For Quick Alerts
Turn On Notification  
For Daily Alerts
Oneindia App Download

ଅନ୍ତର୍ଜାତୀୟ ମାନର ହେବ କୋଣାର୍କ ଅଞ୍ଚଳର ଭିତ୍ତିଭୂମି : ମୁଖ୍ୟମନ୍ତ୍ରୀ

କୋଣାର୍କ ଅଞ୍ଚଳର ଭିତ୍ତିଭୂମିକୁ ଅନ୍ତର୍ଜାତୀୟ ସ୍ତରର କରାଯିବ । ଏ ନେଇ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବାନ ପଟ୍ଟନାୟକ ।

|

ଭୁବନେଶ୍ୱର : କୋଣାର୍କ ଅଞ୍ଚଳର ଭିତ୍ତିଭୂମିକୁ ଅନ୍ତର୍ଜାତୀୟ ସ୍ତରର କରାଯିବ । ଏ ନେଇ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବାନ ପଟ୍ଟନାୟକ । ଏହାର ବିଭିନ୍ନ ଦିଗ ଉପରେ ରାଜ୍ୟ ପୂର୍ତ୍ତ ବିଭାଗ ପକ୍ଷରୁ ଗୁରୁବାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅବଗତି ନିମନ୍ତେ ଏକ ଉପସ୍ଥାପନା କରାଯାଇଥିଲା । ଜନସାଧାରଣ ଏହି ଚିଠା ଯୋଜନା ଉପରେ ସେମାନଙ୍କ ସୁଚିନ୍ତିତ ମତାମତ ମଧ୍ୟ ଦେଇପାରିବେ । ଏନେଇ 21 ଦିନ ମଧ୍ୟରେ ଜନସାଧାରଣ ସେମାନଙ୍କର ମତାମତ ଦେବା ନେଇ କୁହାଯାଇଛି ।

କୋଣାର୍କ

ପୁରୀକୁ ବିଶ୍ବ ଐତିହ୍ୟ ନଗରୀ ଭାବରେ ଗଢ଼ି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା ପରେ କୋଣାର୍କକୁ ମଧ୍ୟ ଅନ୍ତର୍ଜାତୀୟ ସ୍ତରର କରିବା ପାଇଁ ରାଜ୍ୟ ସରକାର ପ୍ରୟାସ ଆରମ୍ଭ କରିଛନ୍ତି । କୋଣାର୍କ ଐତିହ୍ୟ ଅଞ୍ଚଳ ବିକାଶର ଚିଠା ଯୋଜନା ମଧ୍ୟ ପ୍ରସ୍ତୁତ ହୋଇଛି । ମନ୍ଦିରର ସୁରକ୍ଷା ସହିତ ଏହାର ସଂରକ୍ଷଣ ତଥା ଅଧିକରୁ ଅଧିକ ପର୍ଯ୍ୟଟକ ମାନଙ୍କୁ ଆକୃଷ୍ଟ କରିବା ପାଇଁ ଏହି ପ୍ରକଳ୍ପ ରାଜ୍ୟ ସରକାରଙ୍କ 5-ଟି ଯୋଜନା ଅଧୀନରେ କାର୍ଯ୍ୟକାରୀ ହେବ । କୋଣାର୍କ ସୂର୍ଯ୍ୟ ମନ୍ଦିରର ଗରିମାର ସୁରକ୍ଷା, ପର୍ଯ୍ୟଟକ ମାନଙ୍କ ପାଇଁ ଅନନ୍ୟ ଅନୁଭୂତି, ସ୍ଥାନୀୟ ବ୍ୟବସାୟୀ ମାନଙ୍କ ଆର୍ଥିକ ଉନ୍ନତି ତଥା କୋଣାର୍କ ସହିତ ପୁରୀ ଜିଲ୍ଲା ଓ ସମଗ୍ର ରାଜ୍ୟର ପର୍ଯ୍ୟଟନ ଅର୍ଥନୀତିର ବିକାଶ କରିବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ରହିଛି ।

Naveen Patnaik

ଏହି ପ୍ରକଳ୍ପ ଅଧୀନରେ ସାଢ଼େ ତିନି କିଲୋମିଟର ବାହ୍ୟ ରିଙ୍ଗ୍ ରୋଡକୁ ଛ' ଥାକିଆ କରାଯିବା ସହିତ ମନ୍ଦିରକୁ ଯାଇଥିବା ସବୁ ରାସ୍ତାର ବିକାଶ କରାଯିବ । ଯାତ୍ରୀଙ୍କ ଯାତାୟତ ପାଇଁ ଭୁବନେଶ୍ୱର ରୁ କୋଣାର୍କ ପଯ୍ଯନ୍ତ ପଏଣ୍ଟର ବିକାଶ କରାଯିବ । ଫେରିବାଲା ଏବଂ ଉଠା ଦୋକାନୀମାନଙ୍କୁ ଥଇଥାନ କରାଯିବ । ମନ୍ଦିର ସମ୍ମୁଖରେ ଥିବା ତିରିଶ ଏକର ଜମି ସମ୍ପୂର୍ଣ୍ଣ ଖୋଲା ରହିବ ।

ପ୍ରବେଶସ୍ଥଳ ରେ ପଯ୍ଯ ଟକ ମାନଙ୍କୁ ସ୍ବାଗତ କରିବା ପାଇଁ ସୁଦୃଶ୍ଯ କୋଣାର୍କ ଏଣ୍ଟ୍ରି ପ୍ଲାଜା ନିର୍ମାଣ କରାଯିବ । ତା ସହିତ ଗାଡି ପାର୍କିଂ ପାଇଁ Multi modal hub ନିର୍ମାଣ କରାଯିବ । କୋଣାର୍କ ମୁକ୍ତାକାଶ ରଂଗମଞ୍ଚର ପୁନଃବିନ୍ଯାସ କରାଯିବା ନେଇ ଯୋଜନା ରହିଛି । ଏଥିସହିତ ଐତିହ୍ୟ ଅଞ୍ଚଳର ସୌନ୍ଦର୍ଯ୍ୟକରଣ ସହିତ ପଥଚାରୀ ମାନଙ୍କ ପାଇଁ ସ୍ବତନ୍ତ୍ର ରାସ୍ତା ମଧ୍ୟ ନିର୍ମାଣ କରାଯିବ ।

କଳିଙ୍ଗ ସ୍ଥାପତ୍ୟ କଳାର ଅପୂର୍ବ ନିଦର୍ଶନ ହେଉଛି କୋଣାର୍କ ମନ୍ଦିର । ଗଙ୍ଗ ବଂଶର ରାଜା ଲାଙ୍ଗୁଳା ନରସିଂହ ଦେବଙ୍କର ତ୍ରୟୋଦଶ ଶତାଦ୍ଦୀର ଏହି ଅନୁପମ କୀର୍ତ୍ତି ତାର ଅବିଶ୍ବସନୀୟ କଳା ଓ ଭାସ୍କର୍ଯ୍ୟ ପାଇଁ ସାରା ବିଶ୍ବର ପର୍ଯ୍ୟଟକ ମାନଙ୍କୁ ଆକର୍ଷିତ କରିଆସିଛି । ଭଗବାନ ସୂର୍ଯ୍ୟଙ୍କ ଉଦ୍ଦେଶ୍ୟରେ ସମର୍ପିତ ଏହି ମନ୍ଦିରର ମୁଖ୍ୟ ଅଂଶ ଭାଙ୍ଗି ଯାଇଥିଲେ ମଧ୍ୟ ମୁଖଶାଳାର ଶୋଭା ଓଡିଶାର କାରିଗର ଓ ଶିଳ୍ପୀ ମାନଙ୍କର ଦକ୍ଷତାର ଜୟଗାନ କରିଆସୁଛି । ଏହି ମନ୍ଦିର ତତ୍କାଳୀନ ଓଡିଶାର ସଂପନ୍ନତା ବିଷୟରେ ସୂଚିତ କରିଥାଏ । ମନ୍ଦିର ଗାତ୍ରରେ ଜିରାଫର ଚିତ୍ର ଆଫ୍ରିକୀୟ ଦେଶ ମାନଙ୍କ ସହିତ ତତ୍କାଳୀନ ଓଡ଼ିଶାର ସଂପର୍କ ବିଷୟରେ ମଧ୍ୟ ଉଲ୍ଲେଖ କରିଥାଏ ।

୧୯୮୪ ମସିହାରେ UNESCO କୋଣାର୍କକୁ ବିଶ୍ବ ଐତିହ୍ୟର ମାନ୍ୟତା ପ୍ରଦାନ କରିଛି । ଏହି ମହାନ ସାଂସ୍କୃତିକ ବୈଭବର ସୁରକ୍ଷା ଆମ ସମସ୍ତଙ୍କର ନୈତିକ ଦାୟିତ୍ବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । କୋଣାର୍କ ଯୋଜନାରେ ସ୍ଥାନୀୟ ଲୋକଙ୍କ ଆଶା ଆକାଂକ୍ଷାର ପ୍ରତିଫଳନ ସହିତ ଐତିହ୍ୟ ସଂରକ୍ଷଣ ଓ ବିକାଶରେ ବିଶ୍ବସ୍ତରୀୟ ଦୃଷ୍ଟିଭଙ୍ଗୀର ପ୍ରତିଫଳନ ହୋଇଛି ବୋଲି ବୈଠକରେ ଆଲୋଚନା ହୋଇଥିଲା ।

ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି ) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନା କରିଥିଲେ ଏବଂ ପୂର୍ତ୍ତ ସଚିବ ଉପସ୍ଥାପନା ଦେଇଥିଲେ । ମନ୍ତ୍ରୀ ଶ୍ରୀ ତୁଷାର କାନ୍ତି ବେହେରା, ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
World Class Infrastructure to be Develop in Konark Area said, Naveen Patnaik.
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X