠିକ୍‌ ଭାବରେ ପାଳନ କରୁନାହାନ୍ତି, ତେବେ ପୁଣି ଥରେ ସମ୍ପୂର୍ଣ୍ଣ ଲକଡାଇଉନ୍ ଘୋଷଣା କରିବାକୁ ସରକାର ବାଧ୍ୟ ହେବେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରିଦେଇଛନ୍ତି ।

ଭୁବନେଶ୍ୱର : ସାରା ରାଜ୍ୟରେ କରୋନା ଦ୍ୱିତୀୟ ଲହର ପ୍ରକୋପ ଜାରି ରହିଥିଲେ ମଧ୍ୟ ଧିରେ ଧିରେ ଅନଲକ୍ ହେଉଛି ଓଡ଼ିଶା । ଏ ସମୟରେ ତୃତୀୟ ଲହରକୁ ନେଇ ବୈଜ୍ଞାନିକ ମାନେ ସତର୍କ କରାଇଛନ୍ତି । ଏ ନେଇ ଆଜି ସନ୍ଧ୍ୟା 7 ଟାରେ ଓଡ଼ିଶାବାସୀଙ୍କୁ ସମ୍ବୋଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ତୃତୀୟ ଲହର ସଂପର୍କରେ ବୈଜ୍ଞାନିକ ଓ ବିଶେଷଜ୍ଞମାନେ ସତର୍କ କରିସାରିଲେଣି । ବିଶ୍ବର ବିଭିନ୍ନ ସ୍ଥାନରେ ତୃତୀୟ ଲହର ଭୟଙ୍କର ହେବାରେ ଲାଗିଛି । ତେଣୁ ଏପରି ପରିସ୍ଥିତିରେ କୋଭିଡ ନିୟମ ପାଳନରେ କୌଣସି ଢିଲା ଗୁରୁତର ହୋଇପାରେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଛନ୍ତି ।

ନବୀନ ପଟ୍ଟନାୟକ

ଆଜି ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଏକ ବାର୍ତ୍ତା ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନୟକ କହିଛନ୍ତି ଯେ ଅନ୍‌ଲକ୍‌ ପରେ କେତେକ ମାର୍କେଟରେ ଵହୁତ ଭିଡ ହେଉଛି । ଏହା ଅତ୍ୟନ୍ତ ବିପଦପୂର୍ଣ୍ଣ । ଏହାଦ୍ବାରା ଆମେ ନିଜ ପାଇଁ ଓ ନିଜ ପ୍ରିୟଜନଙ୍କ ପାଇଁ ବିପଦକୁ ଆମନ୍ତ୍ରଣ କରୁଛୁ । ଆମେ କିଛି ଜାଣିବା ପୂର୍ବରୁ ସଂକ୍ରମଣ ବହୁଭାବରେ ବଢିଯାଇପାରେ । ତେଣୁ ସରକାର ପରିସ୍ଥିତି ଉପରେ ସତର୍କ ଦୃଷ୍ଟି ରଖିଛନ୍ତି । ଯଦି ସରକାର ଅନୁଭବ କରନ୍ତି ଯେ ଲୋକମାନେ କୋଭିଡ ନିୟମକୁ ଠିକ୍‌ ଭାବରେ ପାଳନ କରୁନାହାନ୍ତି, ତେବେ ପୁଣି ଥରେ ସମ୍ପୂର୍ଣ୍ଣ ଲକଡାଇଉନ୍ ଘୋଷଣା କରିବାକୁ ସରକାର ବାଧ୍ୟ ହେବେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରିଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆହୁରି କହିଛନ୍ତି, ଯୁଦ୍ଧ ଏପର୍ଯ୍ୟନ୍ତ ସରିନାହିଁ । ଦେଶର ଅନ୍ୟ ରାଜ୍ୟ ମାନଙ୍କରେ କୋଭିଡ କେସ୍‌ ବଢୁଛି । ଭୁବନେଶ୍ବରରେ ସଂକ୍ରମଣ ସ୍ଥିର ଅବସ୍ଥାରେ ଅଛି । ଜୀବନ ଓ ଜୀବିକା ଉଭୟକୁ ଗୁରୁତ୍ବ ଦେଇ ଓଡିଶା ଧୀରେ ଧୀରେ ଅନ୍‌ଲକ୍‌ ହେଉଛି । କିନ୍ତୁ ବିପଦ ଏପର୍ଯ୍ୟନ୍ତ ଦୂର ହୋଇନାହିଁ । କରୋନା ଭାଇରସ୍‌ ଏବେ ବି ଆମ ଆଖପାଖରେ ରହିଛି ଓ ରୂପ ବଦଳାଇ ଗୁରୁତର ଆକ୍ରମଣ କରିବା ଶକ୍ତି ମଧ୍ୟ ତାର ରହିଛି । ତେଣୁ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ରକ୍ଷା କରିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅନୁରୋଧ କରିଛନ୍ତି । ଏହାଦ୍ବାହା ହିଁ ଆମେ ତୃତୀୟ ଲହରର ଆଶଙ୍କାକୁ କମ୍‌ କରିପାରିବା ।

ଶ୍ରୀ ପଟ୍ଟନାୟକ କହିଛନ୍ତି, ଟିକା କେବଳ ଗୁରୁତର ଅବସ୍ଥାରୁ ଆମକୁ ସୁରକ୍ଷା ଦେଉଛି । କିନ୍ତୁ ଟିକା ନେଲେ ମଧ୍ୟ ନିଜେ ସଂକ୍ରମିତ ହେବା ବା ଅନ୍ୟକୁ ସଂକ୍ରମିତ କରିବାର ଭୟ ରହୁଛି ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇଛନ୍ତି । ଦ୍ବିତୀୟ ଲହରରେ ଅନ୍ୟ ରାଜ୍ୟ ମାନଙ୍କର ଯେଭଳି ଅବସ୍ଥା ଆମେ ଦେଖିଲେ, ସେ ପରିସ୍ଥିତି ଓଡିଶାରେ ଘଟି ନାହିଁ । ଆମର ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀ ମାନଙ୍କର କଠିନ ପରିଶ୍ରମ ଯୋଗୁଁ ଓଡିଶା ଆଜି ଭଲ ସ୍ଥିତିରେ ଅଛି । ଡାକ୍ତର ମାନେ ଆମର ସୁରକ୍ଷା ପାଇଁ ଦିନରାତି କାମ କରୁଛନ୍ତି । ତେଣୁ ସେମାନଙ୍କ ତ୍ୟାଗକୁ ସମ୍ମାନ ଜଣାଇ ଆମକୁ ଦାୟିତ୍ବପୂର୍ଣ୍ଣ ଭାବରେ ବ୍ୟବହାର କରିବାକୁ ହେବ ବୋଲି ସେ କହିଛନ୍ତି ।

ଦ୍ବିତୀୟ ଲହରର ମୁକାବିଲାରେ ଜନସାଧାରଣ ଯେପରି ପ୍ରଶାସନକୁ ସାହାଯ୍ୟ ଓ ସହଯୋଗ ଯୋଗାଇ ଦେଲେ, ସେଥିପାଇଁ ସମସ୍ତଙ୍କୁ ଧନ୍ୟବାଦ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏବେ ନିଷ୍ପତ୍ତି ଆପଣମାନଙ୍କ ହାତରେ । ଜୀବନ ଅମୂଲ୍ୟ । ଆମର ଦାୟିତ୍ବପୂର୍ଣ୍ଣ ବ୍ୟବହାର ହିଁ ତୃତୀୟ ଲହରକୁ ରୋକିପାରିବ । ତେଣୁ ଓଡିଶାକୁ ନିରାପଦ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ 'ଆପଣଙ୍କ ପ୍ରିୟଜନଙ୍କ ସୁରକ୍ଷା ପ୍ରତି ଧ୍ୟାନ ଦିଅନ୍ତୁ ଏବଂ ନିରାପଦ ଭାବରେ ଜୀବନଜୀବିକା ଯେପରି ଆଗକୁ ବଢିଚାଲିବ ସେଥିରେ ସହଯୋଗ କରନ୍ତୁ ।'

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+