ୟୁନିଭର୍ସିଟିରେ ଗୁଳିକାଣ୍ଡ, ୨ ମୃତ
ଆମେରିକା ୟୁନିଭର୍ସିଟିର ବାରୁସ୍ ଆଣ୍ଡ ହୋଲି ବିଲ୍ଡିଂରେ ଫାଇନାଲ ପରୀକ୍ଷା ଚାଲିଥିବାବେଳେ ବଡ଼ ଧରଣର ଗୁଳିକାଣ୍ଡ ଘଟିଛି । କଳା ପୋଷାକ ପିନ୍ଧିଥିବା ଜଣେ ସନ୍ଦିଗ୍ଧ ଆସି ଆଖିବୁଜା ଗୁଳିମାଡ଼ କରିଥିଲା । ଘଟଣାସ୍ଥଳରେ ଦୁଇଜଣଙ୍କ ମୃତ୍ୟୁ ହୋଇଛି । ଅନ୍ୟ ୮ ଜଣ ଆହତଙ୍କୁ ରୋଡ୍ ଆଇଲ୍ୟାଣ୍ଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ମୃତାହତଙ୍କ ସଂଖ୍ୟା ବଢିପାରେ ବୋଲି ଆଶଙ୍କା କରାଯାଉଛି ।
ଗୁଳିମାଡ଼ କରିବା ପରେ ସନ୍ଦିଗ୍ଧ ଜଣକ ହୋପ୍ ଷ୍ଟ୍ରିଟ୍ ଆଡକୁ ଚାଲି ଚାଲି ଯାଇ ଫେରାର ହୋଇଯାଇଥିଲା । ଆକ୍ରମଣର କାରଣ ଜଣାପଡିନାହିଁ । ପ୍ରଥମେ ଜଣେ ସନ୍ଦିଗ୍ଧଙ୍କୁ ଅଟକ ରଖାଯାଇଥିବାବେଳେ ପରେ ତାକୁ ଛାଡିଦିଆଯାଇଛି । ସୁରକ୍ଷା ଦୃଷ୍ଟିରୁ ଲୋକଙ୍କୁ ଘର ଭିତରୁ ନବାହାରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ସ୍ଥାନୀୟ ପୋଲିସ ସହ FBI ଓ ATF ଘଟଣାର ତଦନ୍ତ କରୁଛନ୍ତି । ଘଟଣାକୁ ନେଇ ଦୁ!ଖ ପ୍ରକାଶ କରିବା ସହ ଶାନ୍ତି ବଜାୟ ରଖିବାକୁ ଅପିଲ୍ କରିଛନ୍ତି ମେୟର ବ୍ରେଟ୍ ସ୍ମାଇଲି ଓ ଗଭର୍ଣ୍ଣର ଡାନ୍ ମ୍ୟାକିକ୍ ।
More From
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications